କଲ୍ୟାଣ ମଣ୍ଡପକୁ ଖଲ୍ଲିକୋଟ କ୍ଲଷ୍ଟର ବିଶ୍ୱବିଦ୍ୟାଳୟ ସ୍ଥାନାନ୍ତରକୁ ବିରୋଧ: ‘ଶୈକ୍ଷିକ ବାତାବରଣ ନଷ୍ଟ କରୁଛନ୍ତି ସରକାର’

ବ୍ରହ୍ମପୁର ଅଫିସ୍‌,୧୭ା୭-ଖଲ୍ଲିିକୋଟ କ୍ଲଷ୍ଟର ବିଶ୍ୱବିଦ୍ୟାଳୟକୁ ବ୍ରହ୍ମପୁର ସହର ବାହାର ତଥା କନିଷିସ୍ଥିତ ଜି-ମ୍ୟାକ୍ସ କଲ୍ୟାଣମଣ୍ଡପକୁ ସ୍ଥାନାନ୍ତର କରାଯିବାକୁୁ ବିଭିନ୍ନ ମହଲରେ ନିନ୍ଦା କରାଯାଉଛି। କଲ୍ୟାଣମଣ୍ଡପ ଭଳି ଏକ ବ୍ୟବସାୟିକ ସ୍ଥାନରେ କିଭଳି ଶିକ୍ଷାଦାନ ହେବ, ତାହାକୁ ନେଇ ମଧ୍ୟ ସମାଲୋଚନା କରାଯାଉଛି। ମାସକୁ ୮ଲକ୍ଷ ୨୫ହଜାର ଟଙ୍କା ଭଡ଼ାକୁ ନେଇ ମଧ୍ୟ ପ୍ରଶ୍ନ ଉଠିଛି। ମଙ୍ଗଳବାର ଅଲ୍‌ ଇଣ୍ଡିଆ ଡେମୋକ୍ରାଟିକ୍‌ ଷ୍ଟୁଡେଣ୍ଟ୍‌ସ ଅର୍ଗାନାଇଜେଶନ୍‌(ଏଆଇଡିଏସ୍‌ଓ) ପକ୍ଷରୁ ଏହାକୁ ତୀବ୍ର ବିରୋଧ କରାଯିବା ସହ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଶୈକ୍ଷିକ ବାତାବରଣକୁ ରାଜ୍ୟ ସରକାର ନଷ୍ଟ କରୁଛନ୍ତି ବୋଲି ସଂଗଠନ ପକ୍ଷରୁ ଅଭିଯୋଗ ହୋଇଛି । ଅଭିଯୋଗ ଅନୁଯାୟୀ, ଏକକ ବିଶ୍ୱବିଦ୍ୟାଳୟ, ଡିମ୍‌ଡ ବିଶ୍ୱବିଦ୍ୟାଳୟ ଏବଂ କ୍ଲଷ୍ଟର ବିଶ୍ୱବିଦ୍ୟାଳୟ କଦାପି ଗୁଣାତ୍ମକ ମାନର ଶିକ୍ଷା ପ୍ରଦାନ କରିପାରିବ ନାହିଁ। ଏହା ଦ୍ୱାରା ସରକାର ଶିକ୍ଷାର ଘରୋଇକରଣ ଏବଂ ବ୍ୟବସାୟୀକରଣ ପାଇଁ ରାସ୍ତା ବାହାର କରୁଛନ୍ତି। ଏହାର ପରିଣାମ ଖଲ୍ଲିକୋଟ କ୍ଲଷ୍ଟର ବିଶ୍ୱବିଦ୍ୟାଳୟରେ ଦେଖିବାକୁ ମିଳିଛି । ପାଠପଢ଼ା ଖର୍ଚ୍ଚକୁ ଛାତ୍ରୀଛାତ୍ରଙ୍କ ଉପରେ ଲଦି ଦିଆଯାଉଛି। ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ବିଭିନ୍ନ ସମସ୍ୟା ଲାଗି ରହିଛିା ଏହାକୁ ସଜାଡ଼ିବା ବଦଳରେ ୫ ମହାବିଦ୍ୟାଳୟକୁ ନେଇ ଖଲ୍ଲିକୋଟ କ୍ଲଷ୍ଟର ବିଶ୍ୱବିଦ୍ୟାଳୟ ଖୋଲିବା ନିନ୍ଦନୀୟ। ବର୍ତ୍ତମାନ ସୁଦ୍ଧା ଏହି ବିଶ୍ୱବିଦ୍ୟାଳୟର ଏକାଡ଼େମୀ ବ୍ଲକ ପାଇଁ ୫ କୋଟି, କ୍ରୀଡ଼ା ସଂସଦ କାର୍ଯ୍ୟାଳୟ ପାଇଁ ୫କୋଟି ଏବଂ ଶୌଚାଳୟ ନିର୍ମାଣ ପାଇଁ ୧ କୋଟି ଟଙ୍କା ଖର୍ଚ୍ଚରେ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇସାରିଛି । ଏଣୁ ଭିତ୍ତିଭୂମି ନ ଥିବା ଦର୍ଶାଇ ଏକ କଲ୍ୟାଣମଣ୍ଡପକୁ ସ୍ଥାନାନ୍ତର କାହା ସ୍ବାର୍ଥରେ ବୋଲି ସଂଗଠନ ପ୍ରଶ୍ନ କରିଛି। ଏଣୁ ତୁରନ୍ତ ଏହାକୁ ବାତିଲ କରାଯାଉ ବୋଲି ସଂଗଠନ ପକ୍ଷରୁ ଏକ ଦାବିପତ୍ର ଦକ୍ଷିଣାଞ୍ଚଳ ରାଜସ୍ବ କମିଶନରଙ୍କୁ ପ୍ରଦାନ କରାଯାଇଛି। ରାଜ୍ୟ ଉପସଭାପତି ସୋମନାଥ ବେହେରା, ଶିବାନୀ ଶଙ୍କର ମିଶ୍ର, ନିମାଇଁ ଚରଣ ସାହୁ, ରଞ୍ଜନ ସେଠୀ, କିଶାନ ସାହୁ, ପପୁନ ସାହୁ, କାମରାଜ ସାହୁଙ୍କ ସମେତ ବହୁ ସଦସ୍ୟ ଏହି ବିକ୍ଷୋଭରେ ଭାଗ ନେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଘରକୁ ଫେରିଲେ ବନ୍ଧାପଡ଼ିଥିବା ୨୨ ଶ୍ରମିକ

ଭବାନୀପାଟଣା,୬।୫(ଉତ୍ତମ କୁମାର ଦାଶ): ହାଇଦ୍ରାବାଦକୁ କାମ କରିବାକୁ ଯାଇ ବନ୍ଧାପଡିଥିବା କଳାହାଣ୍ଡି ଜିଲା ଜୁନାଗଡ଼ ସହରର ୨୨ ଶ୍ରମିକ ସୋମବାର ଘରକୁ ଫେରିଛନ୍ତି। କଳାହାଣ୍ଡି ଜିଲା...

ବାରବାଟୀ-କଟକ ବିଧାନସଭା ଆସନରୁ ନାମାଙ୍କନ ଭରିଲେ ପୂର୍ଣ୍ଣଚନ୍ଦ୍ର ମହାପାତ୍ର

ଭୁବନେଶ୍ୱର,୬।୫: ବାରବାଟୀ-କଟକ ବିଧାନସଭା ଆସନରୁ ଭାଜପା ପ୍ରାର୍ଥୀ ଡା.ପୂର୍ଣ୍ଣଚନ୍ଦ୍ର ମହାପାତ୍ର ସୋମବାର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କଟକ ଚଣ୍ଡୀ ମନ୍ଦିରରେ ପୂଜାର୍ଚ୍ଚନା ପରେ ବିଶାଳ...

ପୋଷ୍ଟାଲ ବାଲଟରେ ନିଜ ପସନ୍ଦର ନେତାଙ୍କୁ ଦେଲେ ଭୋଟ

ରାୟଗଡ଼ା,୬।୫(ଆଶିଷ ରଞ୍ଜନ ପଣ୍ଡା)-୨୦୨୪ ସାଧାରଣ ନିର୍ବାଚନ ପାଇଁ ଆସନ୍ତା ୧୩ ତାରିଖରେ କୋରାପୁଟ ଲୋକ ସଭା ଆସନ ଏବଂ ଏହା ଅଧୀନ ୭ଟି ବିଧାନସଭା ଆସନ...

ସମୀର ଦାଶଙ୍କୁ ନୂଆ ଦାୟିତ୍ୱ ଦେଲା ବିଜେଡି

ଭୁବନେଶ୍ୱର,୬।୫: ଟିକେଟ୍‌ କାଟିବା ପରେ ନିମାପଡା ବିଜେଡି ବିଧାୟକ ସମୀର ଦାଶଙ୍କୁ ସନ୍ତୁଷ୍ଟ କଲା ଦଳ । ୨୦୨୪ ନିର୍ବାଚନ ପାଇଁ ବିଜେଡି ସୁପ୍ରିମୋ ନବୀନ...

ସାଲେପୁର ନାବାଳିକା ବଳାତ୍କାର-ହତ୍ୟା ମାମଲା: ମୃତ୍ୟୁ ଦଣ୍ଡାଦେଶକୁ ଆଜୀବନ କାରାଦଣ୍ଡରେ ବଦଳାଇଲେ ହାଇକୋର୍ଟ 

କଟକ,୬ା୫(କାର୍ତ୍ତିକ ସାହୁ): ସାଲେପୁର ଥାନା ଅଞ୍ଚଳରେ ଘଟିଥିବା ଏକ ନାବାଳିକା ବଳାତ୍କାର ହତ୍ୟା ମାମଲାରେ ତଳକୋର୍ଟ ଦ୍ୱାରା ମୃତ୍ୟୁଦଣ୍ଡ ପାଇଥିବା ଅଭିଯୁକ୍ତଙ୍କ ଦଣ୍ଡକୁ ହାଇକୋର୍ଟ କୋହଳ...

ଖୁଣ୍ଟକୁ ପିଟିଲା କାର: ଚାଲିଗଲା ଚାଳକଙ୍କ ଜୀବନ

ଛତ୍ରପୁର,୬।୫(ଦିଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧୀନ ଟାଟାଗେଟ୍‌ ନିକଟ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଖୁଣ୍ଟକୁ ଏକ କାର ଧକ୍କା ଦେଇ ଦୁର୍ଘଟଣା...

ଅଗ୍ନିକାଣ୍ଡରେ ଜଳିଗଲା ୧୦ଲକ୍ଷ ଟଙ୍କାର ସାମଗ୍ରୀ

ବ୍ରହ୍ମପୁର,୬ା୫(ସୁବାସ ଚନ୍ଦ୍ର ପାଢ଼ୀ): ଗୋସାଇଁନୂଆଗାଁ ସାମନ୍ତରାୟ ଏକାଡେମୀ ନିକଟରେ ଥିବା ଏକ ଗୋଦାମରେ ସୋମବାର ଭୟାଭୟ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗୋଦାମରେ ଥିବା ୧୦ ଲକ୍ଷରୁ...

୨୪୩ ପ୍ରାର୍ଥୀଙ୍କ ମଧ୍ୟରୁ ୬୫ ଜଣଙ୍କ ନାଁରେ ଅପରାଧିକ ମାମଲା, ସବୁଠାରୁ ଏହି ପ୍ରାର୍ଥୀଙ୍କ ନାଁରେ ରହିଛି ଅଧିକ

ଭୁବନେଶ୍ୱର,୬।୫: ଓଡ଼ିଶାରେ ଆସନ୍ତା ୧୩ ତାରିଖରେ ହେବାକୁ ଥିବା ଲୋକ ସଭା ଓ ବିଧାନସଭା ନିର୍ବାଚନରେ ମୋଟ ୨୪୩ ପ୍ରାର୍ଥୀଙ୍କ ମଧ୍ୟରୁ ୬୫ ଜଣଙ୍କ ନାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri