କଲରାପତରିଆ ବାଘୁଣୀ ବର୍ଷା ମୃତ

ବାରଙ୍ଗ,୩୧ା୧୨(ଡି.ଏନ୍‌.ଏ)- ପ୍ରାଣୀ ଉଦ୍ୟାନ ନନ୍ଦନକାନନ ରବିବାର ବେଶ ଖୁସିରେ ପ୍ରତିଷ୍ଠା ଦିବସ ପାଳନ କରିଥିବାବେଳେ ସୋମବାର ଏକ ଦୁଃଖଦ ଘଟଣା ଘଟିଯାଇଛି। ୧୯ନଂ. ଏନ୍‌କ୍ଲୋଜରରେ ଥିବା ୧୪ବର୍ଷର ଏକ କଲରାପତରିଆ ବାଘୁଣୀ ବର୍ଷାର ମୃତ୍ୟୁ ହୋଇଛି। ଗତ ୨୪ତାରିଖରେ ଏନକ୍ଲୋଜରରେ ବିଚରଣ କରୁଥିବାବେଳେ ବର୍ଷାର ଗର୍ଭାଶୟ ହଠାତ୍‌ ବାହାରିପଡ଼ିବାରୁ ତାକୁ ୨୫ତାରିଖରେ ଡାକ୍ତରଖାନାକୁ ଅଣାଯାଇଥିଲା। ସେଠାରେ ଡାକ୍ତରମାନେ ନିଶା ଦେଇ ଗର୍ଭାଶୟକୁ ଭିତରକୁ ପୂରାଇ ସିଲାଇ କରିଥିଲେ। ୩ଦିନ ରହିବାପରେ ଟିକେ ସୁସ୍ଥ ହୋଇଆସୁଥିବାର ଅନୁମାନକରି ଡାକ୍ତରଙ୍କ ପରାମର୍ଶକ୍ରମେ କର୍ମଚାରୀମାନେ ବର୍ଷାକୁ ୨୮ତାରିଖରେ ତା’ର ଏନକ୍ଲୋଜରରେ ଛାଡିଥିଲେ। ହଠାତ୍‌ ସୋମବାର ପୁଣିଥରେ ବର୍ଷା ଅସୁସ୍ଥତା ଅନୁଭବ କରିବାରୁ ଡାକ୍ତରଖାନାକୁ ଅଣାଯାଇ ଚିକିତ୍ସା ଆରମ୍ଭ କରାଯାଇଥିଲା। କିନ୍ତୁ ସନ୍ଧ୍ୟା ୫ଟାରେ ବର୍ଷାର ମୃତ୍ୟୁ ହୋଇଥିଲା। ଏହାପୂର୍ବରୁ ମଧ୍ୟ ବର୍ଷାର ଗର୍ଭାଶୟ ଏହିଭଳି ବାହରିଥିଲା। ସୂଚନାଯୋଗ୍ୟ, ବର୍ଷା ୩ମାସର ହୋଇଥିବାବେଳେ ଚନ୍ଦକାରୁ ଉଦ୍ଧାର କରାଯାଇ ନନ୍ଦନକାନନକୁ ଅଣାଯାଇଥିଲା। ଆସିବାର ୨୦ବର୍ଷ ବ୍ୟବଧାନ ପରେ କଲରାପତରିଆ ବାଘ ବଂଶର ମଙ୍ଗ ଧରିବା ସହ ୨୦ଫେବୃୟାରୀ ୨୦୧୦ରେ ଦୁଇଟି ଛୁଆ ଜନ୍ମ କରିଥିଲେ ମଧ୍ୟ ବଞ୍ଚତ୍ପାରି ନ ଥିଲେ। ଏହାପରେ ବର୍ଷା ଆଉ ଛୁଆ ଜନ୍ମ କରିବାର ସୌଭାଗ୍ୟ ଅର୍ଜନ କରିପାରି ନାହିଁ। ବର୍ଷାର ମୃତ୍ୟୁ ପରେ କଲରାପତାରିଆ ବାଘ ସଂଖ୍ୟା ହ୍ରାସପାଇ ୬ରେ ପହଞ୍ଚତ୍ଛି। ସେଥିମଧ୍ୟରେ ୪ ଅଣ୍ଡିରା ଓ ୨ ମାଈ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ୱିତୀୟ ଏକଦିବସୀୟ ମ୍ୟାଚରେ ଇତିହାସ ରଚିଲେ ବିରାଟ-ରୋହିତ, ଗାଙ୍ଗୁଲ-ଦ୍ରାବିଡଙ୍କୁ ପଛରେ ପକାଇଲେ…

ନୂଆଦିଲ୍ଲୀ,୧୬।୭: କାର୍ଡିଫରେ ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଏକଦିବସୀୟ ମ୍ୟାଚରେ ବିରାଟ କୋହଲି ଏବଂ ରୋହିତ ଶର୍ମା ଏକ ଉଲ୍ଲେଖନୀୟ ପ୍ରଦର୍ଶନ ସହିତ ଇତିହାସ ସୃଷ୍ଟି କରିଥିଲେ। ସେମାନଙ୍କର…

ଦିନିକିଆରେ ସଚିନଙ୍କୁ ପଛରେ ପକାଇ ଐତିହାସିକ ରେକର୍ଡ କଲେ ବିରାଟ କୋହଲି

ନୂଆଦିଲ୍ଲୀ,୧୬।୭: ବିରାଟ କୋହଲି ଏକଦିବସୀୟ କ୍ରିକେଟରେ ଆଉ ଏକ ବଡ଼ ରେକର୍ଡ ହାସଲ କରିଛନ୍ତି। ସେ ବର୍ମିଂହାମରେ ତାଙ୍କ ଏକଦିବସୀୟ କ୍ୟାରିୟରର 300ତମ ଇନିଂସରେ ବ୍ୟାଟିଂ କରିଥିଲେ।…

Puri Rath Yatra, ଅଣନିଶ୍ବାସୀ ହୋଇ ଚାଲିଗଲା ୨ ଭକ୍ତଙ୍କ ଜୀବନ!

ପୁରୀ,୧୬।୭: ପୁରୀ ରଥଯାତ୍ରାରେ ଏକ ବଡ଼ ଅଘଟଣ ସାମ୍ନାକୁ ଆସିଛି। ଅଣନିଶ୍ବାସୀ ହୋଇ ୨ଜଣ ଭକ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ଶତାଧିକ ଆହତ ହୋଇଥିବା ଜଣାପଡିଛି। ମୃତାହତଙ୍କୁ…

Video: ହନୁମାନଙ୍କ ଆଶୀର୍ବାଦ ପାଇବା ପରେ ଇନିଂସ ଆରମ୍ଭ କରିଥିଲେ ବୈଭବ ସୂର୍ଯ୍ୟବଂଶୀ, ହେଲିକପ୍ଟର ସଟ ମାରି ନିଜର ଶକ୍ତି ଦେଖାଇଲେ…

ନୂଆଦିଲ୍ଲୀ,୧୬।୭: ବୈଭବ ସୂର୍ଯ୍ୟବଂଶୀ ଇଂଲଣ୍ଡ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚରେ ତାଙ୍କର ଅନ୍ତର୍ଜାତୀୟ ଡେବ୍ୟୁ କରିଥିଲେ। ଏହି ସଫଳତା ସହିତ, ୧୫ବର୍ଷୀୟ…

ଗଞ୍ଜାମରେ ରଥଯାତ୍ରା; ମାଉସୀ ମା’ ମନ୍ଦିରରେ ପହଞ୍ଚି ଦର୍ଶନ ଦେଲେ ତିନି ଠାକୁର, କୁନି ଭକ୍ତ କଲେ….

ଗଞ୍ଜାମ,୧୬।୭(ବିଦ୍ୟାଧର ସାହୁ ): ଗଞ୍ଜାମ ସହରରେ ଚଳିତ ବର୍ଷ ରଥଯାତ୍ରା ମହା ଆଡମ୍ବରରେ ପାଳିତ ହୋଇଛି । ବଡ଼ ବଜାର ସ୍ଥିତ ଜଗନ୍ନାଥ ମନ୍ଦିର ପରିଚାଳନା କମିଟି…

ISROର ୧୦୦ ସାଇଣ୍ଟିଷ୍ଟ ଚାକିରି ଛାଡିବା ପରେ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧୬।୭: ଭାରତ ସରକାର ISRO ବୈଜ୍ଞାନିକମାନଙ୍କ ପାଇଁ ଇସ୍ତଫା ଏବଂ ଅକାଳ ଅବସର ସମ୍ପର୍କିତ ନିୟମକୁ କଡ଼ାକଡ଼ି କରିଛନ୍ତି। ଏକ ସରକାରୀ ନିର୍ଦ୍ଦେଶରେ ISROରେ ଗ୍ରୁପ A…

Puri Rath Yatra: ବଡ଼ଦାଣ୍ଡରେ ଗଡ଼ିଲା ରଥ, ଶରଧାବାଲି ଅଭିମୁଖେ ବଡ଼ ଠାକୁରଙ୍କ ତାଳଧ୍ବଜ

ପୁରୀ,୬।୭: ଶ୍ରୀକ୍ଷେତ୍ର ପୁରୀରେ ଆରମ୍ଭ ହୋଇଛି ରଥଟଣା। ବଡ଼ଦାଣ୍ଡରେ ଗଡ଼ିଲା ପ୍ରଭୁ ବଡ଼ ଠାକୁରଙ୍କ ତାଳଧ୍ବଜ ରଥ। ଲକ୍ଷାଧିକ ଭକ୍ତଙ୍କ ଜୟ ଜଗନ୍ନାଥ ଧ୍ୱନିରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର।…

ପୁରୁଷୋତ୍ତମପୁରରେ ରଥଯାତ୍ରା: ବର୍ଷାରେ ଭିଜିଲେ କାଳିଆ ସାଆନ୍ତ

ପୁରୁଷୋତ୍ତମପୁର,୧୬ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ପବିତ୍ର ରଥଯାତ୍ରା ମହାସମାରୋହରେ ପାଳିତ ହୋଇଯାଇଛି। ହେଲେ ଦୀର୍ଘ ୪ ଦିନ ଧରି ଦାଉ ସାଧି ଲାଗିରହିଥିବା ଲଗାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri