କଲେଜ ଅଧ୍ୟକ୍ଷଙ୍କୁ ରିପୋର୍ଟ ଦେଉନି ପୋଲିିସ: ମହିଳା ଫରେଷ୍ଟରଙ୍କୁ ବ୍ଲାକମେଲ, ବଳାତ୍କାର ଅଭିଯୋଗ ଘଟଣା

ଅନୁଗୋଳ ଅଫିସ, ୧୭।୧ – ଜଣେ ମହିଳା ଫରେଷ୍ଟରଙ୍କୁ ବ୍ଲାକମେଲ ଓ ବଳାତ୍କାର ଅଭିଯୋଗରେ ଅନୁଗୋଳସ୍ଥିତ ଫରେଷ୍ଟ ରେଞ୍ଜର କଲେଜର କନିଷ୍ଠ କିରାଣି ବିଶ୍ୱଜିତ ନାଏକଙ୍କୁ ଗତ ୩ ତାରିଖରେ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। କିନ୍ତୁ ଏ ନେଇ କୌଣସି ସୂଚନା ଏ ଯାଏ ଫରେଷ୍ଟ ରେଞ୍ଜର କଲେଜକୁ ପୋଲିସ ପକ୍ଷରୁ ପଠାଯାଇନାହିଁ। ଫଳରେ ସମ୍ପୃକ୍ତ କିରାଣିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବା ତ ଦୂରର କଥା ଏଯାଏ କର୍ମଚାରୀ ଜଣକ କୁଆଡ଼େ ଯାଇଛନ୍ତି ସେ ନେଇ କଲେଜ ଅଧ୍ୟକ୍ଷ ଅବଗତ ହୋଇପାରୁନାହାନ୍ତି। ଏପରି କି କନିଷ୍ଠ କିରାଣିଙ୍କ ସମ୍ପର୍କରେ ଗଣମାଧ୍ୟମରେ ପ୍ରକାଶିତ ଖବରକୁ ଭିତ୍ତିକରି ସେ ଗତ ୬ ତାରିଖରେ ଅନୁଗୋଳ ଥାନାକୁ ଚିଠି ଲେଖି ଜାଣିବାକୁ ଚାହିଁଥିଲେ। କିନ୍ତୁ ଥାନାକୁ ପଠାଯାଇଥିବା ଚିଠିର ଉତ୍ତର ତାଙ୍କୁ ଅଦ୍ୟାବଧି ମିଳି ନ ଥିବା କଲେଜ ଅଧ୍ୟକ୍ଷ ଭି. କାର୍ତ୍ତିକ ଅଭିଯୋଗ କରିଛନ୍ତି। ଏ ନେଇ ଏସ୍‌ପିଙ୍କ ଦୃଷ୍ଟି ଆକର୍ଷଣ କରିଥିବା ଅଧ୍ୟକ୍ଷ ପ୍ରକାଶ କରିଛନ୍ତି।
ସରକାରୀ ନିମୟ ଅନୁଯାୟୀ କୌଣସି ସରକାରୀ କର୍ମଚାରୀଙ୍କୁ ଗିରଫ କରାଗଲେ ତୁରନ୍ତ ଉକ୍ତ ବିଭାଗୀୟ ମୁଖ୍ୟଙ୍କୁ ପୋଲିସ ଅବଗତ କରିବ। କିନ୍ତୁ ଫରେଷ୍ଟ ରେଞ୍ଜର କଲେଜର କନିଷ୍ଠ କିରାଣିଙ୍କୁ ଗତ ୩ ତାରିଖରୁ ପୋଲିସ ଗିରଫ କରିଥିଲେ ମଧ୍ୟ ଅଦ୍ୟାବଧି ବିଭାଗୀୟ ଅଧିକାରୀଙ୍କୁ ଅବଗତ କରାଯାଇ ନାହିଁ। ଫଳରେ ସମ୍ପୃକ୍ତ କନିଷ୍ଠ କିରାଣିଙ୍କୁ ସସ୍‌ପେଣ୍ଡ କରିବାରେ ସମସ୍ୟା ଉପୁଜୁଥିବା କଲେଜ ଅଧ୍ୟକ୍ଷ ସୂଚନା ଦେଇଛନ୍ତି। ଅନ୍ୟପକ୍ଷରେ ଥାନାରେ ଅଟକ ଥିବାବେଳେ କନିଷ୍ଠ କିରାଣି କଲେଜକୁ କିପରି ଛୁଟି ଦରଖାସ୍ତ ପଠାଇଲେ ତାହାର ଖୋଳତାଡ଼ କରା ନ ଯିବା ବୁଦ୍ଧିଜୀବୀ ମହଲକୁ ଆଶ୍ଚର୍ଯ୍ୟ କରିଛି।
ଏ ନେଇ ଅନୁଗୋଳ ଏସ୍‌ପି ଜଗମୋହନ ମୀନା କହିଛନ୍ତି, ଫରେଷ୍ଟ ରେଞ୍ଜର କଲେଜ ଅଧ୍ୟକ୍ଷଙ୍କୁ ଥାନା ପକ୍ଷରୁ ଚିଠି ପ୍ରଦାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଶାରିରୀକ ସମ୍ପର୍କ ରଖିବାକୁ ମନାକଲେ ଯୁମନା: ପ୍ରେମିକ-ମା’ ମିଶି କଲେ ଏମିତି କାମ

ବାଲେଶ୍ୱର, ୨୧।୩(ବାଞ୍ଛାନିଧି ଦେ):ବାଲେଶ୍ୱର ଜିଲା ରୂପ୍‌ସା ଥାନା ଅଧୀନ ଲଛମନଖୁଣ୍ଟା ଅଞ୍ଚଳରେ ଗତ ୧୭ ତାରିଖରେ ଘଟିଥିବା ମହିଳାଙ୍କ ହତ୍ୟା ଘଟଣାର ପର୍ଦ୍ଦାଫାଶ୍‌ ହୋଇଛି। ଶାରୀରିକ ସମ୍ପର୍କ…

ଅଧରାତିରେ ପ୍ରଧାନ ଶିକ୍ଷୟିତ୍ରୀ-ରାତ୍ର ଜଗୁଆଳିଙ୍କୁ ହାଣିଲେ ଦୁର୍ବୃତ୍ତ:କ୍ଲିନିକ୍‌ ଯାଉଥିବାବେଳେ…

ବାରିପଦା,୨୧।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ କଳମା ଛକ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ଦୁର୍ବୁତ୍ତଙ୍କ ମରଣାନ୍ତ୍ରକ ଆକ୍ରମଣରେ ଜଣେ ମୃତ୍ୟୁବରଣ କରିଥିବାବେଳେ ଜଣେ…

ଚଳନ୍ତା ବସରେ ଲାଗିଲା ନିଆଁ: ଯାତ୍ରା କରୁଥିଲେ ବିଧାୟକ, ଆଉ ତା’ପରେ…

ପଟ୍ଟାଙ୍ଗି,୨୦।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ପଡିଶାକୁ ଲାଗି ରହିଥିବା ଆନ୍ଧ୍ର ରାଜ୍ୟର ବିଜୟନଗରମ ଜିଲା ଅଧିନସ୍ଥ ରାମ୍ପଦ୍ରପୁରମ ନିକଟସ୍ଥ ତାରାପୁରମ ଗ୍ରାମ ନିକଟରେ…

ଫ୍ଲାଏ ଓଭର ବ୍ରିଜ ତଳେ ହୁତୁ ହୁତୁ ହୋଇ ଜଳୁଛି ନିଆଁ

ରାୟଗଡ଼ା,୨୧।୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଲାଇଫ ଲାଇନ ବୋଲାଉଥିବା ତଥା ୩୨୬ ନଂ ଜାତୀୟ ରାଜପଥରେ ରହିଥିବା ଏକ ମାତ୍ର ଫ୍ଲାଏ ଓଭର ବ୍ରିଜ ତଳେ…

ବସୁଧା ଯୋଜନା ଅପହଞ୍ଚ: ପିଇବା ପାଣି ପାଇଁ ସଂଘର୍ଷ କରୁଛନ୍ତି ଗ୍ରାମବାସୀ

ଦାରିଙ୍ଗବାଡ଼ି ୨୧।୩ ( ଅରୁଣ ସାହୁ ) କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ଦୁର୍ଗମ ସିର୍କାବର୍ଗ ପଞ୍ଚାୟତର ବାଞ୍ଜାମାହା ଗାଁ ନାହୁଡ଼ିମାହା ସାହି ଏବଂ ପାଙ୍ଗାମାହାରେ ଜଳ…

ବ୍ଲକ୍‌ କାର୍ଯ୍ୟାଳୟ ପ୍ରବେଶ ପଥ ବିପଦସଙ୍କୁଳ: ଆଖି ବୁଜି ଦେଇଛି ପ୍ରଶାସନ

ଥୁଆମୂଳ ରାମପୁର, ୨୧।୩ (ଦୁର୍ଗା କୀର୍ତ୍ତୀ):ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ବିପଦସଙ୍କୁଳ ହୋଇପଡ଼ିଛି। କାର୍ଯ୍ୟାଳୟ ସମ୍ମୁଖ ଡ୍ରେନ୍‌ ଉପରେ ପଡ଼ିଥିବା…

ବାସନ୍ତୀକ ନବରାତ୍ର ପୂଜା : ଚନ୍ଦ୍ରଘଣ୍ଟା ବେଶରେ ମା’ ସମଲେଶ୍ବରୀ

ବରଗଡ଼,୨୧।୩, (ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଅନୁଷ୍ଠିତ ହୋଇଛି। ତୃତୀୟ ଦିବସ ଶନିବାରରେ ଦେବୀ ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ…

ହନୁମାନ ମନ୍ଦିରରେ ହିନ୍ଦୁ ନବବର୍ଷ ପାଳିତ

ହାଟଡ଼ିହୀ,୨୦ା୩(ଶୁଭକାନ୍ତ ନାୟକ): ରାଷ୍ଟ୍ରୀୟ ସେବିକା ସମିତି ପକ୍ଷରୁ କେନ୍ଦୁଝର ଜିଲା ହାଟଡ଼ିହୀ ହନୁମାନ ମନ୍ଦିର ପ୍ରାଙ୍ଗଣରେ ହିନ୍ଦୁ ନବବର୍ଷ ଗୁରୁବାର ପାଳନ ହୋଇଯାଇଛି। ଉପସ୍ଥିତ ସେବିକାମାନେ ପତାକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri