କଲ୍ୟାଣ ମଣ୍ଡପକୁ ବିଶ୍ୱବିଦ୍ୟାଳୟ ସ୍ଥାନାନ୍ତର ପ୍ରକ୍ରିୟା ଆରମ୍ଭ

ବ୍ରହ୍ମପୁର ଅଫିସ,୨୦।୭ : ଗଞ୍ଜାମ ଜିଲା ଖଲ୍ଲିକୋଟ କ୍ଲଷ୍ଟର ବିଶ୍ୱବିଦ୍ୟାଳୟକୁ ବ୍ରହ୍ମପୁର ସହର ଉପକଣ୍ଠ କନିସିସ୍ଥିତ ଏକ କଲ୍ୟାଣ ମଣ୍ଡପକୁ ସ୍ଥାନାନ୍ତର ପ୍ରକ୍ରିୟା ଶନିବାରଠାରୁ ଆରମ୍ଭ ହୋଇଯାଇଛି। ଗାଡ଼ିରେ ବିଶ୍ୱବିଦ୍ୟାଳୟର ଆସବାବପତ୍ର ଏବଂ ଅନ୍ୟାନ୍ୟ ଜିନିଷ ଶନିବାର ସ୍ଥାନାନ୍ତର କରାଯାଇଛି। ୨୦୧୫ ମସିହାରେ ଖଲ୍ଲିକୋଟ କ୍ଲଷ୍ଟର ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା। ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଶ୍ୱବିଦ୍ୟାଳୟ ଘୋଷଣା କରାଯାଇଥିଲା। କିନ୍ତୁ ଭିତ୍ତିଭୂମି ବିକାଶ ଦିଗରେ କୌଣସି ପଦକ୍ଷେପ ନିଆଗଲା ନାହିଁ। ଅସ୍ଥାୟୀ ଭାବେ ଖଲ୍ଲିକୋଟ ସ୍ବୟଂଶାସିତ ମହାବିଦ୍ୟାଳୟର କ୍ୟାମ୍ପସରେ ବିଶ୍ୱବିଦ୍ୟାଳୟ ଚାଲିଲା। ପରବର୍ତ୍ତୀ ସମୟରେ ବିଶ୍ୱବିଦ୍ୟାଳୟର ସ୍ଥାୟୀ କ୍ୟାମ୍ପସ ନିିର୍ମାଣ ପାଇଁ ପାଲୁର ହିଲଠାରେ ୨୦ ଏକର ଜମି ଚିହ୍ନଟ ହୋଇଛି। କିନ୍ତୁ ପାଣି ଅଭାବ ଯୋଗୁଁ କ୍ୟାମ୍ପସ ନିର୍ମାଣ ହୋଇପାରିନି। ଅନ୍ୟପଟେ ୨୦୧୮ ମସିହାରେ ବିଶ୍ୱବିଦ୍ୟାଳୟରେ ପ୍ରଥମ ବ୍ୟାଚ ଛାତ୍ରୀଛାତ୍ର ନାମ ଲେଖାଇଛନ୍ତି। ଆସ୍ଥାୟୀ କ୍ୟାମ୍ପସରେ ଜାଗାର ଅଭାବ ଥିବା ଯୋଗୁ ବିଶ୍ୱବିଦ୍ୟାଳୟ ପକ୍ଷରୁ ଏକ ଭଡ଼ା ଘର ଖୋଜାଯାଇଥିଲା। କନିସିଠାରେ ଥିବା ଜି ମାକ୍ସ କଲ୍ୟାଣ ମଣ୍ଡପକୁ ଚିହ୍ନଟ କରାଯାଇଥିଲା। ମାସିକ ୮ ଲକ୍ଷ ୨୫ ହଜାର ଟଙ୍କାରେ କଲ୍ୟାଣ ମଣ୍ଡପକୁ ଭଡ଼ାରେ ନିଆଯାଇଛି। ତେବେ ଘରୋଇ କଲ୍ୟାଣ ମଣ୍ଡପରେ ବିଶ୍ୱବିଦ୍ୟାଳୟ ଚଳାଇବାକୁ ବିଭିନ୍ନ ସଂଗଠନ ପକ୍ଷରୁ ବିରୋଧ କରାଯାଇଥିଲା। ତଥାପି ଶନିବାରଠାରୁ ସ୍ଥାନାନ୍ତର ପ୍ରକ୍ରିୟା ଆରମ୍ଭ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଢାବା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅଧୀନ ୧୮ ନମ୍ବର ଜାତୀୟ ରାଜପଥ ଗଡଦେଉଳିଆ ସ୍ଥିତ ଏକ ଢ଼ାବାରେ ଶନିବାର ସନ୍ଧ୍ୟାରେ ୪ଜଣ ଦୁର୍ବୃତ୍ତ ପଶି…

ଝିଅ ଘରକୁ ବୁଲିବାକୁ ଯାଇଥିଲେ, କଳାକନା ବୁଲାଇଲେ ଦୁର୍ବୃତ୍ତ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡଦେଉଳିଆ ଗ୍ରାମର ଜନୈକ ବ୍ୟକ୍ତି ତାଙ୍କ ଝିଅ ଘରକୁ ବୁଲିବାକୁ ଯାଇଥିବା ବେଳେ ଦୁର୍ବୃତ୍ତମାନେ ଘରେ ପଶି…

ବାଇକ୍‌କୁ ପିଟିଲା ବାଇକ୍‌: ୨ ଛାତ୍ରଙ୍କ ସମେତ ୪ ଗୁରୁତର

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ନିକଟରେ ଶନିବାର ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ଯୁକ୍ତ ୩ରେ ପଢୁଥିବା ୨ ଛାତ୍ରଙ୍କ ସମେତ…

ଦୁର୍ଘଟଣାରେ ଆହତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଆଜି ମୃତଦେହ ଜବତ କରି…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମ ନିକଟ ମୁଖ୍ୟରାସ୍ତାରେ ଏକ ବାଇକ୍‌ ଧକ୍କାରେ ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମର…

ଗୁଣିଆ ସନ୍ଦେହରେ ବାନ୍ଧିକି ରଖିଲେ, ଭିଡିଓ ଭାଇରାଲ

ପାତ୍ରପୁର,୧୨।୯(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ବି ନୂଆଗାଁ ଗ୍ରାମରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ପରିସ୍ଥିତି ଦେଖିବାକୁ ମିଳିଛି l ଗ୍ରାମର କେଉଟ…

ଭଦ୍ରକରୁ ଅପହରଣ କରି ୫ ଲକ୍ଷ ଟଙ୍କାର ମୁଣ୍ଡ ଜାମିନ ରଖିଥିଲେ ଅପହରଣକାରୀ, ଆଉ ତା’ ପରେ…

ହାଟଡିହୀ,୧୨ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ପୋଲିସ ପାଇଁ ଅପହରଣର ଶିକାର ହୋଇଥିବା ୩ ଜଣଙ୍କ ଜୀବନ ବଞ୍ଚିଯାଇଛି। ପୋଲିସର ହସ୍ତକ୍ଷେପ ପରେ ଅପହରଣ ଶିକାର ହୋଇ ୫…

ଜୀବନ ସଂଘର୍ଷରେ ହାରିଗଲେ ଚାଷୀ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ଗ୍ରାମର ଜଣେ ଚାଷୀ ସାପ କାମୁଡ଼ାରେ ଗୁରୁତର ହୋଇ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା…

କାର୍‌ରେ ଚାଲାଣ ହେଉଥିଲା ଗଞ୍ଜେଇ, ଯାଞ୍ଚ ସମୟରେ ମହାରାଷ୍ଟ୍ରର ୨ ଅଭିଯୁକ୍ତଙ୍କୁ ଧରି…

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତ ଟୋଲଗେଟ ନିକଟରେ ପୋଲିସ ବ୍ଲକିଂ କରି ଯାଞ୍ଚ କରିବା ସମୟରେ ଗୋଟିଏ କାର୍‌ରୁ ୪୨ କେଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?