କଲଭର୍ଟରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ମୃତ

କେନ୍ଦୁଝର, ୧୨ା୩(ଡି.ଏନ୍‌.ଏ.)-କେନ୍ଦୁଝର ଜିଲାର ତୁରୁମୁଙ୍ଗା ଥାନା ରାଜନଗର ପଞ୍ଚାୟତ ନୂଆଗଁା ନିକଟରେ ଏକ କଲଭର୍ଟରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଥିବା ଖବର ମିଳିଛି। ମିଳିଥିବା ସୂଚନା ଅନୁସାରେ, ଗୁରୁବାର ଅପରାହ୍ନରେ ରାଜନଗର ପଟୁ ଭୃଙ୍ଗରାଜପଶି ଗ୍ରାମକୁ ଏକ ପଲସର ବାଇକ୍‌ ଯୋଗେ ଯାଉଥିବା ସମୟରେ ନୂଆଗଁା ନିକଟରେ ଥିବା କଲଭର୍ଟରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ମୃତ୍ୟୁବରଣ କରିଛନ୍ତି। ମୃତ ଯୁବକ ଦ୍ୱୟ ଚେମଣା ପଞ୍ଚାୟତ ଭୃଙ୍ଗରାଜପଶି ଗ୍ରାମର ମନୁ ନାଏକଙ୍କ ପୁଅ ବିଦ୍ୟାଧର ନାଏକ(୩୫) ଏବଂ ମୟୂରଭଞ୍ଜ ଜିଲା ରରୁଆଁ ଥାନା ପଣ୍ଡାବିଲା ଗ୍ରାମର କୁମର ନାଏକଙ୍କ ପୁଅ ଲିଟୁନ ନାଏକ(୨୦)। ଦୁର୍ଘଟଣା ସମ୍ପର୍କରେ ଖବରପାଇ ପାଟଣା ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ଉଭୟଙ୍କୁ ଉଦ୍ଧାର କରି କେନ୍ଦୁଝର ମୁଖ୍ୟ ଡାକ୍ତରଖାନାକୁ ଆଣିଥିବା ଜଣାପଡିଛି। ତୁରୁମୁଙ୍ଗା ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଦୂର୍ଘଟଣାଗସ୍ତ ବାଇକ୍‌ ଓ ମୃତଦେହ ଜବତ କରିଥିବା ଜଣାପଡିଛି। ପଣ୍ଡାବିଲାର ଲିଟୁନ ନାଏକ ନୂଆଗଁାକୁ ଏକ ବିବାହ କାର୍ଯ୍ୟରେ ଯୋଗ ଦେବାକୁ ଆସିଥିଲେ। ସେଠାରୁ ତାଙ୍କ ସାଙ୍ଗ ବିଦ୍ୟାଧରଙ୍କ ସହ ଭୃଙ୍ଗରାଜପଶିକୁ ଯାଉଥିବା ସମୟରେ ଏହି ଦୁର୍ଘଟଣା ଘଟିଛି। ଏହି ଘଟଣାଟି ଅଞ୍ଚଳରେ ଶୋକାକୁଳ ପରିବେଶ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିସ୍ଫୋରକ ଗଚ୍ଛିତ ଥିବା ଗୋଦାମରେ ଭୟଙ୍କର ବିସ୍ଫୋରଣ, ୫୦ରୁ ଅଧିକ ମୃତ

ମିଆଁମାରର ନମଖାମର ଏକ ଗୋଳାବାରୁଦ ଡିପୋରେ ଭୟଙ୍କର ବିସ୍ଫୋରଣ ହୋଇଛି । ଏଥିରେ ପ୍ରାୟ ୫୦ରୁ ଉର୍ଦ୍ଧ୍ବ ଲୋକଙ୍କ ମୃତ୍ୟୁ ହୋଇଥିବା ନେଇ ଅନୁମାନ କରାଯାଉଛି ।…

ବରଗଡ଼ ଆସୁଛନ୍ତି ଓଏସସିପିସିଆର୍‌ ସଭ୍ୟା, ଛତୁଆ କେନ୍ଦ୍ରରେ ତଦନ୍ତ କରିବ ଶିଶୁ ସୁରକ୍ଷା ଆୟୋଗ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ):  ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ (ଓଏସସିପିସିଆର୍‌) ସଭ୍ୟା କଳ୍ପନା ଲେଙ୍କା ସୋମବାର ବରଗଡ଼ ଗସ୍ତରେ ଆସୁଥିବା ସୂଚନା ମିଳିଛି । ସେ…

ରାଜପଥରେ ଲୁଟ୍‌ପାଟ୍‌: ଡ୍ରାଇଭରଙ୍କଠାରୁ ଲୁଟି ବନ୍ଧାହେଲେ ୩ ଅଭିଯୁକ୍ତ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ଲୁହାପାତ୍ର(ଆଇରନ୍‌ ଭେସେଲ୍‌) ବୋଝେଇ କରି ଏକ ଗାଡ଼ି ରାୟପୁରରୁ ଅନୁଗୁଳ ଅଭିମୁଖେ ଯାଉଥିଲା । ଶନିବାର ରାତିରେ ୫୩ନମ୍ବର ଜାତୀୟ ରାଜପଥର ବରଗଡ଼ ଗ୍ରାମାଞ୍ଚଳ…

ମମତା ବାନାର୍ଜୀଙ୍କ ବୈଠକରେ ୮୦ରୁ ୬୦ ବିଧାୟକ ଗାୟବ, ଟିଏମସିରେ ହେବକି…..

କୋଲକାତା,୩୧ା୫: ୨୦୨୬ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ​​ଏକ ବଡ଼ ପରାଜୟ ପରେ, ତୃଣମୂଳ କଂଗ୍ରେସ (ଟିଏମସି) ଏକ ନୂତନ ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଥିବା ପରି ମନେ ହେଉଛି…

ବିସ୍ଫୋରକ ଇନିଂସ, ୬ ବଲରେ ୬ ଛକା

ନୂଆଦିଲ୍ଲୀ, ୩୧ା୫: ନେପାଳର କୁଶାଲ ଭୁର୍ତେଲ ରବିବାର ଚାଇନା ବିପକ୍ଷ ୨୦୨୬ ଏସିଆନ ଗେମ୍ସ ଟି୨୦ଆଇ କ୍ୱାଲିଫାୟର ମ୍ୟାଚ୍‌ରେ ୬ ବଲରେ ୬ ଛକା ମାରିଛନ୍ତି। ସେ…

IPL Final: ୧୫୫ ରନ୍‌ରେ ଅଟକିଲା ଗୁଜରାଟ, ଟାଇଟଲ ଲକ୍ଷ୍ୟରେ ବେଙ୍ଗାଲୁରୁ

ଅହମଦାବାଦ, ୩୧ା୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

ହରିଣ ମାରି ମାଂସ କାଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ, ଧନୁ ତୀର…

ପାଟଣା/କେନ୍ଦୁଝର,୩୧।୫(ବୀର କିଶୋର ଦାଶ/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡୋବିଟ ଅଟେଇ ସଂରକ୍ଷିତ ବଣମହୁଲଡିହା ନିକଟରୁ ରବିବାର ସକାଳୁ ଏକ ଅଣ୍ଡିରା ହରିଣକୁ ଶିକାରୀ…

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ; ଉଠା ଦୋକାନିଙ୍କୁ ସଚେତନ, ଭେଣ୍ଡିଂଜୋନକୁ ଯିବାକୁ ନିବେଦନ କଲେ…..

ଦାରିଙ୍ଗବାଡି,୩୧।୫(ଅରୁଣ ସାହୁ): ଓଡିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଛି । ଏହି ରୌଦ୍ର ତାପରୁ ସୁରକ୍ଷିତ ରହିବା ପାଇଁ ରବିବାର ସାପ୍ତାହିକ ହାଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri