କଳାପାଟ ପୀଠରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର ଘଟଣା: ହତ୍ୟାକାରୀ ପୁଅ ଜେଲ ଗଲେ

ଗଣିଆ,୬ା୧୧(ଡି.ଏନ.ଏ.): ନୟାଗଡ଼ ଜିଲା ଗଣିଆ ଥାନା ମଣିଭଦ୍ରା ପର୍ବତ ପାଦଦେଶରେ ଥିବା ମା’ କଳାପାଟ ପୀଠ ପରିସରରୁ ସୋମବାର ସକାଳୁ ଜଣେ ବୃଦ୍ଧଙ୍କ ମୃତଦେହକୁ ପୋଲିସ ଉଦ୍ଧାର କରିଥିଲା। ମଙ୍ଗଳବାର ହତ୍ୟାକାରୀ ପୁଅଙ୍କୁ ପୋଲିସ ଗିରଫ କରିଛି। ସେ ହେଲେ ଗୋପୀନାଥ ବାରିକ ଓରଫ ଲଣ୍ଡା (୪୦)। ପାରିବାରିକ କଳହକୁ ନେଇ ନିଶାସକ୍ତ ଅବସ୍ଥାରେ ସେ ନିଜ ବାପାଙ୍କୁ ହତ୍ୟା କରିଥିବା ପୋଲିସ ଆଗରେ ସ୍ବୀକାର କରିଛନ୍ତି। ଗିରଫ ପରେ ଗୋପୀନାଥଙ୍କୁ କୋର୍ଟ ଚାଲାଣ କରାଯାଇଥିଲା। ସେଠାରେ ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ମିଳିଥିବା ସୂଚନା ଅନୁଯାୟୀ ଗୟାଧର ଛାମୁଣ୍ଡିଆ ବଜାରରେ ଏକ ସେଲୁନ କରି ଗୁଜୁରାଣ ମେଣ୍ଟାଉଥିଲେ ା ଘରଠାରୁ କେଇ ହାତ ଦୂରରେ ନିଜ ଘରେ ଗୟାଧରଙ୍କ ସ୍ତ୍ରୀ ଓ ସାନପୁଅ ଗୋପୀନାଥ ରହୁଥିଲେ ା ବିଭିନ୍ନ ସମୟରେ ପାରିବାରିକ କଳହକୁ ନେଇ ଗୟାଧର କିଛିଦିନ ଧରି ସେଲୁନରେ ରହିଆସୁଥିଲେ। ରବିବାର ରାତି ୯ଟା ପରେ ପୁଣିଥରେ କଳହ ଯୋଗୁ ଗୟାଧର ଘରଛାଡି ପଳାଇଯିବା ପାଇଁ ସେଲୁନରୁ ବାହାରିଆସିଥିଲେ। ଗୟାଧରଙ୍କୁ ପିଛା କରି ପୁଅ ଗୋପୀନାଥ ନିଶାସକ୍ତ ଅବସ୍ଥାରେ ଘରଠାରୁ ୪କି.ମି. ଦୂର କଳାପାଟ ପୀଠ ପରିସରରେ ପହଞ୍ଚତ୍ଥିଲେ। ସେଠାରେ ଥିବା ମାଟିଘୋଡା ସାହାଯ୍ୟରେ ସେ ଅତର୍କିତ ଭାବେ ଗୟାଧରଙ୍କ ମୁଣ୍ଡକୁ ପିଟି ପିଟି ମାରିଦେଇଥିଲେ। ହତ୍ୟାକାଣ୍ଡ ଘଟାଇ ଗୟାଧର ପିନ୍ଧିଥିବା ଲୁଙ୍ଗିକୁ ଗୋଡଠାରୁ ମୁଣ୍ଡ ପର୍ଯ୍ୟନ୍ତ ଘୋଡାଇ ସେ ଘରକୁ ଫେରିଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାସନ୍ତୀକ ନବରାତ୍ର ପୂଜା : ଚନ୍ଦ୍ରଘଣ୍ଟା ବେଶରେ ମା’ ସମଲେଶ୍ବରୀ

ବରଗଡ଼,୨୧।୩, (ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଅନୁଷ୍ଠିତ ହୋଇଛି। ତୃତୀୟ ଦିବସ ଶନିବାରରେ ଦେବୀ ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ…

ହନୁମାନ ମନ୍ଦିରରେ ହିନ୍ଦୁ ନବବର୍ଷ ପାଳିତ

ହାଟଡ଼ିହୀ,୨୦ା୩(ଶୁଭକାନ୍ତ ନାୟକ): ରାଷ୍ଟ୍ରୀୟ ସେବିକା ସମିତି ପକ୍ଷରୁ କେନ୍ଦୁଝର ଜିଲା ହାଟଡ଼ିହୀ ହନୁମାନ ମନ୍ଦିର ପ୍ରାଙ୍ଗଣରେ ହିନ୍ଦୁ ନବବର୍ଷ ଗୁରୁବାର ପାଳନ ହୋଇଯାଇଛି। ଉପସ୍ଥିତ ସେବିକାମାନେ ପତାକା…

ଖୋଲିଲା ତାରାତାରିଣୀ ମନ୍ଦିରର ଦାନହୁଣ୍ଡି: ମିଳିଲା ସୁନା,ରୁପା ଅଳଙ୍କାର ସହ ୭ ଲକ୍ଷ ୮୦ ହଜାର ଟଙ୍କା

ପୁରୁଷୋତ୍ତମପୁର,୨୦ା୩ (ସବିତା ମିଶ୍ର):ଗଞ୍ଜାମ ଜିଲାର ଇଷ୍ଟ ଦେବୀ ମା’ ତାରାତାରିଣୀ ମନ୍ଦିର ଦାନ ହୁଣ୍ଡି ଶୁକ୍ରବାର ଖୋଲାଯାଇ ଗଣତି ହୋଇଛି। ହୁଣ୍ଡିରୁ ସୁନା,ରୁପା ଅଳଙ୍କାର ସହ ୭…

ଥୁଆମୂଳରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳରାମପୁର, ୨୦ା୩ (ଦୁର୍ଗା ଦୁର୍ଗା): କଳାହାଣ୍ଡି ଜିଲା  ଥୁଆମୂଳରାମପୁର ବ୍ଲକ ଅଞ୍ଚଳରେ ଗତ ମଙ୍ଗଳବାରଠାରୁ ଜାରି ରହିଥିବା ପ୍ରଳୟଙ୍କରୀ କାଳବୈଶାଖୀ ଜନଜୀବନକୁ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ କରିଦେଇଛି। ତୁହାକୁ…

ଜମିପଟ୍ଟା ପ୍ରଦାନ ଦାବିରେ ତହସିଲ କାର୍ଯ୍ୟାଳୟ ଘେରାଉ: ବିକ୍ଷୋଭ

ମୋହନା,୨୦ା୩(ମନ୍ମଥ ମିଶ୍ର): ବିଭିନ୍ନ ଦାବି ନେଇ ଶୁକ୍ରବାର ଅଲ ଇଣ୍ଡିଆ ମୂଳ ନିବାସୀ ସଂଘ ପକ୍ଷରୁ ମୋହନାରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ହାଇସ୍କୁଲ ଛକରୁ ମୁଖ୍ୟ ବଜାର…

ଠାକୁର ମଦନ ମୋହନଙ୍କ ଜାଗା ଜବର ଦଖଲ: ଦୁଇବର୍ଷ ପରେ ଆସିଲା ରାୟ

ଗଞ୍ଜାମ,୨୦ା୩(ବିଦ୍ୟାଧର ସାହୁ): ଗଞ୍ଜାମ ସହରସ୍ଥିତ ବ୍ରାହ୍ମଣ ଢମଣା ସାହିରେ ପୂୂଜା ପାଉଥିବା ଶ୍ରୀମଦନ ମୋହନଙ୍କ ବଡ଼ବଜାରଠାରେ ଥିବା ଜାଗାକୁ ଦୀର୍ଘବର୍ଷ ହେଲା ଏକ ପରିବାର ଜବରଦଖଲ କରି…

ବାଲିଗୁଡ଼ାରେ ଗ୍ୟାସ୍‌ ସମସ୍ୟା, ହୋଟେଲ ବନ୍ଦ

ବାଲିଗୁଡା,୨୦ା୩(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ସହରରେ କିଛିଦିନ ହେବ ଜାଳେଣି ଗ୍ୟାସ ସମସ୍ୟା ଦେଖାଦେଇଛି। ଫଳରେ ଗ୍ୟାସ୍‌ ଉପଭୋକ୍ତାଙ୍କ ମଧ୍ୟରେ ଘୋର ଅସନ୍ତୋଷ ବୃଦ୍ଧି ପାଇଛି। ଅନ୍ୟପଟେ…

ସରକାରଙ୍କ ବଡ଼ ଘୋଷଣା: ନିୟମିତ ହେବେ ସ୍କିମାଟିକ ଜୁନିୟର ଶିକ୍ଷକ

ଭୁବନେଶ୍ୱର,୨୦।୩: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଚୁକ୍ତିଭିତ୍ତିକ ସ୍କିମାଟିକ ଜୁନିୟର ଶିକ୍ଷକଙ୍କୁ ନିୟମିତ କର୍ମଚାରୀ ମାନ୍ୟତା ମିଳିବ ବୋଲି ସରକାରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri