କଳାହାଣ୍ଡି ଜିଲାର ୩୨ ବିଦ୍ୟାଳୟକୁ ମିଳିବ ‘ଗାରିମା ରୌପ୍ୟ’ ପୁରସ୍କାର

ଭବାନୀପାଟଣା, ୩୧।୧ (ଡି.ଏନ୍‌.ଏ.): କଳାହାଣ୍ଡି ଜିଲାର ୩୨ଟି ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ‘ଗାରିମା ରୌପ୍ୟ’ ପୁରସ୍କାର ମିଳିବ। ଏ ନେଇ ଛାତ୍ରୀଛାତ୍ର, ଅଭିଭାବକ ଏବଂ ଶିକ୍ଷକଙ୍କ ମହଲରେ ଖୁସି ଦେଖିବାକୁ ମିଳିଛି। ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶିକ୍ଷା ଗ୍ରହଣ କ୍ଷେତ୍ରରେ ଉତ୍କର୍ଷତା ପରିଣାମକୁ ନେଇ ପ୍ରଦାନ କରାଯାଉଥିବା ଏହି ଗାରିମା ପୁରସ୍କାର ଶିକ୍ଷା ଗ୍ରହଣ ଓ ଶିକ୍ଷା ପ୍ରଦାନ କ୍ଷେତ୍ରରେ ଏକ ଅପୂର୍ବ ସୁଯୋଗ ସୃଷ୍ଟି କରିବ ବୋଲି ସେମାନେ କହିଛନ୍ତି। ପୂର୍ବରୁ ଜିଲାର ୪୪ଟି ବିଦ୍ୟାଳୟକୁ ଜିଲାପାଳଙ୍କ ଦ୍ୱାରା ‘ଗାରିମା ତାମ୍ର’ ପୁରସ୍କାର ପ୍ରଦାନ କରାଯାଇଥିଲା। ପରବର୍ତ୍ତୀ ଗାରିମା ରୌପ୍ୟ ପୁରସ୍କାର ପାଇଁ ଛାତ୍ରୀଛାତ୍ରମାନଙ୍କର ଶିକ୍ଷଣ ଅଭିବୃଦ୍ଧିସ୍ତରକୁ ମାପକାଠି ରୂପେ ବିବେଚନା କରାଯାଇ ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ, ଭବାନୀପାଟଣା ଦ୍ୱାରା ଡିସେମ୍ବର ୨୦୧୯ ମସିହାରେ ପରୀକ୍ଷା କରାଯାଇଥିଲା ଓ ସେମାନଙ୍କ ମଧ୍ୟରୁ ୩୨ଟି ବିଦ୍ୟାଳୟ ଏହି ଗାରିମା ରୌପ୍ୟ ପୁରସ୍କାର ପାଇବା ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି। ଏହି ପୁରସ୍କାରପ୍ରାପ୍ତ ବିଦ୍ୟାଳୟଗୁଡ଼ିକୁ ଅଧିକାରୁ ଅଧିକ ଉତ୍ସାହିତ କରିବା ପାଇଁ ରାଜ୍ୟ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରତି ବିଦ୍ୟାଳୟକୁ ୧୦ ହଜାର ଟଙ୍କା ଅର୍ଥରାଶି ପ୍ରଦାନ କରାଯିବ ବୋଲି ସୂଚନାମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବେଲଭଟା ଗ୍ରାମବାସୀଙ୍କୁ ଚୁଆପାଣି ଭରସା: ଅଚଳ ନଳକୂପ-ସୌରଚାଳିତ ପାଣିଟାଙ୍କି

ଲାଞ୍ଜିଗଡ଼,୨୧ା୭(ରମେଶ ଚନ୍ଦ୍ର ନାୟକ):କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ୍‌ ବେଡ଼ାଗାଁ ପଞ୍ଚାୟତ ଅଧୀନ ଦେହେଡ଼ାର ବେଲଭଟା ଗାଁରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ନେଇଛି। ଗାଁରେ ୬ଟି…

ଗାଈପଲକୁ ଧକ୍କା ଦେଲା ଅଜଣା ଗାଡ଼ି, ଛିଟିକି ହୋଇ ପଡିଲେ….

ବଲାଙ୍ଗୀର,୨୧।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ପେଲେସ ଲାଇନ ଛକ ୨୬ ନମ୍ବର ଜାତୀୟ ରାଜପଥରେ ଗାଡ଼ି ମଟର ଚଳାଚଳ ବନ୍ଦ ରହିଛି । ଅଜଣା ଗାଡ଼ି…

ପ୍ଲାଷ୍ଟିକ୍‌ ଦଉଡ଼ି ଟାଣି ଚାଲିଛି ଚଣ୍ଡିଆପଲ୍ଲୀ ଫେରିଘାଟ: ବିପଦରେ ଯାତ୍ରୀ

ମହାକାଳପଡ଼ା,୨୧ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା, ବ୍ଲକ୍‌, ତହସିଲ ଓ କଲେଜ ଏବଂ ମେଡିକାଲକୁ ଲୋକେ ବିଭିନ୍ନ ସମୟରେ ଯାତାୟାତ କରିଥାନ୍ତି। କିନ୍ତୁ ସେଠାକୁ ଯିବାକୁ…

ବିପଦ ସୃଷ୍ଟି କରୁଛି ମୁକୁଳା ଟ୍ରାନ୍ସଫର୍ମର: ଛାତ୍ରୀଛାତ୍ରଙ୍କ ପ୍ରତି ବିପଦ

ନୂଆପଡ଼ା,୨୧ା୭ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସିଆଲଟି ପଞ୍ଚାୟତ ବାଗମୁଣ୍ଡା ଗାଁ ରାସ୍ତା କଡରେ ବିପଦସଙ୍କୁଳ ଅବସ୍ଥାରେ ମୁକଳା ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ରହିଥିବାରୁ ବିଭିନ୍ନ…

କନ୍ଧମାଳ ହଳଦୀରେ କମୁଛି କରକ୍ୟୁମିନ୍ ଉପାଦାନ, ଚାଷୀଙ୍କୁ ମିଳୁନି ଉଚିତ ମୂଲ୍ୟ

ଦାରିଙ୍ଗବାଡି,୨୧।୭(ଅରୁଣ ସାହୁ): ବିଶ୍ୱ ପ୍ରସିଦ୍ଧ କନ୍ଧମାଳ ହଳଦୀ ଏବେ ବିପଦରେ । ସମୟ ଅନୁସାରେ, ହଳଦୀର ଚାହିଦା କମିବାରେ ଲାଗୁଥିବା ବେଳେ ଚାଷୀଙ୍କୁ ଉଚିତ ଦର ମିଳୁ…

ରାସ୍ତାକଡ଼କୁ ଓଲଟିଲା ଜଗନ୍ନାଥ ଏକ୍ସପ୍ରେସ, ୨୫ ଯାତ୍ରୀ…

ପାଳଲହଡା,୨୧।୭(ଦିବ୍ୟଜ୍ୟୋତି ଦାଶ): ରାସ୍ତାକଡ଼କୁ ଓଲଟିଲା OSRTC ଜଗନ୍ନାଥ ଏକ୍ସପ୍ରେସ । ଯାତ୍ରୀଙ୍କୁ ନେଇ ଯାଉଥିବା ବେଳେ ଭାରସାମ୍ୟ ହରାଇ ରାସ୍ତାରେ ଓଲଟିପଡିଥିବା ଜଣାପଡିଛି । ଅନୁଗୁଳ ଜିଲା…

ଚତୁର୍ଦ୍ଧାମୂର୍ତ୍ତିଙ୍କ ବିଗ୍ରହ ନିର୍ମାଣ ନିମନ୍ତେ ପ୍ରସ୍ତୁତି ଆରମ୍ଭ, ଦାରୁ ଶଗଡ଼ି ଶୋଭାଯାତ୍ରାରେ ସାମିଲ ବହୁ ସଂଖ୍ୟକ ଶ୍ରଦ୍ଧାଳୁ  

ଦିଗପହଣ୍ଡି,୨୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଆସିକା ମୁଖ୍ୟରାସ୍ତାର ଚାଞ୍ଚଡାପଲ୍ଲୀ ଗାଁ ଛକଠାରେ ନିର୍ମାଣଧୀନ ଶ୍ରୀ ଜଗନ୍ନାଥଙ୍କ ନୂତନ ମନ୍ଦିର ନିର୍ମାଣ ସହ ଶ୍ରୀ…

ଗଞ୍ଜାମର ୪ ଏନ୍‌ଏସଏସ ସ୍ବେଚ୍ଛାସେବୀ ପୁରସ୍କୃତ: କଲେଜ ପାଇଁ ଆଣିଲେ ଗୌରବ

ଭଞ୍ଜନଗର,୨୦।୭(ବାବୁଲା ପ୍ରଧାନ):ବାଲେଶ୍ୱର ଫକୀର ମୋହନ ବିଶ୍ୱବିଦ୍ୟାଳୟରେ ଗତ ୧୬ ତାରିଖରୁ ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟ ସଂହତି ଶିବିର ଅନୁଷ୍ଟିତ ହୋଇଥିଲା। ଏଥିରେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଅଧିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri