Posted inଜାତୀୟ

କର୍ନାଟକରେ ଅପରେଶନ୍‌ ଲୋଟସ୍‌ ଶେଷ: ଏବେ ଲକ୍ଷ୍ୟ ମଧ୍ୟପ୍ରଦେଶ ଉପରେ !

ଭୋପାଳ,୨୪।୭: କର୍ନାଟକରେ ଭାଜପାର ଅପରେଶନ୍‌ ଲୋଟସ୍‌ ଶେଷ ହୋଇଛି। ଏଠାରେ କଂଗ୍ରେସ-ଜେଡିଏସ୍‌ ମେଣ୍ଟ ସରକାରର ପତନ ଘଟିଛି। ଏହାପରେ ଏବେ ଭାଜପା ମଧ୍ୟପ୍ରଦେଶ କଂଗ୍ରେସ ମେଣ୍ଟ ସରକାର ଉପରେ ନଜର ପକାଇବାର ସମ୍ଭାବନା ଥିବା ରାଜନୈତିକ ସମୀକ୍ଷକ ମତପୋଷଣ କରିଛନ୍ତି। ଏନେଇ ମଧ୍ୟପ୍ରଦେଶର ଭାଜପା ନେତା ଗୋପାଳ ଭାର୍ଗବ କହିଛନ୍ତି ଯେ, ଖୁବ୍‌ ଶୀଘ୍ର ମଧ୍ୟପ୍ରଦେଶ କଂଗ୍ରେସ ମେଣ୍ଟ ସରକାର ପିଣ୍ଡଦାନ କରିବ। ଏଥିରେ କଂଗ୍ରେସ ସଦସ୍ୟ ହିଁ ସରକାର ପତନର ମୁଖ୍ୟ କାରଣ ସାଜିବେ ବୋଲି ସେ କହିଛନ୍ତି। ତେବେ ଏହାର ଉତ୍ତରରେ କଂଗ୍ରେସର ଜିତୁ ପଟଓ୍ବାରି କହିଛନ୍ତି ଯେ, କର୍ନାଟକରେ ଏଚ୍‌.ଡି. କୁମାରସ୍ବାମୀ ସରକାର ଭାଜପା ଷଡ଼ଯନ୍ତ୍ର ବୁଝିପାରିଲେ ନାହିଁ। ତାଙ୍କ ଅନୁପସ୍ଥିତିରେ ଏପରି ଯୋଜନା କାର୍ଯ୍ୟକାରୀ କରିବାରେ ଭାଜପା ମୁଖ୍ୟ ଭୂମିକ ଗ୍ରହଣ କରିଥିଲା। ମାତ୍ର ମଧ୍ୟପ୍ରଦେଶରେ କମଳନାଥ ସରକାର ରହିଛନ୍ତି। ଏଠାରେ ଭାଜପାର ଷଡ଼ଯନ୍ତ୍ର କାମ କରିବ ନାହିଁ ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ମଧ୍ୟପ୍ରଦେଶରେ ୨୩୦ ବିଧାନସଭା ଆସନ ମଧ୍ୟରୁ କଂଗ୍ରେସ ପାଖରେ ୧୧୪ ଏବଂ ଭାଜପା ନିକଟରେ ୧୦୯ ଆସନ ରହିଛି। କଂଗ୍ରେସ ମେଣ୍ଟ ସରକାରଙ୍କୁ ବିଏସ୍‌ପି ୨, ଏସ୍‌ପିର ଜଣେ ଏବଂ ୪ ନିର୍ଦ୍ଦଳୀୟ ବିଧାୟକ ସମର୍ଥନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ୧୦ଜୀବନ

କଟିହାର,୧୧ା୪: ବିହାରର କଟିହାର ଜିଲାରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍‌, ଟ୍ରକ୍‌ ଏବଂ ପିକ୍‌ଅପ୍‌ ମଧ୍ୟରେ ଧକ୍କା ହୋଇ ୧୦ଜଣଙ୍କ ମୃତ୍ୟୁ ଘଟିଥିବା…

ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍‌ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…

କେଶରୀପଙ୍କାଳ ନାଳ ନିକଟରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ପରିଚୟ ଖୋଜୁଛି ମୋହନା ପୋଲିସ

ମୋହନା୧୧।୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲୁହାଗୁଡ଼ି ଗ୍ରାମ ନିକଟସ୍ଥ କେଶରୀପଙ୍କାଳ ନାଳ ନିକଟରୁ ଅଜଣା ମୃତଦେହ ଉଦ୍ଧାର କରିଛି ପୋଲିସ। ଗ୍ରାମର କିଛି…

ପ୍ରେମିକା ଗର୍ଭବତୀ ହେବା ପରେ ବିବାହ ପୂର୍ବରୁ ଛୁଆ ମନା କହି କଲେ ଗର୍ଭପାତ, ଏବେ  ବଳାତ୍କାର ଅଭିଯୋଗରେ ବନ୍ଧାହେଲେ…

ରିଆମାଳ,୧୧।୪(ବଦ୍ରିନାରାୟଣ ଅଗ୍ରୱାଲା): ଯୁବତୀକୁ ବଳାତ୍କାର ମାମଲାରେ ଜଣେ ଯୁବକଙ୍କୁ ଶନିବାର ଗିରଫ କରିଛି ରିଆମାଳ ପୋଲିସ। ସେ ହେଲେ ଭେଙ୍କଟେଶ ସୁନାନୀ(୨୮)। ସୂଚନାନୁଯାୟୀ, ରିଆମାଳ ଥାନା ଅଞ୍ଚଳର…

ଲଜ୍ଜା: ୫ ବର୍ଷର ବାଳିକାଙ୍କୁ ବଳାତ୍କାର କରି ଅଖାରେ ବାନ୍ଧି ଫିଙ୍ଗିଦେଲେ

ଦୁର୍ଗ,୧୧ା୪: ଛତିଶଗଡ଼ ଦୁର୍ଗ ଜିଲାରେ ଏକ ଲଜ୍ଜାକର ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ବାଳିକାଙ୍କୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯାଗ ହୋଇଛି। ଏପରିକି…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri