Posted inପୁରୀ

ମେଲୋଡି କଳାକାରଙ୍କୁ ସାହାଯ୍ୟର ହାତ ବଢ଼ାଇଲେ ‘ହ୍ୟୁମାନ ସାଗର’

କଟକ ଅଫିସ,୧୦ା୬: ଲକ୍‌ଡାଉନ ମଧ୍ୟରେ ବାନ୍ଧି ହୋଇ ଯାଇଛି କଳା ଜଗତ ଓ କଳାକାରଙ୍କ ଜୀବନ ଜୀବିକା। କଳା ଜଗତକୁ ବଞ୍ଚାଇବା ନିମନ୍ତେ ସରକାରୀ ସହାୟତା ମିଳିବା ଉଚିତ ବୋଲି ବିଭିନ୍ନ ବର୍ଗରୁ ଦାବି ହେଉଛି। ରାଜ୍ୟର ଅନେକ ବରିଷ୍ଠ କଳାକାର ମଧ୍ୟ ସୋସିଆଲ ମିଡ଼ିଆରେ ଏ ନେଇ ପୋଷ୍ଟ କରୁଥିବା ଦେଖିବାକୁ ମିଳୁଛି। ତେବେ ଏଭଳି ଘଡ଼ିିସନ୍ଧି ମୁହୂର୍ତ୍ତରେ କଳାକାରଙ୍କ ପ୍ରତି ସହାୟତାର ହାତ ବଢ଼ାଇଛନ୍ତି ଓଡ଼ିଶାର ପ୍ରସିଦ୍ଧ ପ୍ରଚ୍ଛଟପଟ୍ଟ କଣ୍ଠଶିଳ୍ପୀ ହ୍ୟୁମାନ ସାଗର। ଓଡ଼ିଶା ମେଲୋଡ଼ି ଆସୋସିଏଶନ (ଓଏମ୍‌ଏ) ସହ ଅନୁବନ୍ଧିତ ରାଜ୍ୟର ବିଭିନ୍ନ ମେଲୋଡ଼ି ଗ୍ରୁପର ୫୦୦ କଳାକାରଙ୍କୁ ସେ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି। ମାଣିକଘୋଷ ବଜାରସ୍ଥିତ ମାରୱାଡ଼ି କ୍ଲବ ପରିସରରେ ବୁଧବାର ଓଏମ୍‌ଏ ପକ୍ଷରୁ ଉକ୍ତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏଥିରେ ଏସିପି ସେଖ୍‌ ସରିଫୁଦ୍ଦିନ, ସଞ୍ଜୟ ଶର୍ମା, ସାନୁ ରଥ, ସମ୍ପତ୍ତି ମୋଦି ପ୍ରମୁଖ ଅତିଥି ଭାବେ ଯୋଗଦେଇଥିଲେ। ଓଏମ୍‌ଏର ସଭାପତି ନିଲୁ ମହାନ୍ତି, ସମ୍ପାଦକ ଶ୍ୟାମ କୁମାର ନାୟାର, ପ୍ରଭାତ ରଞ୍ଜନ ବୋଷ, ପ୍ରଦୀପ ମହାପାତ୍ର, ବିରେନ୍ଦ୍ର କୁମାର ଦାସ, ବବଲୁ ଅନସାରୀ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଏଭଳି କାର୍ଯ୍ୟକ୍ରମ ଅନ୍ୟମାନଙ୍କ ପାଇଁ ପ୍ରେରଣାଦାୟକ ବୋଲି ମତ ପ୍ରକାଶ ପାଇଥିଲା। ସଙ୍ଗୀତ ନିର୍ଦ୍ଦେଶକ ମହମ୍ମଦ ଆବିଦ କହିଛନ୍ତି, କରୋନା ଯୋଗୁ ପର୍ବପର୍ବାଣି, ଉତ୍ସବ ସବୁ ବନ୍ଦ। ଏଣୁ ମେଲୋଡ଼ି ହେବାର ଆଶା ନାହିଁ। କଟକଣା କେବେ ଉଠିବ ଓ କଳାକାରମାନେ ରୋଜଗାରର ବାଟ ପାଇବେ ତାହାକୁ ସମସ୍ତେ ଚାହିଁ ରହିଛନ୍ତି। ହ୍ୟୁମାନଙ୍କ ଏହି ଅବଦାନକୁ କଳାକାର ଜଗତ ସବୁଦିନ ପାଇଁ ମନେ ରଖିବ। ସେହିପରି ପୁରୀରୁ ଆସିଥିବା ଏକ ମେଲୋଡ଼ି ଗ୍ରୁପ୍‌ର ବାଦକ ସୁନୀଲ ରାଓ କହିଛନ୍ତି, ମେଲୋଡ଼ି ପ୍ରୋଗ୍ରାମ ହେଲେ କିଛି ଅର୍ଥ ରୋଜଗାର ହୁଏ। ରୋଜଗାରର ଅନ୍ୟ କିଛି ପନ୍ଥା ନାହିଁ। ମାତ୍ର ଏବେ କରୋନା ପାଇଁ ସବୁ ବନ୍ଦ। ଏଭଳି ସମୟରେ ହ୍ୟୁମାନ ସାଗରଙ୍କ ଏହି ସହାୟତା ଏକ ପ୍ରଶଂସନୀୟ ପଦକ୍ଷେପ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନର 2026 T20 World Cup ବିଜୟ ନିଶ୍ଚିତ? ଏହି ସଂଯୋଗ ଦେଖିଲେ ଆପଣ ବି ବିଶ୍ୱାସ କରିବାକୁ ବାଧ୍ୟ ହେବେ

ନୂଆଦିଲ୍ଲୀ,୧୯।୨: 2026 T20 World Cup ପାଇଁ ସୁପର ୮ ଦଳ ଚୂଡ଼ାନ୍ତ ହୋଇଛି। ଯଦିଓ ଟୁର୍ଣ୍ଣାମେଣ୍ଟର ପରବର୍ତ୍ତୀ ପର୍ଯ୍ୟାୟ ଆରମ୍ଭ ହୋଇନାହିଁ, କିନ୍ତୁ ପାକିସ୍ତାନ ବିଶ୍ୱକପ…

ବସ୍‌ ଧକ୍କାରେ ଓଲଟିପଡ଼ିଲା ଟ୍ରାକ୍ଟର, କଣ୍ଡକ୍ଟରଙ୍କ ସମେତ…

ଧୂଷୁରୀ,୧୯ା୨(ଦୀପ୍ତିରଞ୍ଜନ ନାୟକ): ଭଦ୍ରକ ଜିଲା ଧୂଷୁରୀ ଥାନା ଓ ଆରଡ଼ି ଫାଣ୍ଡି ଅଧୀନ କୁଳେଇପଦା ଓ ଆରଡ଼ିର ମଧ୍ୟବର୍ତ୍ତୀ ସ୍ଥାନରେ ୨୦ ନମ୍ବର ଜାତୀୟ ରାଜପଥରେ ଗୁରୁବାର…

ଏହି ଦେଶର ପୂର୍ବତନ ରାଷ୍ଟ୍ରପତିଙ୍କୁ ଆଜୀବନ କାରାଦଣ୍ଡ, ଜାଣନ୍ତୁ କ’ଣ କରିଛନ୍ତି ଅପରାଧ

ସିଓଲ,୧୯।୨: ଦକ୍ଷିଣ କୋରିଆର ପୂର୍ବତନ ରାଷ୍ଟ୍ରପତି ୟୁନ ସୁକ-ୟେଓଲ ଏକ ବଡ଼ ଝଟକା ପାଇଛନ୍ତି। ଗୁରୁବାର (ଫେବୃଆରୀ ୧୯) ଦିନ, କୋର୍ଟ ତାଙ୍କୁ ଦୋଷୀ ସାବ୍ୟସ୍ତ କରି…

ଭାରତର ପଡୋଶୀ ଦେଶରେ ବଡ଼ ଧରଣର ବିସ୍ଫୋରଣ, ଅତିକମରେ ୧୬ ମୃତ

ଇସଲାମାବାଦ,୧୯।୨: ପାକିସ୍ତାନର ସବୁଠାରୁ ବଡ଼ ସହର କରାଚୀରୁ ଏକ ଦୁଃଖଦ ଖବର ଆସିଛି। ଏକ ଆବାସିକ ଅଞ୍ଚଳରେ ଏକ ଶକ୍ତିଶାଳୀ ବିସ୍ଫୋରଣ ସମଗ୍ର ଅଞ୍ଚଳକୁ ଥରାଇ ଦେଇଛି।…

ଆଜିର ମାଟ୍ରିକ ପରୀକ୍ଷାରେ ଅନୁପସ୍ଥିତ ରହିଲେ ୩୯ ପରୀକ୍ଷାର୍ଥୀ

ଲାଞ୍ଜିଗଡ଼,୧୯ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ୮ଟି ପରୀକ୍ଷା କେନ୍ଦ୍ରରେ ଗୁରୁବାର ମାଟ୍ରିକ ପରୀକ୍ଷା ଦେଇଛନ୍ତି ୧୩୬୪ ଜଣ ଛାତ୍ରୀଛାତ୍ର। ଏହି ପରୀକ୍ଷା ଫେବୃଆରୀ…

‘ଗଞ୍ଜାମ ବ୍ଲକରେ ବର୍ତ୍ତମାନ ସୁଦ୍ଧା ୮୯ ପ୍ରତିଶତ ଧାନ କିଣା ସରିଛି’

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ୧୫ଟି ପଞ୍ଚାୟତରେ ସରକାରଙ୍କ ପକ୍ଷରୁ ହୋଇଥିବା ଚାଷୀ ଧାନ ବିକ୍ରି ପାଇଁ ମଣ୍ଡିର କେତେକ ସ୍ଥାନରେ ଅବ୍ୟବସ୍ଥା ଦେଖାଦେଇଛି। ଏଥିପାଇଁ ଚାଷୀଙ୍କୁ…

ପଡ଼ିଆରେ ଅଘଟଣ: କ୍ରିକେଟ୍‌ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣ, ଅମ୍ପାୟାର ମୃତ

ଲକ୍ଷ୍ନୌ,୧୯।୨: ଭାରତରେ ଏକ କ୍ରିକେଟ ମ୍ୟାଚ ଚାଲିଥିବା ସମୟରେ ଏକ ଅଘଟଣ ଘଟିଛି। ଏଠାରେ ଏକ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣରେ ଜଣେ ଅମ୍ପାୟାରଙ୍କ ମୃତ୍ୟୁ ଘଟିଛି।…

ଭାରତୀୟ ବିମାନ କମ୍ପାନୀ ବିରୋଧରେ ବାଂଲାଦେଶ ନେଲା ବଡ଼ ନିଷ୍ପତ୍ତି: ଏୟାରସ୍ପେସ ବନ୍ଦ

ଢାକା,୧୯।୨: ବାଂଲାଦେଶର ତାରିକ ରହମାନ ସରକାର ବକେୟା ଦେୟ ପରିଶୋଧ ନ କରିବା କାରଣରୁ ଭାରତୀୟ ବଜେଟ ବିମାନ କମ୍ପାନୀ ସ୍ପାଇସଜେଟକୁ ଏହାର ଏୟାରସ୍ପେସ ବ୍ୟବହାର କରିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri