କଲେଜ ପରିଚାଳନା କମିଟିରୁ ବାଦ୍‌ପଡ଼ିବେ ରାଜନେତା

ଭୁବନେଶ୍ୱର,୨୪ା୧(ବ୍ୟୁରୋ):ଏବେ କଲେଜ ପରିଚାଳନା ବ୍ୟବସ୍ଥାକୁ ସୁବ୍ୟବସ୍ଥିତ କରିବାକୁ ଉଚ୍ଚଶିକ୍ଷା ବିଭାଗ ଉଦ୍ୟମ ଆରମ୍ଭ କରିଛି। କଲେଜ ପରିଚାଳନା କମିଟିରେ ସ୍ଥାନୀୟ ବିଧାୟକ କିମ୍ବା ରାଜନେତାମାନେ ସ୍ଥାନ ପାଇବେ ନାହିଁ। ଗୁରୁବାର ଓଡ଼ିଶା ଅଭିଭାବକ ମହାସଂଘର ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ଏକଥା କହିଛନ୍ତି। କେବଳ ଶିକ୍ଷାବିତ୍‌ମାନଙ୍କୁ ଏଥିରେ ନିଯୁକ୍ତି ଦିଆଯିବ। ଉଚ୍ଚଶିକ୍ଷା କ୍ଷେତ୍ରରେ ପାରଦର୍ଶିତା ଏବଂ ପରିଚାଳନା ଦକ୍ଷତା ଥିବା ବ୍ୟକ୍ତିଙ୍କୁ ଏହି କମିଟିରେ ସଭାପତି ଭାବେ ନିଯୁକ୍ତି ଦିଆଯିବ। ଏ ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଖୁବ୍‌ଶୀଘ୍ର ବିଜ୍ଞପ୍ତି ପ୍ରକାଶ କରାଯିବ। ଏହାଦ୍ୱାରା କଲେଜ ପରିଚାଳନା କ୍ଷେତ୍ରରେ ବ୍ୟାପକ ସଂସ୍କାର ଆସିବା ସହ ଉଚ୍ଚଶିକ୍ଷା ସୁଦୃଢ଼ ହୋଇ ପାରିବ ବୋଲି ମନ୍ତ୍ରୀ କହିଛନ୍ତି।
ଅପରପକ୍ଷେ ସରକାରୀ ଏବଂ ସରକାରୀ ଅନୁଦାନ ପ୍ରାପ୍ତ କଲେଜଗୁଡ଼ିକର ଅଧ୍ୟାପକମାନେ ଆଉ ଘରୋଇ ଟ୍ୟୁସନ କରି ପାରିବେନାହିଁ। କୌଣସି କୋଚିଂ ସେଣ୍ଟରକୁ ଯାଇ ପାଠ ପଢ଼ାଇ ପାରିବେ ନାହିଁ। ଯେଉଁମାନେ ଏଭଳି କରୁଥିବେ ସେମାନଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମନ୍ତ୍ରୀ ସାହୁ ସୂଚନା ଦେଇଛନ୍ତି। ଅଧ୍ୟାପକମାନେ ଟ୍ୟୁସନ୍‌ରେ ବ୍ୟସ୍ତ ରହୁଥିବା ଯୋଗୁ ପାଠ ପଢ଼ାରେ ବ୍ୟାହତ ସୃଷ୍ଟି ହେଉଛି। କେତେକ ଶିକ୍ଷକ ଘରୋଇ କଲେଜରେ ଅଧିକ ଧ୍ୟାନ ଦେଉଛନ୍ତି। ୧୯୯୨ ଶିକ୍ଷା ଆଇନରେ ଘରୋଇ ଟ୍ୟୁସନ ନ କରିବାକୁ ବ୍ୟବସ୍ଥା ରହିଥିଲେ ମଧ୍ୟ କେତେକ ଅଧ୍ୟାପକ ଘରୋଇ କଲେଜ ଓ କୋଚିଂ ସେଣ୍ଟରରେ ପାଠ ପଢ଼ାଉଛନ୍ତି। ଏ ନେଇ ପୂର୍ବରୁ ମଧ୍ୟ ତାଗିଦ୍‌ କରାଯାଇଛି। ତେବେ ଏହାର କିଛି ଫରକ ପଡୁ ନାହିଁ। ଏଣିକି ଆଇନକୁ କଡ଼ାକଡ଼ି ଭାବେ ପାଳନ କରାଯିବ ବୋଲି ମନ୍ତ୍ରୀ ସାହୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨-୧ରେ ସିରିଜ୍‌ ଜିତିଲା ଇଂଲଣ୍ଡ

ଲଡର୍‌ସ,୧୯ା୭: ରୋହିତ ଶର୍ମାଙ୍କ ଶତକ ସତ୍ତ୍ୱେ ରବିବାର ଅନୁଷ୍ଠିତ ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚ୍‌ରେ ଭାରତ ୨୭ ରନରେ ଇଂଲଣ୍ଡଠାରୁ ପରାସ୍ତ ହୋଇଛି। ଏହି ବିଜୟ…

ଶାନ୍ତି ଚୁକ୍ତିରୁ ଓହରିଲା ଇରାନ, ଏବେ ତୀବ୍ର ହେବ ଲଢ଼େଇ

ଦୁବାଇ,୧୯।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ସାମରିକ ସଂଘର୍ଷ ଦିନକୁ ଦିନ ତୀବ୍ର ହେବାରେ ଲାଗିଛି। ଦୁଇଦେଶ ମଧ୍ୟରେ ଗୋଟିଏ ମାସ ପୂର୍ବରୁ ସ୍ବାକ୍ଷରିତ ହୋଇଥିବା…

ଲର୍ଡସରେ ରୋହିତଙ୍କ ଐତିହାସିକ ଶତକ

ଲଡର୍‌ସ,୧୯ା୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ରବିବାର ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚ୍‌ରେ ରୋହିତ ଶର୍ମା ଐତିହାସିକ ଶତକିୟ ଇନିଂସ ଖେଳିଛନ୍ତି। ରୋହିତ ୧୦୭ ବଲ୍‌…

ବରଗଡ଼ରେ ଦିଲ୍ଲୀ ତାତି: ସୋନମ ୱାଙ୍ଗଚୁକଙ୍କୁ ସମର୍ଥନ କରି ଧର୍ମେନ୍ଦ୍ରଙ୍କ କୁଶ ପୁତ୍ତଳିକା ଦାହ

ବରଗଡ଼,୧୯।୭(ପ୍ରେମାନନ୍ଦ ଖମାରୀ): ଏନଇଇଟି ପରୀକ୍ଷାରେ ବିଭ୍ରାଟ ପ୍ରତିବାଦରେ ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଆନ୍ଦୋଳନର ତାତି ବରଗଡ଼ରେ ଅନୁଭୂତ ହୋଇଛି । ରବିବାର ସୋନମ ୱାଙ୍ଗଚୁକଙ୍କ ସମର୍ଥନରେ ବରଗଡ଼…

ସୁପ୍ରିମକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ, ଅପଶବ୍ଦ କହିବା ଅଶ୍ଳୀଳତା ନୁହେଁ

ନୂଆଦିଲ୍ଲୀ,୧୯ା୭: କାହାକୁ ଗାଳିଗୁଲଜ କରିବା ଓ ଅପଶବ୍ଦ ପ୍ରୟୋଗ ଅସଭ୍ୟ ଏବଂ ଆପତ୍ତିଜନକ ହୋଇଥିଲେ ମଧ୍ୟ ଏହା ଅଶ୍ଳୀଳତା ନୁହେଁ । ଏଭଳି ଆଜି ରାୟ ଦେଇଛନ୍ତି…

ହିରାଧାରବାଟି କେନାଲରେ ପାଣି ଛାଡିଲା ଜଳସେଚନ ବିଭାଗ, ଚାଷୀଙ୍କ ମୁହଁରେ ଫୁଟିଲା ହସ

ଗଞ୍ଜାମ,୧୯ା୭(ବିଦ୍ୟାଧର ସାହୁ ): ଖରିଫ ଚାଷ ପାଇଁ ଜଳସେଚନ ବିଭାଗ ହିରାଧାରବାଟି କେନଲରେ ପାଣି ଛାଡିଥିବା ଦେଖିବାକୁ ମିଳିଛି । ସଂକ୍ରାନ୍ତି ଦିନ ରୀତିନୀତି ଅନୁଯାୟୀ ପୂଜାର୍ଚ୍ଚନା…

ଗୋ ହତ୍ୟା ସହ ମାଂସ ଚାଲାଣ: ୨ ଗିରଫ, ୧୫ ଅଟକ

କୋରାପୁଟ,୧୯।୭(ଅମିତାଭ ବେହେରା): କୋରାପୁଟ ସହରରେ ଗୋ ହତ୍ୟା ସହ ମାଂସ ଚାଲାଣ ହେଉଥିବା ଖବରପାଇ ଟାଉନ ଥାନା ପୋଲିସ ପକ୍ଷରୁ ଚଢ଼ାଉ କରାଯାଇ ୨ ଅଭିଯୁକ୍ତଙ୍କୁ ଗିରଫ…

୬ ମାସ ହେଲା ଅଚଳ ଘୁଟିଗୁଡ଼ା ଜିଓ ଟାୱାର, ତୁରନ୍ତ କାର୍ଯ୍ୟକ୍ଷମ କରିବାକୁ ଗ୍ରାମବାସୀଙ୍କ ଦାବି

ଥୁଆମୂଳ ରାମପୁର,୧୯ା୭(ଦୁର୍ଗା କୀର୍ତ୍ତି): ରାଜ୍ୟ ସରକାର ଦୁର୍ଗମ ଅଞ୍ଚଳରେ ଡିଜିଟାଲ ଯୋଗାଯୋଗର ବିକାଶ ପାଇଁ ବିଭିନ୍ନ ସଂସ୍ଥାକୁ ଅନୁମତି ଦେଉଥିବା ବେଳେ ବାସ୍ତବ କ୍ଷେତ୍ରରେ କମ୍ପାନୀଗୁଡ଼ିକର ଚରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri