ଔପଦା,୨।୧୧(ଡି.ଏନ.ଏ.): ବାଲେଶ୍ୱର ଜିଲା ଔପଦା ବ୍ଲକ ଗଡ଼ସାହି ପଞ୍ଚାୟତର ପଣ୍ଡୁଆ ପ୍ରାଥମିକ ବିଦ୍ୟାଳୟର ଜଣେ ଷଷ୍ଠ ଶ୍ରେଣୀ ଛାତ୍ରୀ କଳାପଟାରେ ଅଙ୍କ କଷି ନ ପାରିବାରୁ ସହକାରୀ ଶିକ୍ଷକ ତାଙ୍କୁ ଦଣ୍ଡବିଧାନ କରିଥିଲେ। ପରିଣାମସ୍ବରୂପ ଉକ୍ତ ଶିକ୍ଷକଙ୍କୁ କାର୍ଯ୍ୟରୁ ନିଲମ୍ବନ ହେବାକୁ ପଡିଛି। ଛାତ୍ରୀଙ୍କ ପିତା ଶିକ୍ଷକଙ୍କ ବିରୋଧରେ ଔପଦା ଥାନାରେ ଏତଲା ଦେବା ପରେ ପୋଲିସ ଏକ ମାମଲା(ନଂ.୭୫/୧୯) ରୁଜୁ କରିଛି। ସହକାରୀ ଶିକ୍ଷକ ସୁଦାମ ଚରଣ ସେଠୀ ଗତ ୩୦ ତାରିଖରେ ଶ୍ରେଣୀରେ ସବୁ ପିଲାଙ୍କୁ କଳାପଟା ନିକଟକୁ ଡାକି ଅଙ୍କ କଷିବାକୁ କହିଥିଲେ। ଉକ୍ତ ଛାତ୍ରୀଜଣକ ଅଙ୍କ କଷି ନ ପାରିବାରୁ ଶିକ୍ଷକ ବିରକ୍ତ ହୋଇ ପାଠ କାହିଁକି ପଢୁନୁ ବୋଲି କହି ତାଙ୍କ ଆପ୍ରୋନକୁ ଝିଙ୍କି ଦେଇଥିଲେ। ଏଥିରେ ଛାତ୍ରୀଙ୍କର ତଣ୍ଟି ଚାପି ହୋଇଯାଇଥିବା, ସମ୍ପୃକ୍ତ ଶିକ୍ଷକ ଜୀବନରୁ ମାରିଦେବାକୁ ଉଦ୍ୟମ ଓ ଦୁର୍ବ୍ୟବହାର କରିଥିବା ନେଇ ଛାତ୍ରୀଙ୍କ ପିତା ଔପଦା ଥାନାରେ ଦେଇଥିବା ଏତଲାରେ ଦର୍ଶାଇଛନ୍ତି। ଏନେଇ ବିଦ୍ୟାଳୟ ପରିଚାଳନା କମିଟି ବୈଠକ ଡକାଯାଇ ସମ୍ପୃକ୍ତ ଶିକ୍ଷକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ବିଧିବଦ୍ଧ ଭାବେ ବ୍ଲକ ଶିକ୍ଷାଧିକାରୀଙ୍କୁ ନିବେଦନ କରାଯାଇଥିଲା। ଔପଦା ବ୍ଲକ ଶିକ୍ଷାଧିକାରୀ ଅଭିଯୋଗର ତଦନ୍ତ କରି ସମ୍ପୃକ୍ତ ଶିକ୍ଷକଙ୍କୁ କାର୍ଯ୍ୟରୁ ନିଲମ୍ବନ କରିଛନ୍ତି। ଷଡ଼ଯନ୍ତ୍ର କରି ଫଶାଇ ଦିଆଯାଇଥିବା ଶିକ୍ଷକ ସୁଦାମ ଚରଣ ସେଠୀ ପ୍ରକାଶ କରିଛନ୍ତି।
କଳାପଟାରେ ଅଙ୍କ କଷି ନ ପାରିବାରୁ ଛାତ୍ରୀଙ୍କୁ ଦଣ୍ଡ : ଶିକ୍ଷକଙ୍କୁ ନିଲମ୍ବନ କଲେ ବିଇଓ, ଥାନାରେ ମାମଲା
Posted inHome, Home Left, ଆମ ଜିଲା ଖବର, ବାଲେଶ୍ୱର View All
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ
ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…
ଭୁବନେଶ୍ୱର ଫୁଲ ଦୋକାନ
ଫର୍ନସ ଏନ୍ ପେଟାଲ୍ସ ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ
କଳିଙ୍ଗ ଫିଟନେସ୍ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍ରେ ସବୁ ପ୍ରକାର…
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ
ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…
କଟକ ଦହିବରା ଆଳୁଦମ
ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ
ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…
ଶ୍ରେଷ୍ଠ ପାଞ୍ଚ ପୁରୀର ମଠ
ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…
ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ
ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

