କଳା, ସଂସ୍କୃତି ସଭ୍ୟତାର ପରିଚୟ ଦେଇଥାଏ

ବିନିକା,୪ା୨(ଡି.ଏନ୍‌.ଏ)
ସୁବଣ୍ଣର୍ର୍ପୁର ଜିଲା ବିନିକା ପାପକ୍ଷୟ ଲୋକ ମହୋତ୍ସବର ସୋମବାର ଥିଲା ତୃତୀୟ ସନ୍ଧ୍ୟା ା ଉତ୍ସବରେ ରାଜ୍ୟ ପରିବହନ ଓ ଯୋଜନା ସମନ୍ବୟ ମନ୍ତ୍ରୀ ପଦ୍ମନାଭ ବେହେରା ମୁଖ୍ୟ ଅତିଥିଭାବେ ଯୋଗଦେଇ ଦେଇ କଳା ଏବଂ ସଂସ୍କୃତି ସଭ୍ୟତାର ପରିଚୟ ଦେଇଥାଏ ବୋଲି କହିଥିଲେ ା ସମ୍ମାନୀତ ଅତିଥି ଭାବେ ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର ମହୋସତ୍ବରେ ଯୋଗଦାନ ଦେଇ ବିନିକାର ଏତିହ୍ୟ, ସଂସ୍କୃତି ବିଷୟରେ କହିଥିଲେ ା ଆଞ୍ଚଳିକ କଳାକାରଙ୍କୁ ନେଇ ଆଞ୍ଚଳିକ ଭାଷାରେ ଓଡିଆ ଚଳଚ୍ଚିତ୍ର ନିର୍ମାଣ କରିଥିବା ସବ୍ୟସାଚୀ ମହାପାତ୍ର ବିଶ୍ୱ ଦରବାରରେ ପରିଚିତ ା ଭୂଖା, ସଳାବୁଢା, ଆଦିମ ବିଚାର ଓ ଶଲବୁଢାର ବଦଲା ଆଦି ଆଞ୍ଚଳିକ ଲୋକ କଳା ଓ ସଭ୍ୟତାଭିତ୍ତିକ ଚଳଚ୍ଚିତ୍ର ଆଞ୍ଚଳିକ କଳା ଓ ସଭ୍ୟତାର ପରିଚୟ ଦେଇଛି ା ଏଣୁ ସଭ୍ୟତାର ମୂକସାକ୍ଷୀ ହେଉଛି ଆଞ୍ଚଳିକ ଲୋକକଳା ଓ ସଂସ୍କୃତି ବୋଲି ସେ କହିଥିଲେ। ବୀରମହାରଜପୁର ଉପଜିଲାପାଳ ଅଶୋକ କୁମାର ଭୋଇ, ବିନିକା ଏନ୍‌ଏସି ନିର୍ବାହୀ ଅଧିକାରୀ ଦୁଃଖିରାମ ନାଏକ ଏହି ଅବସରରେ ଉପସ୍ଥିତ ଥିଲେ ା ଏହି ଅବସରରେ ସଙ୍ଗୀତ ନିର୍ଦ୍ଦେଶକ ବ୍ରହ୍ମା କୁମ୍ଭାରଙ୍କୁ ପାପକ୍ଷୟ ସମ୍ମାନରେ ସମ୍ମାନୀତ କରାଯାଇଥିଲା ା ମଞ୍ଚ ପରିଚାଳନା କରିଥିଲେ ହିଂମାଶୁ ଭୂଷଣ ପଣ୍ଡା ା ସାଂସ୍କୃତିକ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ଶାଶ୍ୱତ କୁମାର ତ୍ରିପାଠୀ ା ମହୋସତ୍ବର ସାଂସ୍କୃତିକ ସନ୍ଧ୍ୟା ମହୋସତ୍ବରେ ଜୟମଙ୍ଗଳ ବିଶି ସଭାପତିତ୍ୱ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିଥ୍ୟା ସମ୍ପତ୍ତି ତଥ୍ୟ ଦେଲେ ବାବୁଙ୍କୁ ମିଳିବ ଦଣ୍ଡ: ବେତନ ବଦଳରେ ଲାଗୁ ହେବ…

ଭୁବନେଶ୍ୱର,୧୩।୬(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟରତ କର୍ମଚାରୀ ନିଜ ସମ୍ପତ୍ତି ବିବରଣୀ ଦେବାରେ ବିଳମ୍ବ କରୁଥିବାରୁ ଏହାକୁ ନେଇ ଶୁକ୍ରବାର ରାଜ୍ୟ କ୍ୟାବିନେଟ୍‌ ଏକ ଗୁରୁତ୍ୱପୂର୍ଣ୍ଣ…

ପୋଲିସ DG ପଦବୀ ପାଇଁ ୩୩ ବରିଷ୍ଠ IPS ମନୋନୀତ: ଓଡ଼ିଶା କ୍ୟାଡରର୍‌ ୨ ଜଣଙ୍କୁ ମିଳିଲା…

ଭୁବନେଶ୍ୱର,୧୩।୬: ପୋଲିସ DG ପଦବୀ ପାଇଁ ଦେଶରୁ ମୋଟ ୩୩ ଜଣ ବରିଷ୍ଠ IPS ମନୋନୀତ ହୋଇଛନ୍ତି। କ୍ୟାବିନେଟ୍‌ ନିଯୁକ୍ତି କମିଟି ପକ୍ଷରୁ ଏହାକୁ ମଞ୍ଜୁରୀ ମିଳିଛି।…

ପୋଲିସ କର୍ମଚାରୀ ମାଡ଼ ମାରିବା ଘଟଣା: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସରପଞ୍ଚ ଚାମେଲୀ, ବିଧାୟକଙ୍କୁ ନେଇ କହିଲେ…

କେନ୍ଦ୍ରାପଡ଼ା, ୧୩ା୬ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ତିଖିରି ପଞ୍ଚାୟତର ମହିଳା ସରପଞ୍ଚ ଚାମେଲୀ ଓଝା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଏକ ଚିଠି…

କନଷ୍ଟେବଳଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା: ୧୨ ଘଣ୍ଟା ହେଲା ରାସ୍ତାରେ ଶବ ରଖି ରାସ୍ତାରୋକୋ, ଯାତାୟତ ଠପ୍‌

ବ୍ରହ୍ମପୁର, ୧୩/୬(ସୁବାସ ଚନ୍ଦ୍ର ପାଢ଼ୀ) : ପୋଲିସ କନଷ୍ଟେବଳ ଆଶୁତୋଷ ମୁର୍ଦଙ୍ଗୟା (୩୧)ଙ୍କୁ ଗତ ୫ ତାରିଖରେ ବିଜିପୁର ପୋଲିସ କ୍ୱାଟରରେ ତାଙ୍କ ସ୍ତ୍ରୀ ସା ନାୟକ…

ବାଏପାସ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା: ହାଇୱାକୁ ପିଟିଲା BMW କାର୍‌, ଘଟଣାସ୍ଥଳରେ ଚାଲିଗଲା ୨ ଜୀବନ

ଭବାନୀପାଟଣା,୧୩।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବାଏପାସ୍‌ ରାସ୍ତାରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ହାଇୱାକୁ ପଛ ପଟରେ…

୬ଟି ବିଭାଗର ୮ଟି ବଡ଼ ପ୍ରସ୍ତାବକୁ ଓଡ଼ିଶା କ୍ୟାବିନେଟର ମଞ୍ଜୁରି 

ଭୁବନେଶ୍ୱର, ୧୨/୬ : ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ରାଜ୍ୟ କ୍ୟାବିନେଟ ବୈଠକରେ ୬ଟି ବିଭାଗ ପକ୍ଷରୁ ଆଗତ ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରି ମିଳିଛି।…

ସରକାର କରିଲେ ବଡ ଘୋଷଣା; ଅଙ୍ଗନବାଡି଼ କର୍ମୀଙ୍କୁ ମିଳିବ …

ଭୁବନେଶ୍ୱର,୧୨।୬: ରାଜ୍ୟର ସମସ୍ତ ଅଙ୍ଗନୱାଡ଼ି କର୍ମୀ, ଲେଡି ସୁପରଭାଇଜର ଓ ବ୍ଲକ ସଂଯୋଜକମାନଙ୍କୁ ସ୍ମାର୍ଟଫୋନ୍ ପ୍ରଦାନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ। କିଛି ଅଙ୍ଗନୱାଡ଼ି କର୍ମୀଙ୍କୁ ସ୍ମାର୍ଟ ଫୋନ…

କୁଲାଡ ରଥଯାତ୍ରା ପ୍ରସ୍ତୁତି ବୈଠକ: ସମନ୍ବୟ ରକ୍ଷା କରି ଯାତ୍ରାକୁ ସଫଳ କରାଯିବ

ଭଞ୍ଜନଗର,୧୨।୬(ବାବୁଲା ପ୍ରଧାନ): ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ କୁଲାଡ ରଥଯାତ୍ରା ଓ ବାହୁଡ଼ା ଯାତ୍ରା କିଭଳି ଶାନ୍ତିଶୃଙ୍ଖଳାର ସହ ହୋଇପାରିବ ସେ ନେଇ ପ୍ରଥମ ପ୍ରସ୍ତୁତି ବୈଠକ ଶୁକ୍ରବାର ଭଞ୍ଜନଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri