କର୍ତ୍ତବ୍ୟରେ ଅବହେଳା ଅଭିଯୋଗ: ଆବାସିକ ସ୍କୁଲ ଶିକ୍ଷକ ନିଲମ୍ବିତ

ଢେଙ୍କାନାଳ ଅଫିସ,୧ା୭- କର୍ତ୍ତବ୍ୟରେ ଅବହେଳା ଅଭିଯୋଗରେ ସୋମବାର ନିଲମ୍ବିତ ହୋଇଛନ୍ତି ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଭେଜିଆ ସେବାଶ୍ରମ ସ୍କୁଲ ପ୍ରଧାନ ଶିକ୍ଷକ ବାଙ୍କ ବିହାରୀ ଜେନା। ଏ ନେଇ ଜିଲା ମଙ୍ଗଳ ଅଧିକାରୀ ମାନସ ରଞ୍ଜନ ମିଶ୍ର କୁହନ୍ତି, ନିଲମ୍ବିତ ପ୍ରଧାନ ଶିକ୍ଷକ ପୂର୍ବରୁ ଢେଙ୍କାନାଳ ପୌରାଞ୍ଚଳର କାଠଗଡା ଆବାସିକ ସେବାଶ୍ରମ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ଭାବେ କାର୍ଯ୍ୟ କରୁଥିଲେ। ଆର୍ଥିକ ଅନିୟମିତତା, ଛାତ୍ରୀଛାତ୍ରଙ୍କ ପ୍ରତି ଦୃଷ୍ଟି ପ୍ରଦାନ ନ କରିବା, ଉଚ୍ଚ ଅଧିକାରୀଙ୍କ ନିର୍ଦ୍ଦେଶକୁ ବେଖାତିର କରିବା ଆଦି ଅଭିଯୋଗରେ ତାଙ୍କୁ ପରଜଙ୍ଗ ବ୍ଲକର ଭେଜିଆ ସେବାଶ୍ରମ ବିଦ୍ୟାଳୟକୁ ଗତ ୨୦ା୬ା୧୮ରେ ବଦଳି କରାଯାଇଥିଲା। କିନ୍ତୁ ସେ କାର୍ଯ୍ୟରେ ଯୋଗ ନ ଦେଇ ଅସୁସ୍ଥତା ଦର୍ଶାଇ ଛୁଟିରେ ରହିଥିଲେ। ଏ ସମ୍ପର୍କରେ ତାଙ୍କୁ ବହୁବାର କାରଣ ଦର୍ଶାଅ ନୋଟିସ୍‌ ସାଙ୍ଗକୁ ଅସୁସ୍ଥତା ସମ୍ପର୍କିତ ମେଡିକାଲ ରିପୋର୍ଟ ମଧ୍ୟ ମଗାଯାଇଥିଲା। ସନ୍ତୋଷଜନକ ଉତ୍ତର ନ ମିଳିବାରୁ ତାଙ୍କୁ ଜିଲାପାଳ ନିଖିଲ ପଓ୍ବନ କଲ୍ୟାଣ ନିଲମ୍ବିତ କରିଥିବା ଜିଲା ମଙ୍ଗଳ ଅଧିକାରୀ ସୂଚନା ଦେଇଛନ୍ତି। ନିଲମ୍ବନ ନିର୍ଦ୍ଦେଶନାମାକୁ ସେ ଗ୍ରହଣ ନ କରିବାରୁ ତାଙ୍କ ଘରକୁ ଏହାକୁ ପଠାଇ ଦିଆଯାଇଥିଲା। ସେଠାରେ ମଧ୍ୟ ତାଙ୍କର ପରିବାର ଏହାକୁ ଗ୍ରହଣ ନ କରିବାରୁ ଘରେ ନିର୍ଦ୍ଦେଶନାମାକୁ ଲଗାଇ ଦିଆଯାଇଥିବା ମଙ୍ଗଳ ବିଭାଗ କାର୍ଯ୍ୟାଳୟ ସୂତ୍ରରୁ ପ୍ରକାଶ।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

ମୋଦିଙ୍କ ଘର ଆଗରେ ଶୋଇଗଲେ ରାହୁଲ; ଉଠାଇ ନେଲା ପୋଲିସ, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍ ଏବଂ ଛାତ୍ରଛାତ୍ରୀଙ୍କ ଉପରେ ଦିଲ୍ଲୀ ପୋଲିସର ବଳପ୍ରୟୋଗ ବିରୋଧରେ ମଙ୍ଗଳବାର ଦିନ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ କଂଗ୍ରେସ ପକ୍ଷରୁ ଧାରଣା…

୪ ମାସ ହେଲା ମିଳୁନି ଭତ୍ତା: ଅନ୍ଦୋଳନ ପାଇଁ ସଜବାଜ ହିତାଧିକାରୀ

ଭଞ୍ଜନଗର,୨୧।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକର କିଛି ହିତାଧିକାରୀ ବିଗତ ୪ ମାସ ହେଲା ବକେୟା ଭତ୍ତା ଅର୍ଥ ପାଇ ପାରିନାହାନ୍ତି। ଫଳରେ ଉକ୍ତ ହିତାଧିକାରୀ ମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri