କର୍ତ୍ତବ୍ୟରେ ଅବହେଳା ଅଭିଯୋଗ: ଆବାସିକ ସ୍କୁଲ ଶିକ୍ଷକ ନିଲମ୍ବିତ

ଢେଙ୍କାନାଳ ଅଫିସ,୧ା୭- କର୍ତ୍ତବ୍ୟରେ ଅବହେଳା ଅଭିଯୋଗରେ ସୋମବାର ନିଲମ୍ବିତ ହୋଇଛନ୍ତି ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଭେଜିଆ ସେବାଶ୍ରମ ସ୍କୁଲ ପ୍ରଧାନ ଶିକ୍ଷକ ବାଙ୍କ ବିହାରୀ ଜେନା। ଏ ନେଇ ଜିଲା ମଙ୍ଗଳ ଅଧିକାରୀ ମାନସ ରଞ୍ଜନ ମିଶ୍ର କୁହନ୍ତି, ନିଲମ୍ବିତ ପ୍ରଧାନ ଶିକ୍ଷକ ପୂର୍ବରୁ ଢେଙ୍କାନାଳ ପୌରାଞ୍ଚଳର କାଠଗଡା ଆବାସିକ ସେବାଶ୍ରମ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ଭାବେ କାର୍ଯ୍ୟ କରୁଥିଲେ। ଆର୍ଥିକ ଅନିୟମିତତା, ଛାତ୍ରୀଛାତ୍ରଙ୍କ ପ୍ରତି ଦୃଷ୍ଟି ପ୍ରଦାନ ନ କରିବା, ଉଚ୍ଚ ଅଧିକାରୀଙ୍କ ନିର୍ଦ୍ଦେଶକୁ ବେଖାତିର କରିବା ଆଦି ଅଭିଯୋଗରେ ତାଙ୍କୁ ପରଜଙ୍ଗ ବ୍ଲକର ଭେଜିଆ ସେବାଶ୍ରମ ବିଦ୍ୟାଳୟକୁ ଗତ ୨୦ା୬ା୧୮ରେ ବଦଳି କରାଯାଇଥିଲା। କିନ୍ତୁ ସେ କାର୍ଯ୍ୟରେ ଯୋଗ ନ ଦେଇ ଅସୁସ୍ଥତା ଦର୍ଶାଇ ଛୁଟିରେ ରହିଥିଲେ। ଏ ସମ୍ପର୍କରେ ତାଙ୍କୁ ବହୁବାର କାରଣ ଦର୍ଶାଅ ନୋଟିସ୍‌ ସାଙ୍ଗକୁ ଅସୁସ୍ଥତା ସମ୍ପର୍କିତ ମେଡିକାଲ ରିପୋର୍ଟ ମଧ୍ୟ ମଗାଯାଇଥିଲା। ସନ୍ତୋଷଜନକ ଉତ୍ତର ନ ମିଳିବାରୁ ତାଙ୍କୁ ଜିଲାପାଳ ନିଖିଲ ପଓ୍ବନ କଲ୍ୟାଣ ନିଲମ୍ବିତ କରିଥିବା ଜିଲା ମଙ୍ଗଳ ଅଧିକାରୀ ସୂଚନା ଦେଇଛନ୍ତି। ନିଲମ୍ବନ ନିର୍ଦ୍ଦେଶନାମାକୁ ସେ ଗ୍ରହଣ ନ କରିବାରୁ ତାଙ୍କ ଘରକୁ ଏହାକୁ ପଠାଇ ଦିଆଯାଇଥିଲା। ସେଠାରେ ମଧ୍ୟ ତାଙ୍କର ପରିବାର ଏହାକୁ ଗ୍ରହଣ ନ କରିବାରୁ ଘରେ ନିର୍ଦ୍ଦେଶନାମାକୁ ଲଗାଇ ଦିଆଯାଇଥିବା ମଙ୍ଗଳ ବିଭାଗ କାର୍ଯ୍ୟାଳୟ ସୂତ୍ରରୁ ପ୍ରକାଶ।


Enter your email to get our daily news in your inbox.

All Right Reserved By Dharitri.Com

୫ରୁ ଉଠାଇବେନି ଧାନ, ଅଡୁଆରେ ଚାଷୀ: ସରକାରଙ୍କୁ ମିଲର୍ସଙ୍କ ଚେତାବନୀ

ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ):ଆଉ ୨ଦିନ ପରେ ବରଗଡ଼ ଜିଲାରେ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟାକୁ ଦେଢ଼ମାସ ପୂରିବ। ଅଥଚ ଏପର୍ଯ୍ୟନ୍ତ ଜିଲାରେ ଧାନ କିଣାବିକା ସମସ୍ୟାର ସମାଧାନ...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ନୂଆବର୍ଷରେ କର୍ମୀଙ୍କ ବ୍ୟାନର ଓ୍ବାର, ନୂଆନୂଆ ଚେହେରା ଦେଖି…

ଧର୍ମଶାଳା,୧ା୧(ଶିବପ୍ରସାଦ ମହାନ୍ତି): ବିଦାୟ ନେଇଛି ବର୍ଷ ୨୦୨୫, ଆରମ୍ଭ ହୋଇଛି ନବବର୍ଷ ୨୦୨୬। ଏଥିପାଇଁ ଅନେକ ପ୍ରସ୍ତୁତି ମଧ୍ୟ ହୋଇଛି। ସବୁଠି ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ...

ନୂଆବର୍ଷର ପ୍ରଥମ ଦିନରେ ଦୁର୍ଘଟଣା, ଦୁଇ ବାଇକ୍ ମୁହାଁମୁହିଁ ଧକ୍କାରେ ଜଣେ ମୃତ

ପଟ୍ଟାଙ୍ଗି୧/୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅନ୍ତର୍ଗତ ଦେଓଫଟ୍ଟାଙ୍ଗି ପଞ୍ଚାୟତ ସଦର ମହକୁମା ସ୍ଥିତ ଚିଲିଗୁଡା ସଲପଗୁଡା ଛକ ନିକଟରେ ଦୁଇ ମୋଟର...

୧୩ ସରକାରୀ ଯୋଜନା ବିଷୟରେ ଜାଣିବେ ଯୋଗ୍ୟ ହିତାଧିକାରୀ, ଓ୍ବାର୍ଡକୁ ଓ୍ବାର୍ଡ ବୁଲି…

କୋରାପୁଟ,୧ା୧(ଅମିତାଭ ବେହେରା): ଗୁରୁବାର କୋରାପୁଟ ପୌର ପରିଷଦ କାର୍ଯ୍ୟାଳୟ ପରିସରରେ ସହଯୋଗ ଭ୍ରାମ୍ୟମାଣ ସହାୟତା କେନ୍ଦ୍ର ବା ସଚେତନତା ରଥ ଉଦ୍‌ଘାଟିତ ହୋଇଯାଇଛି। କୋରାପୁଟ ବିଧାୟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri