କର୍ନାଟକରେ ଶ୍ରମିକ ଦମ୍ପତି ମୃତ

ଭବାନୀପାଟଣା,୧୧।୮(ଡି.ଏନ୍‌.ଏ.): କର୍ନାଟକକୁ ଦାଦନ ଖଟିବାକୁ ଯାଇଥିବା କଳାହାଣ୍ଡି ଜିଲା ମହୁଲପାଟଣା ଗ୍ରାମର ଶଙ୍କର ସାହୁ (୩୫) ଓ ତାଙ୍କ ସ୍ତ୍ରୀ ରଶ୍ମିତା ସାହୁ (୩୦)ଙ୍କ ସେଠାରେ ମୃତ୍ୟୁ ଘଟିଛି। ଏହି ଘଟଣାକୁ ନେଇ ପରିବାର ଲୋକେ ହତ୍ୟା ଅଭିଯୋଗ ଆଣିଛନ୍ତି। ଅଭିଯୋଗ ଅନୁଯାୟୀ, ଥୁ. ରାମପୁର ବ୍ଲକ ମହୁଲପାଟଣା ଗାଁର ଶଙ୍କର ଓ ରଶ୍ମିତା ୭ ବର୍ଷ ତଳେ କର୍ନାଟକକୁ ଦାଦନ ଖଟିବାକୁ ଯାଇଥିଲେ । ସେଠାକାର ନାଗାମାନଗାଲା ତାଲୁକର ଭେଙ୍କଟେଶ୍ୱର ହେଚେରୀ ପ୍ରାଇଭେଟ ଲିମିଟେଡରେ ଉଭୟେ ଶ୍ରମିକ ଭାବେ କାର୍ଯ୍ୟ କାରୁଥିବାବେଳେ ବର୍ଷକର ଝିଅ ବନ୍ଦନାକୁ ଗାଁରେ ଛାଡ଼ି ଯାଇଥିଲେ । ଗତ ଅଗଷ୍ଟ ୩ ତାରିଖ ଦିନ ସେଠାରେ ରଶ୍ମିତାଙ୍କ ମୃତ୍ୟୁ ଘଟିଥିଲା ତେବେ ତାଙ୍କ ମୃତ୍ୟୁର କାରଣ ଜଣା ପଡ଼ି ନ ଥିବା ବେଳେ ଶୁକ୍ରବାର ଶଙ୍କରଙ୍କ ମଧ୍ୟ ସେଭଳି ମୃତ୍ୟୁ ଘଟିଥିଲା । ତେବେ ଏହି ଦୁଇଜଣଙ୍କୁ ବିଷ ଦେଇ ହତ୍ୟା କରାଯାଇଛି ବୋଲି ପରିବାର ଲୋକେ ଅଭିଯୋଗ କରିଛନ୍ତି । ବର୍ତ୍ତମାନ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ କରୁଛି । ଶଙ୍କରଙ୍କ ମୃତଦେହ ବ୍ୟବଚ୍ଛେଦ ପରେ ପୋଲିସ ଗାଁକୁ ପଠାଇଛି । ଏହି ଘଟଣାର ନିରପେକ୍ଷ ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ନେବାକୁ ଗ୍ରାମବାସୀ ଦାବି କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗୋପସାଗରରେ ସୃଷ୍ଟି ହେଲା ଅବପାତ: ଆସନ୍ତା ୨୪ ଘଣ୍ଟାରେ ଓଡ଼ିଶାକୁ…

ଭୁବନେଶ୍ୱର,୨୬ା୭: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଅବପାତ। ଆଗାମୀ ୨୪ ଘଣ୍ଟାରେ ଏହା ଗଭୀର ଅବପାତର ରୂପ ନେବ। ଆସନ୍ତାକାଲି ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଅତିକ୍ରମ କରିବ। ଏହା…

ଘୁଙ୍ଗିଯୋର ପୋଲ ଉପରେ ୫ ଫୁଟ ବନ୍ୟାଜଳ: ବୀରମହାରାଜପୁର–ଅମରପାଲି ଯୋଗାଯୋଗ ବିଚ୍ଛିନ୍ନ

ଅମରପାଲି, ୨୬।୭ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମୁର୍ଷୁଣ୍ଢୀ ପଞ୍ଚାୟତର ଭୂତିଆପାଲି ଏବଂ ଲୁତୁରପଙ୍କ ପଞ୍ଚାୟତର ମେଣ୍ଡିଲିପାଲି ମଧ୍ୟରେ ପ୍ରବାହିତ ଘୁଙ୍ଗିଯୋରରେ ବନ୍ୟାଜଳ…

ହଷ୍ଟେଲ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ, ତଦନ୍ତ ଦାବି

ଉମରକୋଟ, ୨୬।୦୭ (ସନ୍ତୋଷ ସତପଥୀ): ନବରଙ୍ଗପୁର ଜିଲା ଉମରକୋଟ ବ୍ଲକର ବାଟିବେଡ଼ା ସରକାରୀ ଆଶ୍ରମ ବିଦ୍ୟାଳୟରେ ଜଣେ ଅଷ୍ଟମ ଶ୍ରେଣୀ ହଷ୍ଟେଲ ଛାତ୍ରୀଙ୍କ ସନ୍ଦିଗ୍ଧ ମୃତ୍ୟୁ ଘଟଣାକୁ…

ମୋଦିଙ୍କ ମନ କି ବାତ: କାରଗିଲ ବିଜୟ ଦିବସର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୬।୭: ଦେଶର ଲକ୍ଷ ଲକ୍ଷ ଲୋକଙ୍କ ପାଇଁ, ପ୍ରତି ମାସର ଶେଷ ରବିବାର ସକାଳ ୧୧ ଟାର ବିଶେଷ ଗୁରୁତ୍ୱ ରହିଛି। ଏହାର କାରଣ ହେଉଛି ପ୍ରଧାନମନ୍ତ୍ରୀ…

ଛାତ୍ରମାନଙ୍କୁ ପିଟିବାକୁ କିଏ ଦେଇଥିଲା ନିର୍ଦ୍ଦେଶ? ଅମିତ ଶାହାଙ୍କୁ ଚିଠି ଲେଖି ରାହୁଲ ପଚାରିଲେ ଏମିତି ତୀକ୍ଷ୍ଣ ପ୍ରଶ୍ନ

ନୂଆଦିଲ୍ଲୀ,୨୬ା୭: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଛାତ୍ର ପ୍ରତିବାଦ ସମ୍ପର୍କରେ ଏକ ଚିଠି ଲେଖିଛନ୍ତି। ସେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ପ୍ରଶ୍ନ କରିଛନ୍ତି ଯେ,…

ରାଜଧାନୀରେ ମୁଣ୍ଡବିହୀନ ମୃତଦେହ : ବରମୁଣ୍ଡା ବସ୍‌ଷ୍ଟାଣ୍ଡ ନିକଟରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଠାବ

ଭୁବନେଶ୍ୱର, ୨୬।୭: ରାଜଧାନୀ ଭୁବନେଶ୍ୱରର ବରମୁଣ୍ଡା ବସ୍‌ଷ୍ଟାଣ୍ଡ ସମ୍ମୁଖ ରାସ୍ତାରୁ ରବିବାର ଭୋର ସମୟରେ ଏକ ମୁଣ୍ଡବିହୀନ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି। ଘଟଣାଟି ଅଞ୍ଚଳରେ…

ସଙ୍ଗୀତ ଶିକ୍ଷାର ମହତ୍ତ୍ୱ , ସଂସ୍କାର ଗଠନରେ ଏହାର ଗୁରୁତ୍ୱପୂର୍ଣ୍ଣ ଭୂମିକା…

ଭଞ୍ଜନଗର,୨୬।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ଭଞ୍ଜନଗର ସଙ୍କୁଳ ପକ୍ଷରୁ ଆୟୋଜିତ ଦୁଇଦିନିଆ ସଙ୍ଗୀତ କର୍ମଶାଳା ଶନିବାର ଉଦ୍‌ଘାଟିତ ହୋଇଯାଇଛି।…

ପ୍ରଧାନମନ୍ତ୍ରୀ, ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ଇସ୍ତଫା ଦାବି: କଂଗ୍ରେସ ପକ୍ଷରୁ କୁଶପୁତ୍ତଳିକା ଦାହ

ଭଞ୍ଜନଗର, ୨୬/୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଂଗ୍ରେସର ପଶ୍ଚିମ ସାଂଗଠନିକ ଜିଲା କମିଟି ପକ୍ଷରୁ ଶନିବାର ସନ୍ଧ୍ୟାରେ ଭଞ୍ଜନଗର ସହରରେ ଏକ ଶୋଭାଯାତ୍ରା ବାହାର କରାଯାଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri