କଳାକୃତିରେ ପରିବେଶ ସଚେତନତା ବାର୍ତ୍ତା

ବୋଲଗଡ଼,୩।୯(ଡି.ଏନ୍‌.ଏ): ରାସ୍ତାଘାଟରେ ଆଉ ପଡ଼ିବନି ଅଳିଆ ଆବର୍ଜନା। ଏସବୁ କାମରେ ଲାଗିବ। ଏହା ପ୍ରମାଣିତ କରିଛନ୍ତି ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ସାଗରଗୁଆଁ ପଞ୍ଚାୟତ ହଳଦିପଦା ଗ୍ରାମର ପ୍ରଦୀପ କୁମାର ସାହୁଙ୍କର ପୁଅ ସ୍ନେହାଶିଷ ସାହୁ। ଅଦରକାରୀ ଦ୍ରବ୍ୟରୁ ଅନେକ ଆକର୍ଷଣୀୟ ମୂର୍ତ୍ତି ଏବଂ ସୁନ୍ଦର ସୁନ୍ଦର ସାଜସଜ୍ଜା ଉପକରଣ ସବୁ ତିଆରି କରୁଛନ୍ତି। ସାବୁନରେ ଗଣେଶ, ଖବର କାଗଜ ଏବଂ ପେଟିରେ ଜଗନ୍ନାଥ ମୂର୍ତ୍ତି, ଆଇସ୍‌କ୍ରିମ କାଠିରେ ଫୁଲତୋଡ଼ା ସହ ମୃଦୁ ପାନୀୟ ଠିପିରେ କୁକୁଡ଼ା। ଏମିତି ଅନେକ ପ୍ରକାର ଆକର୍ଷଣୀୟ ଜିନିଷ ତିଆରି କରିଛନ୍ତି ସ୍ନେହାଶିଷ। ବେଗୁନିଆ ଆଦର୍ଶ ବିଦ୍ୟାଳୟରେ ନବମ ଶ୍ରେଣୀରେ ପଢୁଥିବା ସ୍ନେହାଶିଷ ଏଭଳି ବିଭିନ୍ନ ଜିନିଷ ଗଢିବା ସହ ବିନା ପ୍ରଶିକ୍ଷଣରେ ଉଚ୍ଚକୋଟୀର ପଟ୍ଟଚିତ୍ର ମଧ୍ୟ ଆଙ୍କିପାରୁଛନ୍ତି। ପାଠ ପଢି ସାରି ବାହାରେ ଖେଳକୁଦ ନ କରି ଘରେ ବସି ସେ ଏଭଳି କାମରେ ସମୟ ଦେଉଛନ୍ତି। ଏହା କରିବାରେ ତାଙ୍କୁ ଆନନ୍ଦ ମିଳୁଥିବାବେଳେ ଏହା ଯୋଗୁ ପରିବେଶ ମଧ୍ୟ ପ୍ରଦୂଷଣରୁ ରକ୍ଷା ପାଉଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ଫାଲ୍‌ଟା ନିର୍ବାଚନ: ଭାଜପା ପ୍ରାର୍ଥୀ ବିଜୟୀ

କୋଲକାତା,୨୪ା୫: ପଶ୍ଚିମବଙ୍ଗର ଫାଲ୍‌ଟା ଆସନ ଲାଗି ହୋଇଥିବା ପୁନଃ ମତଦାନରେ ଭାଜପା ପ୍ରାର୍ଥୀ ଦେବାଙ୍ଗଶୁ ପଣ୍ଡା ବିପୁଳ ବିଜୟ ହାସଲ କରିଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ…

CUET-UG 2026 ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ,୨୪।୫: CUET-UG 2026 ପରୀକ୍ଷା ସମ୍ପର୍କରେ ଜାତୀୟ ପରୀକ୍ଷା ଏଜେନ୍ସି (NTA) ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ମେ ୨୮ତାରିଖରେ ହେବାକୁ ଥିବା ପରୀକ୍ଷାକୁ ବର୍ତ୍ତମାନ…

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୁମ୍ବାଇକୁ ହରାଇ ପ୍ଲେଅଫ୍‌ରେ ରାଜସ୍ଥାନ: ବାଦ୍‌ ପଡ଼ିଲେ କୋଲକାତା, ପଞ୍ଜାବ

ମୁମ୍ବାଇ,୨୪ା୫: ଜୋଫ୍ରା ଆର୍ଚ୍ଚରଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ରବିବାର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ଆଇପିଏଲ୍‌ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ୩୦ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଏହି…

ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଶୁଭାରମ୍ଭ; ଜଳ କଳସଯାତ୍ରାରେ ସହସ୍ରାଧିକ ଶ୍ରଦ୍ଧାଳୁ ସାମିଲ, ସୋମବାରଠୁ ଶତରୁଦ୍ର ମହାଯଜ୍ଞ 

ଦିଗପହଣ୍ଡି,୨୪।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା  ଦିଗପହଣ୍ଡି ସହର ଉପକଣ୍ଠ  କୁଶପଡ଼ା ଗ୍ରାମ ନିକଟ କମାପଡିଆ ସ୍ଥିତ ଶ୍ରୀ ନୀଳକଣ୍ଠେଶ୍ଵର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଓ ଶତରୁଦ୍ର…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ବାଲିଗୁଡ଼ା,୨୪।୫(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ସଲାଗୁଡ଼ା ପଞ୍ଚାୟତ କୁଡକେଲକିଆ ଘାଟି ବୁଲାଣିରେ ରବିବାର ସନ୍ଧ୍ୟାରେ ଏକ ସରକାରୀ ମୁଖ୍ୟମନ୍ତ୍ରୀ ବସ୍‌ ଏବଂ ବାଇକ୍‌…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଭାଜପା କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର

ଭଞ୍ଜନଗର,୨୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭାଜପା ସାଂଗଠନିକ ଜିଲା(ଘୁମୁସର) ପକ୍ଷରୁ ଦୁଇ ଦିନିଆ ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ଜିଲା ପ୍ରଶିକ୍ଷଣ ଶିବିର ଭଞ୍ଜନଗର ବ୍ଲକ ଲେମ୍ଭେଇଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri