କର୍ମଚାରୀଙ୍କ ଘରୁ ନଗଦ ଟଙ୍କା, ସୁନା ଅଳଙ୍କାର ଚୋରି

ଯୋଡ଼ା, ୧୧।୬ (ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ସହରର ବନେଇକଳା ବସ୍ତିରେ ଭଡା ଘରେ ରହୁଥିବା ଜଣେ କମ୍ପାନୀ କର୍ମଚାରୀଙ୍କ ଘରୁ ନଗଦ ଟଙ୍କା ଓ ସୁନା ଅଳଙ୍କାର ଚୋରି ହୋଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ପୋଲିସ ସୂଚନାନୁଯାୟୀ, ଏସଏମ ବର୍ମା ନାମକ ଜଣେ ବ୍ୟକ୍ତି ଭଡାରେ ରହୁଥିଲେ। ମଙ୍ଗଳବାର ବିଳମ୍ବିତ ରାତିରେ ଏସଏମ ବର୍ମା ଓ ତାଙ୍କ ସ୍ତ୍ରୀ ଶୋଇଥିବା ସମୟରେ ଚୋର ତାଙ୍କ ଶୋଇବା ଘରେ ପଶି ନଗଦ ୮୦ ହଜାର ଟଙ୍କା ଓ ୩ଟି ସୁନା ଚେନ୍‌, ୨ହଳ ସୁନା କାନ ଫୁଲ, ୨ ହଳ ସୁନା ଚୁଡି, ୭ଟି ସୁନା ମୁଦି, ୪ ହଳ ରୂପା ପାଉଞ୍ଜି ସହ ୨ଟି ମୋବାଇଲ୍‌ ଫୋନ ଚୋରି କରିନେଇଥିବା ଅଭିଯୋଗ ହୋଇଛି ା ପୋଲିସ ଏନେଇ ଏକ ମାମଲା (ନଂ.୯୭/୨୦୨୦) ରୁଜୁ କରି ତଦନ୍ତ ଆରମ୍ଭ କରିଥିବା ବେଳେ ଘରର କିଛି ଦୂରରେ ଥିବା ପୋଖରୀ ନିକଟରେ ଚୋର ଛାଡିଯାଇଥିବା ଖାଲି ବ୍ୟାଗ୍‌ ମିଳିଛି ା


Enter your email to get our daily news in your inbox.

All Right Reserved By Dharitri.Com

ମା’ ଦଣ୍ଡକାଳୀଙ୍କ ଯାତ୍ରା: ମହୁରୀ, ଢୋଲ ଶବ୍ଦରେ ପ୍ରକମ୍ପିତ ହେଲା ସହର

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ) : ଆଉ ଚାରି ଦିନ ପରେ ମା’ ଦଣ୍ଡ କାଳୀଙ୍କ ଯାତ୍ରା ସମାପନ ହେବ । ଆସନ୍ତା ମେରୁ ଯାତ୍ରା ପରେ ନିଜ…

ମୁହଁରେ ତୁଣ୍ଡି ବାନ୍ଧି ଦେଇଛନ୍ତି ୩ ଦଳ: ସିଜିମାଳି ଘଟଣାରେ ସମସ୍ତେ ନୀରବ

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ରାୟଗଡ଼ା ଜିଲା କାଶୀପୁର ବ୍ଲକ୍‌ର ସିଜିମାଳି ବକ୍ସାଇଟ୍‌ ଖଣିକୁ ୨୦୨୩ ଫେବୃଆରୀ ୨୧ରେ ବେଦାନ୍ତ ଲିଜ୍‌ ନେଇଥିଲା। ସେବେଠାରୁ ଏହାକୁ ସ୍ଥାନୀୟ ଆଦିବାସୀ ଲୋକମାନେ…

ଛେଲବାହାଲ ଗ୍ରାମବାସୀଙ୍କ ଆନ୍ଦୋଳନ ଚେତାବନୀ: ବାଲିଘାଟ ଲିଜ୍‌ ଋଦ୍ଦ ଦାବି

ଲୋଇସିଂହା,୧୧।୪(ସୁଶାନ୍ତ ବାରିକ):ପାନୀୟ ଜଳ ଯୋଗାଣ ବ୍ୟାହତ ଯୋଗୁ ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଧୀନ ଛେଲବାହାଲ ବାଲିଘାଟ ଲିଜ୍‌କୁ ରଦ୍ଦ କରିବାକୁ ଛେଲବାହାଲ ଗ୍ରାମବାସୀ ସ୍ଥାନୀୟ ବିଧାୟକ…

ଝିଅର ମୃତଦେହ ସହିତ ପ୍ରାୟ ପାଞ୍ଚ ମାସ ଧରି ରହୁଥିଲେ ବାପା: ହଠାତ୍‌ ଦିନେ ଘଟିଲା…

ଲକ୍ଷ୍ନୌ,୧୧।୪: ଉତ୍ତର ପ୍ରଦେଶର ମିରଟ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ସଦର ପୋଲିସ ଷ୍ଟେଶନ ଅଞ୍ଚଳର ଜଣେ ବାପା ତାଙ୍କ…

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

କାହାକୁ ଚିୟର କରିବେ ଗିଲ୍‌ ନା ଅର୍ଜୁନ: ଏମିତି ପ୍ରତିକ୍ରିୟା ଦେଲେ ସାରା ତେନ୍ଦୁଲକର, ଦେଖନ୍ତୁ VIDEO

ଲକ୍ଷ୍ନୌ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଆଜି ଦୁଇଟି ମ୍ୟାଚ ଖେଳାଯିବ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଏବଂ ଗୁଜରାଟ ଟାଇଟାନ୍ସ ଖେଳିବେ। ମ୍ୟାଚ ପୂର୍ବରୁ ସାରା ତେନ୍ଦୁଲକରଙ୍କ ଏକ…

ଯାତ୍ରୀବାହୀ ବସ୍‌କୁ ପଛପଟୁ ପିଟିଲା ଟ୍ରକ: ବିଦ୍ୟୁତ ଟ୍ରାନ୍ସଫର୍ମରରେ ବାଜି…

ସୋହେଲା,୧୧।୪(ଅଶ୍ବିନୀ ପାତ୍ର):ବରଗଡ଼ ଜିଲା ସୋହେଲାଠାରେ ବରଗଡ଼ ରାୟପୁର ଜାତୀୟ ରାଜପଥ ରେ ଏକ ବଡ଼ ଧରଣର ସଡକ ଦୁର୍ଘଟଣା ଘଟିଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ରାଉରକେଲାରୁ ରାୟପୁର…

କ୍ରୀଡ଼ା ସାମଗ୍ରୀ କିଣାରେ ଦୁର୍ନୀତି ଘଟଣା: ଅଭିଯୋଗ ପରେ ବି ହେଉନି କାର୍ଯ୍ୟାନୁଷ୍ଠାନ

ଭବାନୀପାଟଣା,୧୧ା୪(ଉତ୍ତମ କୁମାର ଦାଶ):ପୂର୍ବ ସରକାର ପ୍ରତି ବ୍ଲକକୁ କ୍ରୀଡ଼ା ସାମଗ୍ରୀ କିଣିବା ପାଇଁ ଆର୍ଥିକ ସହାୟତା ଯୋଗାଇଥିଲେ। ଗ୍ରାମାଞ୍ଚଳରେ କ୍ରୀଡ଼ା କ୍ଷେତ୍ରରେ ଆଗ୍ରହ ସୃଷ୍ଟି ଏହାର ମୂଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri