କଲ୍ୟାଣ ମଣ୍ଡପ ସ୍ଥାନ ନିରୂପଣ ନେଇ ବିବାଦ

ଧାମନଗର,୧୧।୨(ଡି.ଏନ.ଏ.)- ଭଦ୍ରକ ଜିଲା ଧାମନଗର ବ୍ଲକ ବୟାଙ୍ଗଡିହି ପଞ୍ଚାୟତରେ କଲ୍ୟାଣ ମଣ୍ଡପ ନିର୍ମାଣ ଆରମ୍ଭ ହେବାକୁ ଥିବାବେଳେ ସ୍ଥାନ ନିରୂପଣ ନେଇ ବିବାଦ ସୃଷ୍ଟି ହୋଇଛି। ଏ ନେଇ ପୂର୍ବତନ ସରପଞ୍ଚ ସୁରଜିତ ପାତ୍ର ଶତାଧିକ ଦସ୍ତଖତ ସମ୍ବଳିତ ଦାବିପତ୍ର ଜିଲାପାଳ ଓ ଜିଲା ପ୍ରକଳ୍ପ ଅଧିକାରୀଙ୍କୁ ପ୍ରଦାନ କରିଛନ୍ତି। ଶିଳାନ୍ୟାସ ସ୍ଥାନରେ କଲ୍ୟାଣ ମଣ୍ଡପ ନିର୍ମାଣ ପାଇଁ ସେ ଦାବି ଜଣାଇଛନ୍ତି। ଜିଲା ପ୍ରଶାସନ ଏହାର ତଦନ୍ତ ପାଇଁ ବିଡିଓଙ୍କୁ ଚିଠି ମଧ୍ୟ କରିଛନ୍ତି। ନିର୍ମାଣ କାର୍ଯ୍ୟର ଅଗ୍ରଗତି ହେଲେ କୋର୍ଟଙ୍କ ଦ୍ୱାରସ୍ଥ ହେବେ ବୋଲି ସ୍ଥାନୀୟ ଲୋକେ ଚେତାବନୀ ଦେଇଛନ୍ତି।
ଉଲ୍ଲେଖନୀୟ ଯେ, ୨୦୧୬ରେ ତତ୍‌କାଳୀନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ ପଞ୍ଚାୟତବାସୀଙ୍କ ସୁବିଧା ଦୃଷ୍ଟିରୁ ମଧ୍ୟବର୍ତ୍ତୀ ସ୍ଥାନ ବୟାଙ୍ଗଡିହି ଗ୍ରାମର ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ମୁଖ୍ୟରାସ୍ତାକୁ ଲାଗି ଥିବା ଏକ ଜମିରେ କଲ୍ୟାଣ ମଣ୍ଡପର ଶିଳାନ୍ୟାସ କରିଥିଲେ। ସେତେବେଳର ସରପଞ୍ଚଙ୍କ ଉଦ୍ୟମରେ ଧାମନଗର ତହସିଲଦାରଙ୍କ ଜରିଆରେ ୩୨୪୨ ଚିଠି ଅନୁସାରେ ଶିଳାନ୍ୟାସ କରାଯାଇଥିବା ଜମିକୁ ତହସିଲଦାର କଲ୍ୟାଣ ମଣ୍ଡପ ନାମରେ ଦେଇଥିଲେ। ସେତେବେଳେ ରକ୍ଷିତ କିସମରୁ ୧୨ ଡିସିମିଲ ଜାଗା ତହସିଲଦାର କଲ୍ୟାଣ ମଣ୍ଡପ ନାମରେ ହସ୍ତାନ୍ତର କରିଥିଲେ। ପଞ୍ଚାୟତରେ ଏକ ଫାଇଲ ଖୋଲାଯାଇ ତହସିଲଦାର ବିଭାଗୀୟ କନିଷ୍ଠ ଯନ୍ତ୍ରୀଙ୍କୁ ମଧ୍ୟ ଜମି ଯୋଗାଇ ଦେଇଥିଲେ। ଏହାପରେ ପୂର୍ବତନ ବିଧାୟକ ମଣ୍ଡଳ, ବିଭାଗୀୟ ଆସିଷ୍ଟାଣ୍ଟ ଇଞ୍ଜିନିୟର ଏବଂ କନିଷ୍ଠ ଯନ୍ତ୍ରୀଙ୍କ ଉପସ୍ଥିତିରେ ଶିଳାନ୍ୟାସ କରାଯାଇଥିଲା। କିନ୍ତୁ ଏବେ କଲ୍ୟାଣ ମଣ୍ଡପ କାର୍ଯ୍ୟ ଆରମ୍ଭ ସମୟରେ ସ୍ଥାନ ବଦଳାଇ ଆମ୍ବିଳି ଗଁା ନିକଟରେ କାର୍ଯ୍ୟ ଆରମ୍ଭକୁ ନେଇ ପଞ୍ଚାୟତରେ ଅସନ୍ତୋଷ ପ୍ରକାଶ ପାଇଛି। ଶିଳାନ୍ୟାସ ସ୍ଥାନକୁ ଲାଗି ୯ଟି ଓ୍ବାର୍ଡରେ ବହୁ ଜନସାଧାରଣ ବସବାସ କରୁଥିବାବେଳେ ନିର୍ମାଣ ଆରମ୍ଭ ସ୍ଥାନ ନିକଟରେ ମାତ୍ର ୬ଟି ଓ୍ବାର୍ଡ ରହିଛି। ଏହା ଏକପାଖିଆ ହେବା ସହିତ ପଞ୍ଚାୟତର ସୀମାରେ ହୋଇଥିବାରୁ ଅଧିକାଂଶ ଲୋକେ ସେବା ପାଇବାରୁ ବଞ୍ଚିତ ହେବେ ବୋଲି ଅଭିଯୋଗ ହେଉଛି। ଏ ସମ୍ପର୍କରେ ବିଡିଓ ଦୁର୍ଗାଚରଣ ମୁର୍ମୁଙ୍କୁ ଯୋଗାଯୋଗ କରିବାରୁ ଉକ୍ତ ପଞ୍ଚାୟତରେ କଲ୍ୟାଣ ମଣ୍ଡପ ନିର୍ମାଣ ନେଇ ବିବାଦ ସୃଷ୍ଟି ହେଉଥିବା ସେ ସ୍ବୀକାର କରିଛନ୍ତି। ଲୋକକଲ୍ୟାଣ ଯୋଜନାରେ ସର୍ବସାଧାରଣଙ୍କ ସୁବିଧା ଦେଖିବାକୁ ପଡ଼ିବ। ଏହା ତଦନ୍ତସାପେକ୍ଷ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ପୋଖରୀରେ ବୁଡ଼ି ଚାଲିଗଲା ୨ ସାଙ୍ଗଙ୍କ ଜୀବନ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମରେ ଅଘଟଣ । ପୋଖରୀରେ ବୁଡ଼ିଯାଇ ୨ ନାବାଳିକା ଛାତ୍ରୀଙ୍କର ମୃତ୍ୟୁ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri