କଳାହାଣ୍ଡି ଗ୍ରାମାଞ୍ଚଳରେ ଶିକ୍ଷା ବ୍ୟବସ୍ଥା ବିପର୍ଯ୍ୟସ୍ତ: ୩୨୯ ଛାତ୍ରୀଛାତ୍ରଙ୍କୁ ୪ ଶିକ୍ଷକ

ଭବାନୀପାଟଣା,୪।୯(ଡି.ଏନ୍‌.ଏ.): କଳାହାଣ୍ଡି ଗ୍ରାମାଞ୍ଚଳର ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। କେଉଁଠି ବିଦ୍ୟାଳୟ ପାଇଁ ଶ୍ରେଣୀ ଗୃହ ଅଭାବ ତ କେଉଁଠି ଶିକ୍ଷକ ଅଭାବ। ପୁଣି କେଉଁଠି ଆବଶ୍ୟକ ସଂଖ୍ୟକ ଛାତ୍ରୀଛାତ୍ରଙ୍କ ଅଭାବରୁ ତାଲା ପଡ଼ିବା ଅବସ୍ଥାକୁ ଚାଲିଆସିଛି। ଶିକ୍ଷାଧିକାର ଆଇନ ଅନୁସାରେ, ୩୫ ଜଣ ଛାତ୍ରୀଛାତ୍ରଙ୍କ ପାଇଁ ଜଣେ ଶିକ୍ଷକ ନିୟୋଜନ କରାଯିବାର ଧାର୍ଯ୍ୟ କରାଯାଇଛି। ମାତ୍ର ପରିତାପର ବିଷୟ କଳାହାଣ୍ଡି ଜିଲା ଗ୍ରାମାଞ୍ଚଳର ଅନେକ ବିଦ୍ୟାଳୟ ଏବେ ବି ମାତ୍ର ଜଣେ ଲେଖାଏ ଶିକ୍ଷକଙ୍କ ଦ୍ୱାରା ଶିକ୍ଷାଦାନ କରାଯାଉଛି। ଏପରିକି ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ୩୨୯ଜଣ ଛାତ୍ରୀଛାତ୍ର ପାଠ ପଢୁଥିଲେ ମଧ୍ୟ ଶିକ୍ଷାଦାନ ଲାଗି ମାତ୍ର ୪ ଜଣ ଶିକ୍ଷକ ନିୟୋଜିତ ହେଇଛନ୍ତି ।  ଏପରି ବ୍ୟତିକ୍ରମ ଦେଖିବାକୁ ମିଳିଛି ଜିଲାର ଆଦିବାସୀ ବହୁଳ ଥୁଆମୂଳ ରାମପୁର ବ୍ଲକ ଅଧୀନ ଓଡ୍ରି ଉନ୍ନୀତ ପ୍ରାଥମିକ ବିଦ୍ୟାଳୟରେ। ଏହି ବିଦ୍ୟାଳୟ ଉନ୍ନୀତ ହେବା ପରେ ନବମ ଓ ଦଶମ ଶ୍ରେଣୀ ଖୋଲିବାର ପ୍ରାୟ ୧୦ ବର୍ଷରୁ ଅଧିକ ହୋଇଥିଲେ ମଧ୍ୟ ଉକ୍ତ ଶ୍ରେଣୀ ପାଇଁ ଥିବା ଇଂରାଜୀ, ବିଜ୍ଞାନ ଓ ଗଣିତ ବିଷୟ ଶିକ୍ଷା ଦାନ ନିମିତ୍ତ ଅଭିଜ୍ଞ ଶିକ୍ଷକ ନିୟୋଜିତ କରାଯାଇ ନାହିଁ । ପ୍ରାଥମିକ ଶ୍ରେଣୀ ପାଇଁ ନିୟୋଜିତ ଶିକ୍ଷକ ହିଁ ପାଠ ପଢ଼ାଉଛନ୍ତି। ଦୁଇରୁ ଅଧିକ ଶ୍ରେଣୀର ଛାତ୍ରୀଛାତ୍ରଙ୍କୁ ଗୋଟିଏ କୋଠରୀରେ ବସାଇ ଶିକ୍ଷାଦାନ କରାଯାଉଛି । କେବଳ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକଙ୍କ ବ୍ୟତୀତ ଅନ୍ୟ କେହି ଶିକ୍ଷା ବିଭାଗ ଅଧିକାରୀ ପରିଦର୍ଶନରେ ଆସୁ ନ ଥିବାରୁ ବିଦ୍ୟାଳୟର ସମସ୍ୟା ସମ୍ବନ୍ଧରେ ଶିକ୍ଷା ବିଭାଗ ଗୁରୁତ୍ୱ ଦେଉ ନ ଥିବା ଅନେକ ଛାତ୍ରାଭିଭାବକ ଅଭିଯୋଗ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ଛାଡି ନିଜର ବିଜନେସ୍‌ ସାମ୍ରାଜ୍ୟ ତିଆରି କରନ୍ତି ଏହି ୨ ରାଶି, ବସ୍‌ ହେବାର ରହିଛି କ୍ୱାଲିଟି…

ଅଧିକାଂଶ ଲୋକ ଚାକିରିକୁ ଏକ ସୁରକ୍ଷିତ ବିକଳ୍ପ ବୋଲି ଭାବନ୍ତି। ପ୍ରତି ମାସରେ ଦରମା ମିଳୁଥାଉ, କାମ ଚାଲିଥାଉ ଏବଂ ରିସ୍କ (ବିପଦ) କମ ଥାଉ। ଏହି…

ସାରା ରାଜ୍ୟରେ ଲଘୁଚାପ ବର୍ଷା: ବୁଧବାର ପାଇଁ ୩ ଜିଲାକୁ ୟେଲୋ ଓ୍ବାର୍ନିଂ…

ଭୁବନେଶ୍ୱର, ୧ା୯(ବନ୍ଦନା ସେଠୀ) – ସାରା ରାଜ୍ୟରେ ଲଘୁଚାପ ବର୍ଷା ଲାଗି ରହିଛି। ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲାରେ ଅଧିକ ବର୍ଷା ହୋଇଛି। ଲଘୁଚାପଟି ମଙ୍ଗଳବାର ସକାଳ…

ସଂକ୍ରି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ମିଳିବ ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’: ବରଗଡ଼ ଜିଲାରେ ଖୁସିର ଲହରୀ

ଝାରବନ୍ଧ, ୧।୯ (ଦେବେନ୍ଦ୍ର ସାହୁ): ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ପ୍ରଦର୍ଶନ ଓ ଅଭିନବ ଶିକ୍ଷଣ ପଦ୍ଧତି ପାଇଁ ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ ସଂକ୍ରି ସରକାରୀ…

୭ମ ରାଜ୍ୟସ୍ତରୀୟ କୁଡୋ ମାର୍ଶାଲ ଆର୍ଟ ପ୍ରତିଯୋଗିତାରେ ଦେବଗଡ଼ ଜିଲାର ବାଜିମାତ: ହାତେଇଲେ ୮ ସ୍ୱର୍ଣ୍ଣ, ୧ ରୌପ୍ୟ…

ଦେବଗଡ଼, ୧।୯ (ଶଶାଙ୍କ ଶେଖର ଝାଙ୍କର): କଟକର ସରସ୍ୱତୀ ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁଟ୍ ଅଡିଟୋରିୟମଠାରେ ଅଗଷ୍ଟ ୨୯ରୁ ୩୦ ତାରିଖ ପର୍ଯ୍ୟନ୍ତ ଦୁଇ ଦିନ ଧରି ଅନୁଷ୍ଠିତ…

ମୋରୁମ ଖାଦାନରେ ଚାପି ହୋଇ ନାବାଳକ ମୃତ୍ୟୁ ଘଟଣା: ଜେଲ ଗଲେ ଟ୍ରାକ୍ଟର ମାଲିକ-ଚାଳକ

ଦିଗପହଣ୍ଡି, ୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଉସ୍ତପଲ୍ଲୀ ଗ୍ରାମ ନିକଟସ୍ଥ ମୋରୁମ ଖାଦାନରେ ପଥର ତଳେ ଚାପି…

ପ୍ରତି କଥାରେ ଝଗଡା କରନ୍ତି ଏହି ୩ ରାଶି, ଦେହକୁ ନେଇଯାଆନ୍ତି ଛୋଟ-ଛୋଟ କଥା…

ଆପଣଙ୍କ ସାଙ୍ଗ ମହଲରେ ମଧ୍ୟ ନିଶ୍ଚୟ ଏମିତି କେହି ଥିବେ, ଯିଏ ଛୋଟ କଥାକୁ ନେଇ ଯୁକ୍ତିତର୍କ (ତର୍କ-ବିତର୍କ) ଆରମ୍ଭ କରିଦିଅନ୍ତି। କଥା ସରିବା ବଦଳରେ ଲମ୍ୱା…

କାଜୁଗଛରେ ଡେରା ଜମାଇଥିଲା ୧୨ ଫୁଟର ଅହିରାଜ, ବନ କର୍ମଚାରୀଙ୍କ କଠିନ ଉଦ୍ୟମ ପରେ…

ପାଟଣା, ୧।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହାରପଡ଼ା ସେକ୍ସନ ଅଧୀନ କୁମୁଳାବାହାଳି ଗାଁ ନିକଟସ୍ଥ ଏକ କାଜୁଗଛରୁ ମଙ୍ଗଳବାର ପ୍ରାୟ ୧୨…

ଜନ୍ମାଷ୍ଟମୀରେ ମହାସଂଯୋଗ: ଚମକିବ ୫ ରାଶିର ଭାଗ୍ୟ, କାହ୍ନାଙ୍କ କୃପାରେ ହୋଇଯିବେ ମାଲାମାଲ!

ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପର୍ୱ ଚଳିତ ବର୍ଷ ୪ ସେପ୍ଟେମ୍ୱରରେ ଶ୍ରଦ୍ଧା ଓ ଉଲ୍ଲାସର ସହିତ ପାଳିତ ହେବ। ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବର ଏହି ଦିନ ଧାର୍ମିକ ଆସ୍ଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri