Posted inଜାତୀୟ

କର୍ନାଟକ ଷଡ଼ଯନ୍ତ୍ର ପଛରେ ମୋଦି ସରକାର: କଂଗ୍ରେସର ଅଭିଯୋଗ

ନୂଆଦିଲ୍ଲୀ,୭ା୭(ଆଇଏଏନ୍‌ଏସ୍‌): କର୍ନାଟକ ଶାସକ ମେଣ୍ଟରୁ ୧୪ ବିଧାୟକ ଇସ୍ତଫା ଦେବା ଘଟଣାରେ କଂଗ୍ରେସ ଭାଜପାକୁ ଦୋଷାରୋପ କରିଛି। ଦଳବଦଳ ପାଇଁ କେନ୍ଦ୍ରର ନରେନ୍ଦ୍ର ମୋଦି ସରକାର ଷଡ଼ଯନ୍ତ୍ର ଚଳାଇଥିବା କଂଗ୍ରେସ ମୁଖପାତ୍ର ରଣଦୀପ ସିଂ ସୁର୍ଜଓ୍ବୋଲା କହିଛନ୍ତି। ଭାଜପା ଆମ ବିଧାୟକମାନଙ୍କୁ କିଣିବା ପାଇଁ ଉଦ୍ୟମ କରୁଛି। କର୍ନାଟକରେ ଏକ ନିର୍ବାଚିତ ସରକାରକୁ ଭାଙ୍ଗିବା ଲାଗି ବିଧାୟକମାନଙ୍କୁ ଇସ୍ତଫା ଦେବା ନିମନ୍ତେ ଚାପ ପକାଉଛି। ଭାଜପାର ଏଭଳି ଉଦ୍ୟମକୁ କଂଗ୍ରେସ ଦୃଢ଼ ନିନ୍ଦା କରୁଛି ବୋଲି ଦଳର ବରିଷ୍ଠ ନେତାମାନଙ୍କ ବୈଠକ ପରେ ସୁର୍ଜଓ୍ବୋଲା ଖବରଦାତାମାନଙ୍କୁ କହିଛନ୍ତି। କେନ୍ଦ୍ର ସରକାରଙ୍କୁ ସମାଲୋଚନା କରି ସେ କହିଛନ୍ତି, ‘ଆୟା ରାମ, ଗୟା ରାମ’ ଏବେ ଭାରତର ନୂଆ ସଂଜ୍ଞା। ଏହା ଘୋଡାବେପାର ରାଜନୀତିର ନୂଆ ସଙ୍କେତ ହୋଇଛି। କେନ୍ଦ୍ର ସରକାର କର୍ନାଟକରେ ସ୍ପଷ୍ଟ ଦିବାଲୋକରେ ଗଣତନ୍ତ୍ରକୁ କଳଙ୍କିତ କରିବା ସହ ସମ୍ବିଧାନର ଉଲ୍ଲଂଘନ କରୁଛି ବୋଲି କଂଗ୍ରେସ ମୁଖପାତ୍ର ଅଭିଯୋଗ କରିଛନ୍ତି।
ଗତବର୍ଷ ମେ’ରେ ଅନୁଷ୍ଠିତ କର୍ନାଟକ ବିଧାନସଭା ନିର୍ବାଚନରେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଥିଲେ ହେଁ ସରକାର ଗଢ଼ିବା ଲାଗି ଆବଶ୍ୟକ ସଂଖ୍ୟା ନ ଥିବାରୁ କଂଗ୍ରେସ ଏବଂ ଜେଡିଏସ୍‌ ମେଣ୍ଟ କରି ତୃତୀୟ ସ୍ଥାନରେ ଥିବା ଜେଡିଏସ୍‌ର ନେତା ଏଚ୍‌.ଡି. କୁମାରସ୍ବାମୀଙ୍କ ନେତୃତ୍ୱରେ ସରକାର ଗଢ଼ିଥିଲେ। ତେବେ ମନ୍ତ୍ରିମଣ୍ଡଳରେ ସ୍ଥାନ ନ ପାଇ କଂଗ୍ରେସର କେତେଜଣ ବିଧାୟକ ପ୍ରଥମରୁ ଅସନ୍ତୁଷ୍ଟ ଥିଲେ। ସେମାନେ ପୂର୍ବରୁ ଏକାଧିକ ଥର ସେମାନଙ୍କ ଅସନ୍ତୋଷ ଜାହିର କରି ସରକାଙ୍କ ପାଇଁ ଅଡୁଆ ପରିସ୍ଥିତି ସୃଷ୍ଟି କରିଥିଲେ। ପୁଣି ଥରେ ମେଣ୍ଟ ସଙ୍କଟର ସମ୍ମୁଖୀନ ହୋଇପାରେ ବୋଲି ଲୋକ ସଭା ନିର୍ବାଚନ ବେଳେ ଆଶଙ୍କା କରାଯାଉଥିଲା। ନିର୍ବାଚନ ଫଳାଫଳ ପ୍ରକାଶ ପାଇବା ପରେ ଦୁଇ କଂଗ୍ରେସ ବିଧାୟକ ଭାଜପା ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଏସ୍‌.ଏମ୍‌ କ୍ରିଷ୍ଣାଙ୍କ ବାସଭବନକୁ ଯାଇଥିଲେ। ପରେ ବିଧାୟକ ରମେଶ ଜରକିହୋଲି ଇସ୍ତଫା ଘୋଷଣା କରିଥିବାବେଳେ ଡ. ସୁଧାକର ସିଧାସଳଖ ମେଣ୍ଟ ବିରୋଧରେ ଅସନ୍ତୋଷ ବ୍ୟକ୍ତ କରିଥିଲେ। ଫଳରେ କୁମାରସ୍ବାମୀ ସରକାର ପ୍ରତି ସଙ୍କଟ ଆସିପାରେ ବୋଲି ସେବେଠାରୁ ଅନୁମାନ କରାଯାଉଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କେତେ ବର୍ଷର ହେଲେ ଅଭିଜିତ ଦୀପକେ? ଜନ୍ମଦିନର ଶୁଭେଚ୍ଛା ଜଣାଇ ଆଶୁତୋଷ ରଙ୍କା କହିଲେ…

ନୂଆଦିଲ୍ଲୀ,୨୯।୯: ‘କକରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କୁ ଆଜି ଦେଶ ତଥା ବିଦେଶରୁ ଜନ୍ମଦିନର ଶୁଭେଚ୍ଛା ମିଳୁଛି। CJPର ସହ-ଆବାହକ ତଥା ମୁଖପାତ୍ର ଆଶୁତୋଷ…

କମାଲ କଲେ ନୀରୁ: ଏସିଆନ୍‌ ଗେମ୍ସରେ ନୂଆ ରେକର୍ଡ ସହ ଜିତିରେ ସ୍ବର୍ଣ୍ଣ

ନୂଆଦିଲ୍ଲୀ,୨୯।୯: ଏସୀୟ କ୍ରୀଡ଼ାରେ ଭାରତ ପାଇଁ ଆଉ ଏକ ସ୍ବର୍ଣ୍ଣ ପଦକ ଜିତିଛନ୍ତି ନୀରୁ ଧଣ୍ଡା। ମହିଳା ଟ୍ରାପ ଇଭେଣ୍ଟର ଫାଇନାଲ୍‌ରେ ନୀରୁ ୨୮ ପଏଣ୍ଟ ହାସଲ…

ଓରାଙ୍ଗଉଟାନ ପରେ ଅଜଗର; ଚାଲାଣ ବେଳେ ବାଣୀବିହାର ବ୍ରିଜ ଉପରେ ଖସିପଡ଼ିଲା, ଛାନିଆ ଲୋକେ

ଭୁବନେଶ୍ୱର,୨୯।୯(ତ୍ରିନାଥ ମହାନ୍ତି): ବାଣୀବିହାର ଓଭରବ୍ରିଜ ଉପରେ ସୋମବାର ଏକ ବିରାଟ ଅଜଗର ସାପ ଉଦ୍ଧାର କରାଯାଇଛି । ଉଦ୍ଧାର ହୋଇଥିବା ଅଜଗରକୁ ନେଇ ଏବେ ରାଜଧାନୀରେ ଛନକା…

LPG ଠାରୁ ଆରମ୍ଭ କରି UPI-NPS ପର୍ଯ୍ୟନ୍ତ, ଅକ୍ଟୋବର ୧ରୁ ଲାଗୁ ହେବ ବଡ଼ ପରିବର୍ତ୍ତନ! ଆଗୁଆ କରନ୍ତୁ ଏମିତି ମିଳିବ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୯।୯: ଅକ୍ଟୋବର ଆରମ୍ଭ ହେବାକୁ ଯାଉଛି, ଯାହା ସହିତ ଉତ୍ସବର ଋତୁ ଏବଂ ଅନେକ ପର୍ବପର୍ବାଣୀ ଆସୁଛି। ତଥାପି, ଏହି ମାସରେ କିଛି ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ମଧ୍ୟ…

ଅନଲକି ଶୁବମନ ଗିଲ୍‌: ଭାରତ ପାଇଁ ଦ୍ରୁତ ଶତକ ହାସଲ କରିବା ସତ୍ତ୍ୱେ…

ନୂଆଦିଲ୍ଲୀ,୨୯।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଦମଦାର ଶତକ ହାସଲ କରିଛନ୍ତି। ଡାହାଣହାତୀ ବ୍ୟାଟର୍‌ ଗିଲ ୧୧୦ ରନ୍‌ର ଚମତ୍କାର ଇନିଂସ…

ଶେୟାର ବଜାରରେ ହାହାକାର, ବୁଡ଼ିଗଲା ନିବେଶକଙ୍କ ୮ ଲକ୍ଷ କୋଟି

ମୁମ୍ବାଇ,୨୯।୯: ପଶ୍ଚିମ ଏସିଆ ସ୍ଥିତିକୁ ନେଇ ଉତ୍ପନ୍ନ ଭୂ-ରାଜନୈତିକ ଅସ୍ଥିରତା ଗତ କିଛି ସପ୍ତାହ ଧରି ଶେୟାର ବଜାର ପାଇଁ ନକାରାତ୍ମକ ସ୍ଥିତି ସୃଷ୍ଟି କରିଛି ।…

କେଉଁଠୁ ଆସିଲା ରହସ୍ୟମୟ ‘କଳା ହୀରା’? ଗବେଷଣାରୁ ସାମ୍ନାକୁ ଆସିଲା ଆଶ୍ଚର୍ଯ୍ୟଜନକ ସତ୍ୟ

କାସୁଗା (ଜାପାନ),୨୯।୯: ବ୍ରାଜିଲ ଓ ମଧ୍ୟ ଆଫ୍ରିକାରେ ମିଳୁଥିବା ଏକ କଳା ରଙ୍ଗର ପଥରକୁ ଦେଖିଲେ ପ୍ରଥମ ନଜରରେ ଏହା ଏକ ସାଧାରଣ କାଚ ପରି ଚକଚକ…

‘ଭାଜପା ରାମଙ୍କୁ ଚୋରି କରିଛି’, ମୁଖ୍ୟମନ୍ତ୍ରୀଙ୍କ ବୟାନକୁ ନେଇ ଦେଶରେ ହଇଚଇ

ନୂଆଦିଲ୍ଲୀ,୨୯।୯: ଭଗବାନ ରାମ ଓ ଭଗବାନ ଶିବଙ୍କୁ ନେଇ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଏ. ରେବନ୍ତ ରେଡ୍ଡୀଙ୍କ ମନ୍ତବ୍ୟକୁ ନେଇ ରାଜନୀତି ଚର୍ଚ୍ଚା ତେଜ ହୋଇଛି । ଦିଲ୍ଲୀରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?