Posted inଜାତୀୟ

କର୍ନାଟକ ବିଧାୟକ ଅଯୋଗ୍ୟ ଘୋଷଣା ମାମଲା: ୟେଦୁରପ୍ପାଙ୍କ ଅଡିଓ କ୍ଲିପ୍‌କୁ ରେକର୍ଡ ଭାବେ ନେବାକୁ କଂଗ୍ରେସର ଅନୁରୋଧ

ନୂଆଦିଲ୍ଲୀ,୫ା୧୧(ପି.ଟି.): କର୍ନାଟକର ୧୭ ବିଧାୟକଙ୍କୁ ଅଯୋଗ୍ୟ ଘୋଷଣା କରାଯିବା ମାମଲାର ଶୁଣାଣି ସୁପ୍ରିମକୋର୍ଟରେ ଚାଲିଥିଲାବେଳେ ମୁଖ୍ୟମନ୍ତ୍ରୀ ବି.ଏସ୍‌. ୟେଦୁରପ୍ପାଙ୍କ ଅଡିଓ କ୍ଲିପ୍‌କୁ ରେକର୍ଡ ଭାବେ ଗ୍ରହଣ କରିବା ଲାଗି ରାଜ୍ୟ କଂଗ୍ରେସ ଅଦାଲତଙ୍କୁ ଅନୁରୋଧ କରିଛି। ବିଦ୍ରୋହୀ କଂଗ୍ରେସ ଓ ଜେଡିଏସ୍‌ ବିଧାୟକଙ୍କୁ ଭାଜପା ଅଧ୍ୟକ୍ଷ ଅମିତ ଶାହଙ୍କ ତତ୍ତ୍ୱାବଧାନରେ ମୁମ୍ବାଇର ଏକ ହୋଟେଲରେ ରଖାଯାଇଥିଲା ବୋଲି ୟେଦ୍ୟୁରପ୍ପା ଉକ୍ତ ଅଡିଓ କ୍ଲିପ୍‌ରେ କହିଥିବା କଂଗ୍ରେସ ଅଭିଯୋଗ କରିଛି। ପରେ ଏହି ବିଧାୟକମାନଙ୍କୁ ଅଯୋଗ୍ୟ ଘୋଷଣା କରାଯାଇଥିଲା। ଏହାର ଶୁଣାଣି ଲାଗି ସ୍ବତନ୍ତ୍ର ଖଣ୍ଡପୀଠ ଗଠନ ନିମନ୍ତେ ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇଙ୍କ ସହ ପରାମର୍ଶ କରିବେ ବୋଲି ଜଷ୍ଟିସ୍‌ ଏନ୍‌.ଭି. ରମାନାଙ୍କ ଖଣ୍ଡପୀଠ କହିଛନ୍ତି। ଅନ୍ୟପକ୍ଷରେ ୧୭ ବିଧାୟକ ଅଯୋଗ୍ୟ ଘୋଷିତ ହେବା ପଛରେ ଭାଜପାର କୌଣସି ଭୂମିକା ନାହିଁ ବୋଲି ୟେଦୁରପ୍ପା କହିଛନ୍ତି। ନିଷ୍ପତ୍ତି ନେବାର ସ୍ବାଧୀନତା ବିଧାୟକମାନଙ୍କର ରହିଥିବା ସେ ମତ ଦେଇଛନ୍ତି।
ଆସ୍ଥା ଭୋଟ ବେଳେ ସମ୍ପୃକ୍ତ ବିଧାୟକମାନଙ୍କ ଅନୁପସ୍ଥିତି ଯୋଗୁ କଂଗ୍ରେସ-ଜେଡିଏସ୍‌ ସରକାରର ପତନ ଘଟିଥିଲା। ଫଳରେ ୟେଦୁରପ୍ପାଙ୍କ ନେତୃତ୍ୱରେ ଭାଜପା କର୍ନାଟକରେ ସରକାର ଗଢ଼ିଥିଲା। ୧୭ ଅଯୋଗ୍ୟ ଘୋଷିତ ବିଧାୟକଙ୍କ ମଧ୍ୟରୁ ୧୫ ଆସନରେ ଡିସେମ୍ବର ୫ରେ ଉପନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସୋରିଷରେ ବିଶ୍ୱର କ୍ଷୁଦ୍ରତମ ରଥ ନିର୍ମାଣ କଲେ ପ୍ରତ୍ୟୁଷ

ଫୁଲବାଣୀ, ୨୨।୭(ରାକେଶ କୁମାର ରାଉତ):ସୋରିଷରେ ବିଶ୍ୱର ସବୁଠାରୁ କ୍ଷୁଦ୍ରତମ ରଥ ନିର୍ମାଣ ହୋଇଛି। ଏହା କରି ଦେଖାଇଛନ୍ତି କନ୍ଧମାଳ ଜିଲା ଫୁଲବାଣୀ ସହର ନଦୀଖଣ୍ଡିସାହିର ଯୁବଶିଳ୍ପୀ ଏନ.ପ୍ରତ୍ୟୁଷ…

ଗୋଟିଏ ରାତିରେ ଏକାଧିକ ସ୍ଥାନରେ ଚୋରି: ଅଞ୍ଚଳରେ ଖେଲିଗଲା ଆତଙ୍କ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ରାତିରେ ଏକାଧିକ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଦାରିଙ୍ଗବାଡି ବଜାର ଉପରେ…

ସାକ୍ଷୀଗୋପାଳଙ୍କ ଚନ୍ଦନ ପୋଖରୀ ଜଳ ପ୍ରଦୂଷିତ: ଅତିଷ୍ଠ ହେଉଛି ପଚାମାଛ ଦୁର୍ଗନ୍ଧ

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶ୍ରୀ ସାକ୍ଷୀଗୋପାଳ ଠାକୁରଙ୍କ ଚନ୍ଦନ ପୋଖରୀ ଜଳ ଅତିମାତ୍ରାରେ ପ୍ରଦୂଷିତ ହୋଇଛି। ଫଳରେ ବୁଧବାର ସକାଳୁ ଶହଶହ ସଂଖ୍ୟାରେ ରୋହି, ଭାକୁର,…

ଲଗାଣ ବର୍ଷାରେ ଭାଙ୍ଗିଲା ଦୁଇ ପୋଲ: ୩୦ ଏକର ଚାଷଜମିରେ ମାଡ଼ିଗଲା ବାଲିଚର, ଉପବାଚସ୍ପତି ଘଟଣାସ୍ଥଳ ପରିଦର୍ଶନ କରି…

ବଡ଼ଗାଁ,୨୨ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ଏକମା, ପାମରା, ବାମଡେରା ଓ ରୁନଗାଁ ପଞ୍ଚାୟତ ଅଞ୍ଚଳରେ ସୋମବାର ରାତିସାରା ହୋଇଥିବା ପ୍ରବଳ ବର୍ଷା ଯୋଗୁ…

କଳା ପୋଷାକ ପିନ୍ଧି ସଂସଦ ଆସିବେ ବିରୋଧୀ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୨।୭: ସଂସଦର ମୌସୁମୀ ଅଧିବେଶନର ଆଜି ହେଉଛି ତୃତୀୟ ଦିନ। ହଙ୍ଗାମାର ଆଶାକୁ ଦୃଷ୍ଟିରେ ରଖି ଲୋକସଭା ବାଚସ୍ପତି ଓମ ବିର୍ଲା ସମସ୍ତ ଦଳ ସହିତ ଆଲୋଚନା…

ଦାରିଙ୍ଗବାଡିରେ ସପ୍ତାହେ ଲାଗି ରହିଛି ବର୍ଷା: ହସୁଛି ଧାନ-ହଳଦୀ କ୍ଷେତ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲଜ ଅଞ୍ଚଳରେ ରଥଯାତ୍ରା ପୂର୍ବ ରାତିଠାରୁ ଲାଗିରହିଛି। ବର୍ଷା ମଝିରେ ମଝିରେ ବର୍ଷା କମିଲେ ମଧ୍ୟ ପାଗ…

ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର: ହସ୍ପିଟାଲରରେ ହେଲେ ଭର୍ତ୍ତିି, ଆରୋଗ୍ୟ କାମନା କଲେ…

ପାଟଣା, ୨୨।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର ଅସୁସ୍ଥ ହୋଇ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି…

CJP ପ୍ରଦର୍ଶନ ମଧ୍ୟରେ ଭାଜପା କଲା ବଡ଼ ଘୋଷଣା: ରାହୁଲ ଗାନ୍ଧୀଙ୍କ ବିରୋଧରେ ସାରା ଦେଶରେ ହେବ…

ନୂଆଦିଲ୍ଲୀ,୨୨।୭: ଭାଜପା ଆଜି ସାରା ଦେଶରେ ରାଜ୍ୟ କଂଗ୍ରେସ କାର୍ଯ୍ୟାଳୟକୁ ଘେରାଉ କରିବାକୁ ଯାଉଛି। ଭାଜପାର କହିବାନୁଯାୟୀ ରାହୁଲ ଗାନ୍ଧୀ ଦୁର୍ଭାବନାପୂର୍ଣ୍ଣ ମନୋଭାବ ରଖି ପ୍ରଧାନମନ୍ତ୍ରୀ ଆବାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri