କଲଭର୍ଟରେ ପିଟି ହେଲା ବାଇକ: ୨ ମୃତ, ଜଣେ ଗୁରୁତର

ଚାନ୍ଦବାଲି,୨୬ା୧୧(ଡି.ଏନ.ଏ.)-ଭଦ୍ରକ ଜିଲା ମତୋ-ଚୌଧୁରୀ ଘାଟ ରାସ୍ତାର ବିଲ ନୂଆଗାଁ ଛକ ନିକଟରେ ସୋମବାର ରାତିରେ ଏକ ବାଇକ ଭାରସାମ୍ୟ ହରାଇ କଲଭର୍ଟରେ ପିଟି ହୋଇଯିବାରୁ ୨ ଜଣ ଯୁବକଙ୍କ ମୃତ୍ୟୁ ଘଟିଛି । ଅନ୍ୟ ଜଣେ ଗୁରୁତର ଆହତ ହୋଇ କଟକରେ ଚିକିତ୍ସିତ ହେଉଛନ୍ତିି ା ମୃତକ ଦ୍ୱୟ ହେଲେ ଅଶୋକ ଦାସ(୩୬) ଓ ବଳରାମ ନାୟକ(୩୨) ା ଆହତଙ୍କ ନାମ ଆନନ୍ଦ ନାୟକ ା ସମସ୍ତଙ୍କ ଘର ବାଂଶଡା ଥାନା ଅଧୀନ ନଳଗୋହୀରା ଗ୍ରାମରେ ା ସେମାନେ ନଳକୂପ ମିସ୍ତ୍ରି ଭାବରେ କାମ କରୁଥିଲେ।

ଏହି ୩ ଯୁବକ ଗୋଟିଏ ବାଇକରେ ବସି ମତୋରୁ ଘରକୁ ଫେରୁଥିବା ବେଳେ ବାଇକ କଲଭର୍ଟରେ ପିଟି ହୋଇ ଯିବାରୁ ସମସ୍ତେ ଛିଟିକି ପଡିଥିଲେ ା ରାସ୍ତାରେ ଯାଉଥିବା ଅନ୍ୟ ପଥଚାରୀ ସେମାନଙ୍କୁ ଉଦ୍ଧାର କରି ଚାନ୍ଦବାଲି ଡାକ୍ତରଖାନାକୁ ପଠାଇଥିଲେ ା ସେଠାରେ ଅଶୋକଙ୍କର ମୃତ୍ୟୁ ହୋଇଯାଇଥିଲା ା ଅନ୍ୟ ଦୁଇଜଣଙ୍କ ଅବସ୍ଥା ଗୁରୁତର ଥିବାରୁ କଟକ ସ୍ଥାନାନ୍ତର କରାଯାଇଥିଲା। ସୋମବାର ବିଳମ୍ବିତ ରାତିରେ ଚିକିତ୍ସାଧୀନ ଅବସ୍ଥାରେ ବଳରାମ ନାୟକଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି। ପୋଲିସ ଦୁର୍ଘଟଣାର ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…

ଜନ୍ମଦିନରେ ଭାସିଯାଇ ଥିଲେ ଯୁବକ, ଦିନକ ପରେ ମିଳିଲା…

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ମାନେଶ୍ୱରସ୍ଥିତ ମାଳତୀଯୋରରେ ଭାସିଯାଇ ନିଖୋଜ ପ୍ରବାସୀ ଶ୍ରମିକ ପ୍ରକାଶ ସରଣ(୨୧)ଙ୍କ ମୃତଦେହକୁ ମାନେଶ୍ୱରର ଅଗ୍ନିଶମ ବାହିନୀ ଶୁକ୍ରବାର ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri