କର୍ମଚାରୀ, ଶିକ୍ଷକ ବିକାଶ ମଞ୍ଚର ଅଭିଯୋଗ: ପ୍ରତିଶ୍ରୁତି ପାଳନ କରୁନାହାନ୍ତି ରାଜ୍ୟ ସରକାର

ବ୍ରହ୍ମପୁର ଅଫିସ,୧୨ା୧-ସେବାନିବୃତ୍ତ କର୍ମଚାରୀ ଓ ଶିକ୍ଷକଙ୍କ ବିଭିନ୍ନ ସମସ୍ୟାର ସମାଧାନ ଏବଂ ଦାବି ପୂରଣ ପାଇଁ ପ୍ରତିଶ୍ରୁତି ପରେ ପ୍ରତିଶ୍ରୁତି ଦିଆଯାଉଛି। ତେବେ ପାଳନ କରା ନ ଯାଇ ସରକାର ପ୍ରତାରଣା କରୁଥିବା ଓଡ଼ିଶା ସେବା ନିବୃତ୍ତ କର୍ମଚାରୀ ଓ ଶିକ୍ଷକ ବିକାଶ ମଞ୍ଚ ଗଞ୍ଜାମ ଜିଲା ଶାଖା ଅଭିଯୋଗ କରିଛି। ପ୍ରତିବାଦରେ ମଞ୍ଚ ପୁଣି ଆନ୍ଦୋଳନକୁ ଓହ୍ଲାଇବା ଚେତାବନୀ ଦେଇଛି। ମଞ୍ଚ ରାଜ୍ୟ ସମ୍ପାଦକ ଶ୍ୟାମ ସୁନ୍ଦର ଖାଡ଼ଙ୍ଗା ଓ ଜିଲା ଶାଖା ସମ୍ପାଦକ ରାଜେନ୍ଦ୍ର ପଣ୍ଡା ଶନିବାର ଏଠାରେ ଏହି ସୂଚନା ଦେଇଛନ୍ତି। ଫେବୃୟାରୀ ୧୨ରେ ମଞ୍ଚ କନଭେନଶନ୍‌ ଭୁବନେଶ୍ୱରରେ ଅନୁଷ୍ଠିତ ହେବ । ଆନ୍ଦୋଳନ ତାରିଖ ଘୋଷଣା କରାଯିବାର କୁହାଯାଇଛି।
ରାଜ୍ୟ ସମ୍ପାଦକ କହିଛନ୍ତି, କର୍ମଚାରୀ ଓ ଅବସରପ୍ରାପ୍ତ କର୍ମଚାରୀଙ୍କୁ କେନ୍ଦ୍ର ସରକାର ସମସ୍ତ ସୁବିଧା ଯୋଗାଇଛନ୍ତି। ରାଜ୍ୟ ସରକାର ମଧ୍ୟ କେନ୍ଦ୍ରୀୟ ନିଷ୍ପତ୍ତିକୁ କାର୍ଯ୍ୟକାରୀ କରାଯିବା ପ୍ରତିଶ୍ରୁତି ଦେଇ ଏଯାବତ୍‌ କାର୍ଯ୍ୟକାରୀ କରିନାହାନ୍ତି। ତେଣୁ ପେନସନଭୋଗୀ କର୍ମଚାରୀଙ୍କ ମଧ୍ୟରେ ଅସନ୍ତୋଷର ନିଅଁା ଜଳୁଛି। ବିଭିନ୍ନ ସମୟରେ ୫ମ, ଷଷ୍ଠ ଓ ସପ୍ତମ ବେତନ କମିଶନ ସୁପାରିସ ଅନୁସାରେ ସମସ୍ତ ସୁବିଧା ଦିଆଯିବାର ମଞ୍ଚ ଏବଂ ସରକାରୀ ପଦାଧିକାରୀଙ୍କ ମଧ୍ୟରେ ଲୋକସେବା ଭବନରେ ଆଲୋଚନା ହୋଇଛି। ସମାଧାନର ପ୍ରତିଶ୍ରୁତି ମଧ୍ୟ ଦିଆଯାଇଛି। ଅସଙ୍ଗତି ଦୂର କରାଯାଉ ନ ଥିବାରୁ ସମସ୍ୟା ଉପୁଜିଛି।
ଅବିଳମ୍ବେ ଅସଙ୍ଗତି ଦୂର କରାଯିବା, ଜୁଲାଇରେ କେନ୍ଦ୍ର ସରକାରୀ କର୍ମଚାରୀ ଓ ଅବସରପ୍ରାପ୍ତ କର୍ମଚାରୀଙ୍କୁ ୫% ଡିଏ ବଢ଼ାଇ ପ୍ରାପ୍ୟ ଦେଇ ସାରିଛନ୍ତି। ରାଜ୍ୟ ସରକାର ବର୍ତ୍ତମାନ ସୁଦ୍ଧା ବର୍ଦ୍ଧିତ ଡିଏ ନେଇ ଘୋଷଣା କରି ନ ଥିବାରୁ ମଞ୍ଚ ଗଞ୍ଜାମ ଶାଖା ପକ୍ଷରୁ ପ୍ରତିକ୍ରିୟା ପ୍ରକାଶ କରାଯାଇଛି। ସମସ୍ତ ଦାବି ତୁରନ୍ତ ପୂରଣ ପାଇଁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…

ମୋବାଇଲ୍‌ଠାରୁ ଦୂରେଇ ରହିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଲେ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୫।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଡିଗ୍ରୀ କଲେଜ ପରିସରରେ ସେବା ସଂକଳ୍ପ ଅଭିଯାନ ଆନୁକୂଲ୍ୟରେ ଯୁକ୍ତ ୩ ଛାତ୍ରୀଛାତ୍ରଙ୍କୁ ନେଇ…

ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍‌ ଚଢ଼ାଉ କରି…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ        

ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ଗ୍ରାମର ନବୀନ ମହାଙ୍କୁଡ଼ ଙ୍କୁ ଗ୍ରାମର ଗୋପୀନାଥ ଡାକୁଆ ରବିବାର ଅପରାହ୍ନ ପ୍ରାୟ ସାଢେ ୪ ଟାରେ…

ଦକ୍ଷିଣପୁର ଗାଁ ପୋଖରୀରେ ୪ କୁମ୍ଭୀର: ଲୋକେ ଆତଙ୍କିତ

ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଗୋକର୍ଣ୍ଣପୁର ପଞ୍ଚାୟତ ଦକ୍ଷିଣପୁର ଗାଁ ଦାନ୍ତା ପୋଖରୀ(ବନ୍ଧ) ରେ ୪ ଟି କୁମ୍ଭୀର ଥିବା ଲୋକେ ଦେଖିବା ପରେ…

ପୋଖରୀରୁ ମାଛ ଚୋରି ଉଦ୍ୟମ: ଧରାପଡ଼ିବାରୁ ତେଣ୍ଟାରେ ଭୁଷି ହତ୍ୟା ଉଦ୍ୟମ, ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି, ୫/୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ ଅନ୍ତର୍ଗତ ସିନ୍ଧୁଖାଳି ଗ୍ରାମ ନିକଟସ୍ଥ ପୋଖରୀରୁ ମାଛ ଚୋରି ଉଦ୍ୟମକୁ କେନ୍ଦ୍ର…

ହୃଦ୍‌ଘାତରେ ଅନିତା ଆରୁଖଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

ଭଞ୍ଜନଗର, ୫।୧ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର୍‌ ଆସୋସିଏସନର ବରିଷ୍ଠ ସଦସ୍ୟ ତଥା ବରିଷ୍ଠ ବିଜେଡି ନେତା ଦିବାକର ନାୟକଙ୍କ ଧର୍ମପତ୍ନୀ ଅନିତା ଆରୁଖଙ୍କ…

ଗଞ୍ଜାମ ସହରରେ ଆଲୋକୀକରଣ ବ୍ୟବସ୍ଥା ପ୍ରହସନ! ଶୁଭାରମ୍ଭର ମାସେ ପରେ ବି ଜଳୁନି ଷ୍ଟ୍ରିଟ ଲାଇଟ

ଗଞ୍ଜାମ, ୫।୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ସହରରେ ଆଲୋକୀକରଣ ବ୍ୟବସ୍ଥା ଏବେ ପ୍ରହସନରେ ପରିଣତ ହୋଇଛି। ଗତ ଅଗଷ୍ଟ ୩୧ ତାରିଖରେ ସହରରେ ଷ୍ଟ୍ରିଟ ଲାଇଟ ବ୍ୟବସ୍ଥାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?