Posted inଜାତୀୟ

କର୍ନାଟକ ମାମଲାରେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ: ୧୬ ଯାଏ କାର୍ଯ୍ୟାନୁଷ୍ଠାନ ନେଇପାରିବେନି ବାଚସ୍ପତି

ନୂଆଦିଲ୍ଲୀ,୧୩ା୭(ପି.ଟି.): କର୍ନାଟକର ବିଦ୍ରୋହୀ ବିଧାୟକମାନଙ୍କ ମାମଲାର ଶୁଣାଣି ୧୬ ତାରିଖରେ ସୁପ୍ରିମକୋର୍ଟରେ ହେବ। ସେ ପର୍ଯ୍ୟନ୍ତ ୧୦ ବିଦ୍ରୋହୀ ବିଧାୟକଙ୍କୁ ଅଯୋଗ୍ୟ ଘୋଷଣା କରିବା ଲାଗି ବାଚସ୍ପତି କେ.ଆର୍‌. ରମେଶ କୁମାର କୌଣସି ନିଷ୍ପତ୍ତି ନେଇପାରିବେ ନାହିଁ ବୋଲି ସର୍ବୋଚ୍ଚ ଅଦାଲତ ଶୁକ୍ରବାର କହିଛନ୍ତି। ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇଙ୍କ ଅଧ୍ୟକ୍ଷତାରେ ଜଷ୍ଟିସ୍‌ ଦୀପକ ଗୁପ୍ତା ଓ ଅନିରୁଦ୍ଧ ବୋଷ୍‌ଙ୍କୁ ନେଇ ଗଠିତ ଖଣ୍ଡପୀଠ କର୍ନାଟକ ମାମଲାକୁ ଏକ ଗୁରୁତର ପ୍ରସଙ୍ଗ ବୋଲି କହିବା ସହିତ ଏହା ଉପରେ ବିଚାର ନ ହେବା ପର୍ଯ୍ୟନ୍ତ ସ୍ଥିତାବସ୍ଥା ବଜାୟ ରଖିବା ଲାଗି ନିର୍ଦ୍ଦେଶ ଦେଇଛନ୍ତି। ସେ ପର୍ଯ୍ୟନ୍ତ ବାଚସ୍ପତି ବିଦ୍ରୋହୀ ବିଧାୟକମାନଙ୍କ ଇସ୍ତଫା ଏବଂ ଅଯୋଗ୍ୟ ଘୋଷଣା ପ୍ରସଙ୍ଗରେ କୌଣସି ନିଷ୍ପତ୍ତି ନେଇପାରିବେ ନାହିଁ।
ସମ୍ବିଧାନର ଧାରା ୩୨ ଅନୁଯାୟୀ ବିଦ୍ରୋହୀ ବିଧାୟକମାନଙ୍କ ଆବେଦନର ଉଲ୍ଲେଖଯୋଗ୍ୟତା ପ୍ରସଙ୍ଗ ଉପରେ କର୍ନାଟକ ବାଚସ୍ପତି ଓ ମୁଖ୍ୟମନ୍ତ୍ରୀ ଏଚ୍‌.ଡି. କୁମାରସ୍ବାମୀ ପ୍ରଶ୍ନ ଉଠାଇଛନ୍ତି। ବିଦ୍ରୋହୀ ବିଧାୟକମାନଙ୍କ ପକ୍ଷରୁ ମାମଲା ଲଢ଼ୁଥିବା ବରିଷ୍ଠ ଆଇନଜୀବୀ ମୁକୁଲ ରୋହତଗୀ ବାଚସ୍ପତିଙ୍କ ରିପୋର୍ଟକୁ ବିରୋଧ କରିଥିଲେ। ବିଧାୟକମାନଙ୍କୁ ଅଯୋଗ୍ୟ ଘୋଷଣା କରିବା ଲାଗି ଶାସକ ମେଣ୍ଟ ପକ୍ଷରୁ ଆବେଦନ କରାଯାଇଥିବାରୁ ଏଭଳି ନିଷ୍ପତ୍ତି ବିଧାୟକମାନଙ୍କ ଇସ୍ତଫା ପୂର୍ବରୁ ନେବାର ଥିଲା ବୋଲି ରୋହତଗୀ କହିଛନ୍ତି। ଉଭୟ ପକ୍ଷଙ୍କ ଯୁକ୍ତି ଶୁଣିବା ପରେ ମାମଲାର ଅଧିକ ଶୁଣାଣି ଆବଶ୍ୟକ ବୋଲି ଖଣ୍ଡପୀଠ କହିଥିଲେ। ଏଥିସହିତ ପରବର୍ତ୍ତୀ ଶୁଣାଣି ୧୬ ତାରିଖକୁ ଧାର୍ଯ୍ୟ କରିଥିଲେ।
ସୁପ୍ରିମକୋର୍ଟ ଯାଇଥିବାରୁ ବାଚସ୍ପତି ସେମାନଙ୍କୁ ଗଣମାଧ୍ୟମ ଆଗରେ ଭର୍ତ୍ସନା କରିଛନ୍ତି। ବାଚସ୍ପତିଙ୍କୁ ଦିନେ କିମ୍ବା ଦୁଇଦିନ ମଧ୍ୟରେ ବିଧାୟକମାନଙ୍କ ଇସ୍ତଫା ସମ୍ପର୍କରେ ନିଷ୍ପତ୍ତି ନେବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ସେ ଏପର୍ଯ୍ୟନ୍ତ କୌଣସି ନିଷ୍ପତ୍ତି ନେଇ ନ ଥିବାରୁ ତାଙ୍କ ବିରୋଧରେ ଅଦାଲତ ଅବମାନନା ନୋଟିସ ଜାରି କରାଯାଇପାରିବ ବୋଲି ରୋହତଗୀ କହିଛନ୍ତି। ସମ୍ବିଧାନର ବ୍ୟବସ୍ଥା ଅନୁଯାୟୀ ବିଧାନସଭାରେ ବିଧେୟକ ତଥା ଅନ୍ୟାନ୍ୟ କାର୍ଯ୍ୟରେ ବାଚସ୍ପତିଙ୍କୁ ଆଇନଗତ ଯାଞ୍ଚରୁ ବାଦ୍‌ ଦିଆଯାଇଛି। ତେବେ ଇସ୍ତଫା ପ୍ରସଙ୍ଗରେ ନୁହେଁ ବୋଲି ବରିଷ୍ଠ ଆଇନଜୀବୀ କହିଛନ୍ତି। ବାଚସ୍ପତି ଏକ ସାମ୍ବିଧାନିକ ପଦବୀ ହୋଇଥିବାରୁ ବିଧାୟକମାନଙ୍କୁ ଅଯୋଗ୍ୟ ଘୋଷଣା ସମ୍ପର୍କରେ ସେ ନିଷ୍ପତ୍ତି ନେଇପାରିବେ ବୋଲି କୁମାରସ୍ବାମୀଙ୍କ ଓକିଲ ଏ.ଏମ୍‌. ସିଙ୍ଗ୍‌ଭି ଯୁକ୍ତି ବାଢ଼ିବାରୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶନାମାକୁ ଚ୍ୟାଲେଞ୍ଜ କରିବା କ୍ଷମତା ବାଚସ୍ପତିଙ୍କର ରହିଛି କି ବୋଲି ଖଣ୍ଡପୀଠ ପ୍ରଶ୍ନ କରିଥିଲେ।
ସୁପ୍ରିମକୋର୍ଟ ବାଚସ୍ପତିଙ୍କୁ ନୋଟିସ ଜାରି ନ କରି ବିଦ୍ରୋହୀ ବିଧାୟକମାନଙ୍କ ସମ୍ପର୍କରେ ନିର୍ଦ୍ଦେଶନାମା ଜାରି କରିଥିବା ମୁଖ୍ୟମନ୍ତ୍ରୀ କୁମାରସ୍ବାମୀଙ୍କ ପକ୍ଷରୁ ବରିଷ୍ଠ ଓକିଲ ରାଜୀବ ଧାଓ୍ବନ ଖଣ୍ଡପୀଠଙ୍କୁ କହିଥିଲେ। ବିଧାୟକମାନେ ସେମାନଙ୍କ ଆବେଦନରେ ରାଜ୍ୟ ସରକାରଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ଆଣିଛନ୍ତି। ଅଥଚ ଏ ସମ୍ପର୍କରେ ଶୁଣାଣି କରା ନ ଯାଇ ନିର୍ଦ୍ଦେଶନାମା ଜାରି କରାଯାଇଛି ବୋଲି ଧାଓ୍ବନ କହିଛନ୍ତି। ଏହା ବ୍ୟତୀତ ଇସ୍ତଫା ଦେଇଥିବା ଜଣେ ବିଦ୍ରୋହୀ ବିଧାୟକ ଚିଟ୍‌ଫଣ୍ଡରେ ସମ୍ପୃକ୍ତ ଯେଉଁଥିରେ ରାଜ୍ୟ ସରକାରଙ୍କୁ ଅଭିଯୁକ୍ତ କରାଯାଇଛି। ବିଧାୟକମାନଙ୍କ ଇସ୍ତଫା ସ୍ବେଚ୍ଛାକୃତ କି ନୁହେଁ ଅନୁଧ୍ୟାନ କରିବା ବାଚସ୍ପତିଙ୍କ ଦାୟିତ୍ୱ ବୋଲି ଧାଓ୍ବନ କହିଥିଲେ।
ବିଦ୍ରୋହୀ ବିଧାୟକମାନଙ୍କ ଇସ୍ତଫାପତ୍ରକୁ ବାଚସ୍ପତି ଗ୍ରହଣ କରୁ ନ ଥିବାରୁ ସେମାନେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଗୁରୁବାର ସନ୍ଧ୍ୟା ୬ଟାରେ ବାଚସ୍ପତିଙ୍କୁ ଭେଟିବା ଲାଗି ସୁପ୍ରିମକୋର୍ଟ ଉକ୍ତ ବିଧାୟକମାନଙ୍କୁ କହିବା ସହ ସେମାନଙ୍କୁ ଉପଯୁକ୍ତ ସୁରକ୍ଷା ଯୋଗାଇଦେବାକୁ କର୍ନାଟକ ପୋଲିସ ଡିଜିଙ୍କୁ ନିର୍ଦ୍ଦେଶ ଦେଇଥିଲେ। କର୍ନାଟକ ବିଧାନସଭାରେ ଶାସକ ମେଣ୍ଟର ୧୬ ଜଣ ବିଧାୟକ ଇସ୍ତଫା ଦେଇଥିବାରୁ ସରକାର ଭାଙ୍ଗିବା ସ୍ଥିତିରେ ପହଞ୍ଚତ୍ଛି। ୨ ସ୍ବାଧୀନ ବିଧାୟକ ମଧ୍ୟ ସରକାରରୁ ସମର୍ଥନ ପ୍ରତ୍ୟାହାର କରିନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାରେ ୫୦୦ରୁ ଅଧିକ ଉଠା ଜଳସେଚନ ପମ୍ପ୍‌ ଅଚଳ: ଚିନ୍ତାରେ ଚାଷୀ

ଛତ୍ରପୁର,୫ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଏକ କୃଷି ପ୍ରଧାନ ଜିଲା ଅଟେ। କୃଷକ ଓ ଶ୍ରମିକ ପ୍ରାୟ ୮୦% ଲୋକ କୃଷି ଉପରେ ନିର୍ଭର କରି ପରିବାର…

କେସିଙ୍ଗାରେ ମଶାଙ୍କ ପ୍ରାଦୁର୍ଭାବ: ପ୍ରତି ଡ୍ରେନ୍‌ରେ ପକାଯାଉଛି ମଶାତେଲ

କେସିଙ୍ଗା,୫ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏ୍‌ସିର ୧୨ଟି ଓ୍ବାର୍ଡରେ ମଶା ନିବାରଣ ପାଇଁ ଏନ୍‌ଏସି ପକ୍ଷରୁ ବିଭିନ୍ନ ଗଳିକନ୍ଦିରେ ଥିବା ପ୍ରତିଟି ଡ୍ରେନ୍‌ରେ ମଶାତେଲ ପକାଯାଉଛି।…

କାରଣ ଖୋଜୁଛି ଦଳ? ପରାଜୟ ପରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଭାଜପାର ବଡ଼ ବୈଠକ

ପାଟନା,୫।୮: ବଡ଼ ପରାଜୟ ପରେ, ଭାଜପା ଆଜି (ବୁଧବାର) ପାଟନାସ୍ଥିତ ରାଜ୍ୟ କାର୍ଯ୍ୟାଳୟରେ ଏକ ସମୀକ୍ଷା ବୈଠକ କରିଛି। ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀଙ୍କ ସମେତ ନେତାମାନେ ବୈଠକରେ…

କେବେ ମାର୍କେଟକୁ ଆସିବ ପ୍ଲାଷ୍ଟିକ୍‌ ନୋଟ୍‌? RBI ଗଭର୍ନର କହିଦେଲେ ଲଞ୍ଚ୍‌ ଡେଟ୍‌

ନୂଆଦିଲ୍ଲୀ,୫।୮: ଆପଣ ମଧ୍ୟ ଶୁଣିଛନ୍ତି କି ଯେ ଖୁବ୍‌ଶୀଘ୍ର ଭାରତରେ କାଗଜ ନୋଟ୍ ବଦଳରେ ପ୍ଲାଷ୍ଟିକ୍ (ପଲିମର୍) ନୋଟ୍ ଚାଲିବାକୁ ଯାଉଛି? ଯଦି ଆପଣଙ୍କ ମନରେ ମଧ୍ୟ…

ମୋଦିଙ୍କ ଭିଡିଓ ହଟାଇବା ପ୍ରସଙ୍ଗ; ସରକାରଙ୍କ ସହ ୪୫ ମିନିଟ୍ ଧରି ବୈଠକ କଲା ମେଟା, କହିଲା…

ନୂଆଦିଲ୍ଲୀ,୫।୮: ଜନ୍ତର-ମନ୍ତରରେ ହୋଇଥିବା ଆନ୍ଦୋଳନ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ଭିଡିଓକୁ ଫେସବୁକରେ ଅସ୍ଥାୟୀ ଭାବେ ରିଷ୍ଟ୍ରିକ୍ଟ କରିଦେଇଥିଲା । ଏହି ଘଟଣାକୁ ନେଇ ଦିନକୁ…

ପଟ୍ଟନାୟକ ବନ୍ଧ ଦୁର୍ନୀତି ଅଭିଯୋଗ: ଦୁଇ ଯନ୍ତ୍ରୀ-ଠିକାଦାରଙ୍କୁ ପଚରାଉଚରା ପାଇଁ ନେଲା ଭିଜିଲାନ୍ସ

ଗଜପତି,୫ା୮(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡି ସହରର ବହୁଚର୍ଚ୍ଚିତ ପଟ୍ଟନାୟକ ବନ୍ଧର ପୁନରୁଦ୍ଧାର କାର୍ଯ୍ୟରେ ଅନିୟମିତତା ଓ ଦୁର୍ନୀତି ଅଭିଯୋଗକୁ ନେଇ ଭିଜିଲାନ୍ସ ତଦନ୍ତ ଜୋରଦାର ହୋଇଛି। ଏହି କ୍ରମରେ…

ବାଲିଅନ୍ତା ସୌମ୍ୟରଞ୍ଜନ ମର୍ଡର କେସ୍‌: ଚାର୍ଜଶିଟ୍‌ ଦାଖଲ କଲା କ୍ରାଇମ୍‌ବ୍ରାଞ୍ଚ

କଟକ,୫ା୮(ପ୍ରଭୁକଲ୍ୟାଣ ପାଲ୍‌): ବାଲିଅନ୍ତା କନଷ୍ଟେବଳ ସୌମ୍ୟରଞ୍ଜନ ସ୍ବାଇଁ ହତ୍ୟାକାଣ୍ଡ ଘଟଣାରେ କୋର୍ଟରେ ଚାର୍ଜଶିଟ୍‌ ଦାଖଲ କରିଛି କ୍ରାଇମବ୍ରାଞ୍ଚ। ୭୬୭ ପୃଷ୍ଠାର ଚାର୍ଜଶିଟ୍‌ ଦାଖଲ କରିଥିବାବେଳେ ୧୧ ଅଭିଯୁକ୍ତଙ୍କ…

ରାଜ୍ୟ ସରକାରଙ୍କ ଅନୁଦାନପ୍ରାପ୍ତ ଶିକ୍ଷକଙ୍କ ଦାବି ପୂରଣରେ ଟାଳଟୁଳ ନୀତି: ତେଜିଲା ଆନ୍ଦୋଳନ

ଗୁଣପୁର,୫ା୮(ସୁଜାତା ପାଢ଼ୀ): ରାଜ୍ୟ ସରକାର ଅନୁଦାନପ୍ରାପ୍ତ ଶିକ୍ଷକମାନଙ୍କ ମୌଳିକ ଦାବି ଯଥା ଚାକିରି ସର୍ତ୍ତାବଳୀ ଲାଗୁ, ପୁରୁଣା ପେନ୍‌ସନ୍‌ ପ୍ରଦାନ, ଅବସର ସୀମା ୬୨କୁ ବୃଦ୍ଧି, ଅନୁଦାନପ୍ରାପ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri