Posted inରାଜ୍ୟ

କଲବଲ କରୁଛି ଗରମ, ଗୁଳୁଗୁଳି

ଭୁବନେଶ୍ୱର,୧୧ା୬(ବ୍ୟୁରୋ): ମୌସୁମୀ କେରଳ ଛୁଇଁ ସାରିଛି। ଓଡ଼ିଶାକୁ କେବେ ସୁଦ୍ଧା ମୌସୁମୀ ଆସିବ ସେ ନେଇ ଏ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ଅନ୍ୟପଟେ ରାଜ୍ୟରେ ଲେଉଟିଥିବା ପ୍ରଚଣ୍ଡ ଗ୍ରୀଷ୍ମ ପରିବେଶକୁ ଉତ୍ତପ୍ତ କରିଦେଇଛି। ସାରା ରାଜ୍ୟ ଗରମ ଓ ଗୁଳୁଗୁଳିରେ କଲବଲ ହେଉଛି। ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ମଣିଷଠାରୁ ଆରମ୍ଭକରି ପଶୁପକ୍ଷୀ ପ୍ରବଳ ଗ୍ରୀଷ୍ମରେ ଆଉଟପାଉଟ ହେଉଛନ୍ତି। ପଶ୍ଚିମ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ଭୟଙ୍କର ଗ୍ରୀଷ୍ମ ଲହରି ଜାରି ରହିଥିବା ବେଳେ ଉପକୂଳବର୍ତ୍ତୀ ଜିଲାଗୁଡ଼ିକ ଗୁଳୁଗୁଳିରେ ଅଣନିଃଶ୍ୱାସୀ ହେଲାଣି। ଆକାଶ ମେଘ ବାଦଲରେ ଘୋଡ଼ାଇ ରହୁଥିଲେ ମଧ୍ୟ ଗରମରୁ ମୁକ୍ତି ମିଳୁନାହିଁ। ଉପକୂଳବର୍ତ୍ତୀ ସହରଗୁଡ଼ିକରେ ତାପମାତ୍ରା ୪୦ ଡିଗ୍ରୀ ତଳେ ରହୁଥିଲେ ମଧ୍ୟ ବାୟୁମଣ୍ଡଳର ଆର୍ଦ୍ରତା ୮୦ରୁ ୯୦ ପ୍ରତିଶତ ରହୁଛି। ଆକାଶ ମେଘୁଆ ରହୁଥିବାରୁ ଭୂପୃଷ୍ଠରୁ ବିକିରଣ ହେଉଥିବା ତତଲା ବାୟୁ ବାଦଲକୁ ଭେଦକରି ଯାଇପାରୁ ନାହିଁ। ଫଳରେ ପରିବେଶ ଉତ୍ତପ୍ତ ସାଙ୍ଗକୁ ଗୁଳୁଗୁଳି ଅସହ୍ୟ ହେଉଛି। ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପାରଦ ୪୪ ଡିଗ୍ରୀ ସେଲସିୟସ ଉପରକୁ ଉଠିଯାଉଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟରୁ ମିଳିଥ୍‌ତ୍ବା ସୂଚନା ଅନୁଯାୟୀ ସୋମବାର ରାଜ୍ୟର ୧୧ଟି ସହରରେ ତାତି ୪୦ ଡିଗ୍ରୀ ସେଲସିୟସ ଉପରକୁ ଉଠିଯାଇଛି। ସମ୍ବଲପୁରରେ ସର୍ବୋଚ୍ଚ ତାପମାତ୍ରା ୪୪.୬ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିବା ବେଳେ ଝାରସୁଗୁଡ଼ା ୪୩.୨, ଅନୁଗୋଳ ୪୧.୧, ସୁନ୍ଦରଗଡ଼ ୪୦, ହୀରାକୁଦ ୪୪.୮, ତାଳଚେର ୪୦.୫, ଭବାନୀପାଟଣା ୪୦.୨, ବଲାଙ୍ଗୀର ୪୨.୫, ଫୁଲବାଣୀ ୪୦.୪, ଟିଟିଲାଗଡ଼ ୪୩.୬ ଏବଂ ସୋନପୁରର ତାପମାତ୍ରା ୪୧.୮ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି। ଏଭଳି ପାଗ ଆସନ୍ତା ୧୫ ତାରିଖ ଯାଏ ଜାରି ରହିବ ବୋଲି ପାଣିପାଗ ବିଭାଗ ଅନୁମାନ କରିଛି।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳବର୍ତ୍ତୀ ଜିଲା ସମେତ ମାଲକାନଗିରି, ମୟୂରଭଞ୍ଜ, କୋରାପୁଟ, ରାୟଗଡ଼ା, କନ୍ଧମାଳ, ଗଜପତି, ଗଞ୍ଜାମ, ମୟୂରଭଞ୍ଜ, କେନ୍ଦୁଝର, ପୁରୀ, ସୁନ୍ଦରଗଡ଼, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଜିଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ସ୍ବଳ୍ପରୁ ମଧ୍ୟମଧରଣର ବର୍ଷା ହେବାର ସମ୍ଭାବନା ରହିଛି। କୋରାପୁଟ, ମାଲକାନଗିରି, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଏବଂ ସୁନ୍ଦରଗଡ଼ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଝଡ଼ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭରଣପୋଷଣ ଦୟା ନୁହେଁ, ସ୍ତ୍ରୀଙ୍କ ଅଧିକାର: ହାଇକୋର୍ଟଙ୍କ ଐତିହାସିକ ରାୟ

ନୂଆଦିଲ୍ଲୀ,୧୭।୨: ସ୍ତ୍ରୀଙ୍କୁ ଭରଣପୋଷଣ ଦେବା କୌଣସି ଦୟା କିମ୍ବା ଦାନ ନୁହେଁ, ବରଂ ଏହା ସେମାନଙ୍କର ଏକ ଆଇନଗତ ଅଧିକାର। ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି…

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ଡିଜିଟାଲ୍ ଯୁଗରେ ବି କ୍ୟାଶ୍‌ର କମାଲ୍: ବଜାରରେ ୪୦ ଲକ୍ଷ କୋଟି ଅତିକ୍ରମ କଲା ନଗଦ ଟଙ୍କା

ନୂଆଦିଲ୍ଲୀ,୧୭।୨: ଦେଶରେ ଡିଜିଟାଲ୍ ପେମେଣ୍ଟ ବା UPI କାରବାରରେ ବ୍ୟାପକ ବୃଦ୍ଧି ପାଇବାରେ ଲାଗିଛି। ଏହାରି ମଧ୍ୟରେ ଭାରତୀୟ ଅର୍ଥନୀତିରେ ନଗଦ ଟଙ୍କାର ପ୍ରଚଳନ ଏକ ନୂଆ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ପାକିସ୍ତାନ ପାଇଁ BCCI ସହିବ କ୍ଷତି! ଭାରତରୁ ଛଡ଼ାଇ ନିଆଯାଇପାରେ ବଡ଼ ଟୁର୍ଣ୍ଣାମେଣ୍ଟ

ନୂଆଦିଲ୍ଲୀ,୧୭।୨: କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ଚିନ୍ତାଜନକ ଖବର। ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ସୀମା ବିବାଦର ପ୍ରଭାବ ଏବେ କ୍ରିକେଟ୍ ମୈଦାନ ଉପରେ…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

ଏହିଦିନ ଓଡ଼ିଶା ଆସିବେ ଅମିତ ଶାହା: କଟକରେ ରହିଛି ବଡ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୭।୨: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ମାର୍ଚ୍ଚ ୭ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଏକଦିବସୀୟ ଗସ୍ତ କାଳରେ ସେ କଟକ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri