କରୋନାରେ ମୃତ୍ୟୁ ସନ୍ଦେହ: କୁଏତରୁ ପୁଅଙ୍କ ମୃତଦେହ ଆଣିବାକୁ ବାପାଙ୍କ ନିବେଦନ

ଛତ୍ରପୁର, ୨୦।୫(ଡି.ଏନ୍‌.ଏ.)- କୁଏତରେ ମଙ୍ଗଳବାର ଜଣେ ଓଡ଼ିଆ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଗଞ୍ଜାମ ଜ଼ିଲା ଛତ୍ରପୁର ବ୍ଲକ କାଳୀପାଲି ପଞ୍ଚାୟତ ବଡପୁଟି ଗାଁର ଡି. ଗଣପତିଙ୍କ ପୁଅ ରମେଶ(୨୯)। ତାଙ୍କର ମୃତଦେହ ଭାରତକୁ ଆଣିବାର ବ୍ୟବସ୍ଥା କରିବା ସହ ଆର୍ଥିକ ସହାୟତା ପ୍ରଦାନ ପାଇଁ ଜିଲା ଶ୍ରମ ଅଧିକାରୀ ଶିବ ସାହୁଙ୍କୁ ଯୁବକଙ୍କ ବାପା ନିବେଦନ କରିଥିବା ସୂଚନା ମିଳିଛି।

ସେ କହିଛନ୍ତି, ଛନ୍ତି ରମେଶ କୁଏତରେ ଥିବା ଏକ ଷ୍ଟିଲ କମ୍ପାନୀରେ ୱେଲ୍ଡର ଭାବେ କାମ କରୁଥିଲେ। ମାସିକ ସେ ୩୦ ହଜାର ଟଙ୍କା ଦରମା ପାଉଥିଲେ। ସେ ୧୦ ଦିନ ହେଲା ଥଣ୍ଡା, କାଶ ରେ ପୀଡିତ ଥିଲେ। ଗତ ୬ ଦିନ ପୂର୍ବେ ନିକଟସ୍ଥ ମେଡିକାଲରେ ସେ ନିଜର କୋଭିଡ ଟେଷ୍ଟ କରିଥିଲେ। ହେଲେ ସେଥିରେ ରିପୋର୍ଟ ନେଗେଟିଭ ଆସିଥିଲା। ତେବେ ଏହାପରେ ମଧ୍ୟ ସେ ଅସୁସ୍ଥ ଥିଲେ। ଏଣୁ କରୋନାରେ ତାଙ୍କର ମୃତ୍ୟୁ ଘଟିଥିବା ସନ୍ଦେହ କରାଯାଉଛି। ତାଙ୍କର ମୃତ୍ୟୁ ହୋଇଥିବା ନେଇ ଘରକୁ ଫୋନରେ ଖବର ଆସିଥିଲା। ତାଙ୍କର ୨ ଟି ଝିଅ ଅଛନ୍ତି।

ତେବେ ଏନେଇ ଶ୍ରମ ବିଭାଗ ପକ୍ଷରୁ ତଦନ୍ତ କରାଯାଇଛି। ଏହି ରିପୋର୍ଟ ଜ଼ିଲାପାଳ ଓ ଶ୍ରମ କମିଶନରଙ୍କୁ ପଠାଯିବ ବୋଲି ବୁଧବାର ଗଣମାଧ୍ୟମକୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋହନା ପୋଲିସ ପକ୍ଷରୁ ନୂତନ ଜଳଛତ୍ର ଉଦଘାଟନ: ସଚେତନ ବାର୍ତ୍ତା ଦେଲେ ଥାନା ଅଧିକାରୀ

ମୋହନା,୭।୪: ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଗଜପତି ଜିଲା ମୋହନା ଥାନା ପକ୍ଷରୁ ଆଜି ନୂତନ ଜଳଛତ୍ର ଖୋଲାଯାଇଛି। ଏହି…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

ଫାଇନାନ୍ସ କମ୍ପାନୀ ମ୍ୟାନେଜରଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗ: ସୁନା ଚେନ୍‌ ଛଡାଇ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଆଙ୍କୋରଡ଼ା ଗାଁ ନିକଟରେ ଥିବା କ୍ରସର ୟୁନିଟରୁ ପଶ୍ଚିମବଙ୍ଗ କୋଲକତାସ୍ଥିତ ସିଭିଲ କୋର୍ଟଙ୍କ ଆଦେଶ କ୍ରମେ କୋବେଲକୋ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ତାଣ୍ଡବ ରଚିଲା କାଳବୈଶାଖୀ: ଉଡିଲା ଘର ଛପର, ଭାଙ୍ଗିଲା ବଡ଼ ବଡ଼ ଗଛ

ତୁମୁଡିବନ୍ଧ,୭।୪ (ଦୀପକ କୁମାର ପରାସେଠା): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କୁର୍ତମଗଡ ପଞ୍ଚାୟତ ଅଞ୍ଚଳରେ କାଳବୈଶାଖୀ ତାଣ୍ଡବ ରଚାଇଥିବାର ଗତକାଲି ଦେଖିବାକୁ ମିଳିଛି l ସୂଚନା ଅନୁସାରେ…

ନୂତନ ପ୍ରାଥମିକ କୃଷି ସମବାୟ ସମିତିର ଭିତ୍ତିପ୍ରସ୍ତର ସ୍ଥାପନ: ଅଞ୍ଚଳର ଚାଷୀମାନଙ୍କୁ ମିଳିବ ଏସବୁ ସୁବିଧା

ଲୋଇସିଂହା,୭।୪(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବୁଢୀପଦରଠାରେ ନୂତନ ପ୍ରାଥମିକ କୃଷି ସମବାୟ ସମିତି ଲିମିଟେଡର ଭିତ୍ତି ପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଉତ୍ସାହ ଓ ଆନନ୍ଦର…

ପୋଖରୀରେ ବୁଡ଼ି ଚାଲିଗଲା ୨ ସାଙ୍ଗଙ୍କ ଜୀବନ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମରେ ଅଘଟଣ । ପୋଖରୀରେ ବୁଡ଼ିଯାଇ ୨ ନାବାଳିକା ଛାତ୍ରୀଙ୍କର ମୃତ୍ୟୁ ହୋଇଛି…

ସ୍ବର୍ଗତ ତବଲା ବାଦକ ଲକ୍ଷ୍ମଣଙ୍କ ପରିବାରକୁ ଭେଟିଲେ ବିଧାୟକ

ଗଞ୍ଜାମ,୭।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ବିଶିଷ୍ଟ ତବଲା ବାଦକ ସ୍ବର୍ଗତ ଲକ୍ଷଣ କୁମାର ତରାଇଙ୍କ ପରିବାରଙ୍କୁ ଭେଟିଛନ୍ତି ଛତ୍ରପୁର ବିଧାୟକ କୃଷ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri