ଭବାନୀପାଟଣା, ୩୧।୧ (ଡି.ଏନ୍.ଏ.): କଳାହାଣ୍ଡି ଜିଲାର ୩୨ଟି ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ‘ଗାରିମା ରୌପ୍ୟ’ ପୁରସ୍କାର ମିଳିବ। ଏ ନେଇ ଛାତ୍ରୀଛାତ୍ର, ଅଭିଭାବକ ଏବଂ ଶିକ୍ଷକଙ୍କ ମହଲରେ ଖୁସି ଦେଖିବାକୁ ମିଳିଛି। ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶିକ୍ଷା ଗ୍ରହଣ କ୍ଷେତ୍ରରେ ଉତ୍କର୍ଷତା ପରିଣାମକୁ ନେଇ ପ୍ରଦାନ କରାଯାଉଥିବା ଏହି ଗାରିମା ପୁରସ୍କାର ଶିକ୍ଷା ଗ୍ରହଣ ଓ ଶିକ୍ଷା ପ୍ରଦାନ କ୍ଷେତ୍ରରେ ଏକ ଅପୂର୍ବ ସୁଯୋଗ ସୃଷ୍ଟି କରିବ ବୋଲି ସେମାନେ କହିଛନ୍ତି। ପୂର୍ବରୁ ଜିଲାର ୪୪ଟି ବିଦ୍ୟାଳୟକୁ ଜିଲାପାଳଙ୍କ ଦ୍ୱାରା ‘ଗାରିମା ତାମ୍ର’ ପୁରସ୍କାର ପ୍ରଦାନ କରାଯାଇଥିଲା। ପରବର୍ତ୍ତୀ ଗାରିମା ରୌପ୍ୟ ପୁରସ୍କାର ପାଇଁ ଛାତ୍ରୀଛାତ୍ରମାନଙ୍କର ଶିକ୍ଷଣ ଅଭିବୃଦ୍ଧିସ୍ତରକୁ ମାପକାଠି ରୂପେ ବିବେଚନା କରାଯାଇ ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ, ଭବାନୀପାଟଣା ଦ୍ୱାରା ଡିସେମ୍ବର ୨୦୧୯ ମସିହାରେ ପରୀକ୍ଷା କରାଯାଇଥିଲା ଓ ସେମାନଙ୍କ ମଧ୍ୟରୁ ୩୨ଟି ବିଦ୍ୟାଳୟ ଏହି ଗାରିମା ରୌପ୍ୟ ପୁରସ୍କାର ପାଇବା ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି। ଏହି ପୁରସ୍କାରପ୍ରାପ୍ତ ବିଦ୍ୟାଳୟଗୁଡ଼ିକୁ ଅଧିକାରୁ ଅଧିକ ଉତ୍ସାହିତ କରିବା ପାଇଁ ରାଜ୍ୟ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରତି ବିଦ୍ୟାଳୟକୁ ୧୦ ହଜାର ଟଙ୍କା ଅର୍ଥରାଶି ପ୍ରଦାନ କରାଯିବ ବୋଲି ସୂଚନାମିଳିଛି।
Posted inଆମ ଜିଲା ଖବର, କଳାହାଣ୍ଡି View All
ମାଲକାନଗିରିରେ ବଢ଼ିଲା ଇଣ୍ଟରନେଟ କଟକଣା
ମାଲକାନଗିରି,୯।୧୨: ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଡୁଡ଼ାମେଟଲା ନଦୀ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଜବତ ଘଟଣା ପରେ ରାଖେଲଗୁଡ଼ା ଏବଂ ଏମ୍ଭି...
ଆର୍ଡିଙ୍କ ଅଚାନକ କଲେଜ ପରିଦର୍ଶନ
ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ): ବ୍ରହ୍ମପୁର ଆଞ୍ଚଳିକ ଉଚ୍ଚ ଶିକ୍ଷା ନିର୍ଦ୍ଧେଶକ(ଆର୍ଡି) ପ୍ରଫେସର ଡ.ନାରାୟଣ ବେହେରା ମଙ୍ଗଳବାର ଅଚାନକ ଭଞ୍ଜନଗର ସହରରେ ଥିବା ୩ ପ୍ରମୁଖ କଲେଜ କବି...
୩ ଦିନ ହେଲା ଅଟକି ରହିଛି ଟ୍ରକ୍, ବାହାରୁଛି ପଚା ଦୁର୍ଗନ୍ଧ, ରକ୍ତ: ଅଞ୍ଚଳରେ ଚାଞ୍ଚଲ୍ୟ
ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ଟ୍ରକରୁ ବାହାରୁଛି ପଚା ଦୁର୍ଗନ୍ଧ ଏବଂ ରକ୍ତ। ନୟାଗଡ଼ ବ୍ଲକ ଶାଳଭଙ୍ଗା ଜଙ୍ଗଲ ଫରେଷ୍ଟ ଟାୱାର ନିକଟରେ ଟ୍ରକଟି ଅଟକି ରହିଛି।...
ସରପଞ୍ଚଙ୍କ ଘରୁ ଲୁଟ୍
ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଭୋଗବାଡ଼ି ସରପଞ୍ଚ ନିିର୍ମଳା ସାହୁଙ୍କ ଘରୁ ଚୋରି ହୋଇଛି। ଦୁର୍ବୃତ୍ତମାନେ ସୋମବାର ରାତିରେ ସରପଞ୍ଚଙ୍କ ଘରେ...
ମନ୍ଦିର ନିକଟରେ କୁଟୁରାକୁ ଧକ୍କା ଦେଲା ବାଇକ୍: ଆଉ ତା’ପରେ ଘଟିଗଲା…
ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଦୁର୍ଗାପ୍ରାସାଦ ମୁଖ୍ୟ ରାସ୍ତାର ସୋରଦେବୀ ମନ୍ଦିର ନିକଟରେ ମଙ୍ଗଳବାର ସକାଳେ ବାଇକ ଧକ୍କାରେ ଏକ କୁଟୁରା ମୃତ୍ୟୁବରଣ କରିଛି। ଏଥିରେ...
ଗୋପୀନାଥ ମନ୍ଦିରରୁ ଚୋରି: ନେଇଗଲେ ଦିଅଙ୍କ ଅଳଙ୍କାର
ଗଜପତି,୯।୧୨(ଗିରିଧାରୀ ପରିଛା): ଆନ୍ଧ୍ରପ୍ରଦେଶ କତୁରୁ ମଡ଼ଲମରେ ଥିବା ଲିହୁରୀ ଗ୍ରାମ ଗୋପୀନାଥ ମନ୍ଦିରରୁ ଚୋରି ହୋଇଛି । ଦୁର୍ବୃତ୍ତମାନେ ଦିଅଙ୍କ ଅଳଙ୍କାର ସହ ମନ୍ଦିରରେ ଲାଗିଥିବା...
ବାଇକରେ ଫେରୁଥିବାବେଳେ ପୋଲ ତଳକୁ ଖସିପଡ଼ିଲେ ୨ ଜଣ: ଆଉ ତା’ପରେ…
ଓଡଗାଁ, ୯।୧୨(ଆଦର୍ଶ କୁମାର ପଟ୍ଟନାୟକ): ନୟାଗଡ଼ ଜିଲା ଓ ଆଦର୍ଶ ଥାନା ଗିରିଡିପଲ୍ଲୀରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ପଞ୍ଚାୟତ ଧଝୋଲା ଗ୍ରାମର ଫକୀର...
ପାହାଡ ପାର୍ଶ୍ୱରୁ ମୋରମ ତାଢି ନେଉଯାଉଥିଲେ, ରୋକିଲେ ଗ୍ରାମବାସୀ
ଧର୍ମଶାଳା,୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ବଡ଼କାଏମା ପଞ୍ଚାୟତରେ ଥିବା ଐତିହାସିକ କାଏମା ପାହାଡ ପାର୍ଶ୍ୱରୁ ମୋରମ ତାଡ଼ି ନେଇ ଅନ୍ୟ ଏକ...
Archives


