କର୍ମଚାରୀଙ୍କୁ ଦରମା ନ ଦେବା ଅଭିଯୋଗ: ସଫେଇ ସଂସ୍ଥା ମୁଖ୍ୟ ଗିରଫ

ବାରିପଦା ଅଫିସ, ୨୫ା୧୦- ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ପଣ୍ଡିିତ ରଘୁନାଥ ମୁର୍ମୁ ମେଡିକାଲ କଲେଜରେ ଦୀର୍ଘ ଦିନ ହେବ ସଫେଇ କର୍ମଚାରୀଙ୍କୁ ଦରମା ପ୍ରଦାନ କରାଯାଉ ନ ଥିବା ଅଭିଯୋଗ ହୋଇଆସୁଛି। ଏଥିନେଇ ବିଭିନ୍ନ ସମୟରେ ସଫେଇ କର୍ମଚାରୀମାନେ କାର୍ଯ୍ୟବନ୍ଦ ଆନ୍ଦୋଳନ କରିଆସୁଛନ୍ତି। ନିକଟରେ ୫-ଟି ସଚିବ ଭି.କାର୍ତ୍ତିକେୟନ ପାଣ୍ଡିଆନଙ୍କ ଗସ୍ତ ସମୟରେ ମଧ୍ୟ ସଫେଇ କର୍ମଚାରୀମାନେ ଏଭଳି ଅଭିଯୋଗ କରି କାର୍ଯ୍ୟବନ୍ଦ ଆନ୍ଦୋଳନ କରିଥିଲେ। ଏହାକୁ ଗୁରୁତର ସହିତ ନେଇ ବାରିପଦା ଉପଜିଲାପାଳଙ୍କ ନିର୍ଦ୍ଦେଶରେ ବାରିପଦା ତହସିଲଦାର ତଦନ୍ତ କରି ସଫେଇ ଦାୟିତ୍ୱରେ ଥିବା ସଂସ୍ଥା ବିରୋଧରେ ବାରିପଦା ଟାଉନ ଥାନାରେ ଗତ ୧୦ ତାରିଖରେ ଲିଖିତ ଅଭିଯୋଗ କରିଥିଲେ। ଏହି ଅଭିଯୋଗକୁ ଭିତ୍ତି କରି ଟାଉନ ଥାନା ପୋଲିସ ଏକ ମାମଲା (ନଂ.୨୮୪ /୧୯) ରୁଜୁ କରିଛି। ସଫେଇ ଦାୟିତ୍ୱରେ ଥିବା ସୁମିତ ସିକ୍ୟୁରିଟିର ମୁଖ୍ୟ ପ୍ରସନ୍ନ କୁମାର ସାହୁଙ୍କୁ ପୋଲିସ ଗିରଫ କରିଛି। ଅନ୍ୟପକ୍ଷେ ଏହି ଅଭିଯୋଗକୁ ଗିରଫ ସଫେଇ ସଂସ୍ଥା ମୁଖ୍ୟ ସାହୁ ଖଣ୍ଡନ କରିଛନ୍ତି। ସଫେଇ ବାବଦକୁ ମେଡିକାଲ କଲେଜ କର୍ତ୍ତୃପକ୍ଷ ତାଙ୍କୁ କିଛି ବି ଟଙ୍କା ପଇଠ କରି ନ ଥିବା ବେଳେ ସେ ସମସ୍ତ ସଫେଇ କର୍ମଚାରୀଙ୍କୁ ଦରମା ପ୍ରଦାନ କରିଆସୁଛନ୍ତି। ତାଙ୍କ ନିକଟରେ ସମସ୍ତ ବ୍ୟାଙ୍କ ଷ୍ଟେଟମେଣ୍ଟ ରହିଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକଙ୍କ ବଦାନ୍ୟତା: ଦୁଇ ମହିଳାଙ୍କୁ ପ୍ରତିମାସରେ ନିଜ ଆକାଉଣ୍ଟରୁ ପଠାଇବେ ଟଙ୍କା, ଜାଣନ୍ତୁ କେତେ…

ଖଡ଼ିଆଳ,୩୧।୮(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ କିରିକିଟା ଗ୍ରାମ ପଞ୍ଚାୟତର ଜଙ୍ଗଲ ପାହାଡ଼ ପରିବେଷ୍ଟିତ ଅପହଞ୍ଚ ଇଲାକା କପରଗଡ଼ରେ ଆଦିବାସୀ କଲ୍ୟାଣ ମହାସଂଘ ତରଫରୁ…

ସ୍ବାବଲମ୍ବୀ ହୋଇ ଅନ୍ୟକୁ ରୋଜଗାରର ପଥ ଦେଖାଇଛନ୍ତି ମହିଳା, କଦଳୀ ଚାଷ କରିି ବବି ଲକ୍ଷପତି

ନୂଆପଡା,୩୧।୮ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡା ଅଭୟାରଣ୍ୟର ପାଦଦେଶରେ ଥିବା ବିଶିବାହାଲ ଗାଁ ମାଟି ଲେଖୁଛି ସଫଳତାର ନୂଆ କାହାଣୀ। ବିଶିବାହାଲ…

ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରୁ ଦିବ୍ୟାଙ୍ଗ ନାବାଳିକାଙ୍କୁ ଉଠାଇ ନେବା ଘଟଣା ୧୦ କିମି ଦୂର ଗାଁରୁ ଉଦ୍ଧାର

ଛତ୍ରପୁର,୩୧।୮,(ଦିଲ୍ଲୀପି ସାମଲ): ଛତ୍ରପୁର ସରକାରୀ ଉପଖଣ୍ଡ ଚିକିତ୍ସାଳୟ ପରିସରରୁ ଜଣେ ୫ ବର୍ଷର ଦିବ୍ୟାଙ୍ଗ ନାବାଳିକାକୁ ସମ୍ପର୍କୀୟ ପରିଚୟ ଦେଇ ଜଣେ ବ୍ୟକ୍ତି ଉଠାଇ ନେବା ଘଟଣାରେ…

ବରଗଡ଼ରେ ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା

ବରଗଡ଼,୩୧ା୮(ପ୍ରେମାନନ୍ଦ ଖମାରୀ): ସାରା ରାଜ୍ୟରେ ଲଘୁଚାପଜନିତ ବର୍ଷା ଜାରି ରହିଥିବାବେଳେ ବରଗଡ଼ ଜିଲାରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅତି ଭୟଙ୍କର ବର୍ଷା ହେବାର ଆଶଙ୍କା ଦେଖାଦେଇଛି।…

ସର୍ଭର ଡାଉନ, ପଞ୍ଜୀକରଣ ପାଇଁ ଚାଷୀ କଲବଲ

ହାଟଡିହୀ/ଛେନାପଦୀ,୩୦l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଚାଷୀଙ୍କ ନାମ ପଞ୍ଜୀକରଣର ସମୟ ସୀମା ସରକାର ଆଉ ୭ ଦିନ ବୃଦ୍ଧି କରିଛନ୍ତି। କିନ୍ତୁ ସର୍ଭର ଡାଉନ ଥିବାରୁ ଚାଷୀ ନାମ…

ଲାଞ୍ଚ ନେଇ ଧରାପଡ଼ିଲେ ଜିଲା ଶ୍ରମ ଅଧିକାରୀ

କେନ୍ଦୁଝର,୩୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇ ଜଣେ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଜିଲା ଶ୍ରମ ଅଧିକାରୀ…

ସ୍ବୟଂ ସହାୟିକା ଗୋଷ୍ଠୀ ଟଙ୍କା ଆତ୍ମାସତ କରି ମହିଳା ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ସ୍ବୟଂ ସହାୟକ ଗୋଷ୍ଠୀ ଜଟଙ୍କା ଓ ସୁନା ସଂଗ୍ରହ କରି ଆତ୍ମସାତ୍‌ କରିବା ଅଭିଯୋଗରେ ପାରଳାଖେମୁଣ୍ଡି ପୋଲିସ ଜଣଙ୍କୁ ହାଇଦ୍ରାବାଦରୁ ଗିରଫ କରିଛି। ଗିରଫ…

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri