କଳାହାଣ୍ଡି ପୋଲିସ ତରଫରୁ ‘ପରୀ-୩’ କାର୍ଯ୍ୟକ୍ରମ ଶୁଭାରମ୍ଭ, ନିଖୋଜ ନାବାଳକନାବାଳିକାଙ୍କୁ ଉଦ୍ଧାର କରାଯିବ

ଭବାନୀପାଟଣା,୩୦।୭(ଡି.ଏନ.ଏ.): କଳାହାଣ୍ଡି ଜିଲାର ବିଭିନ୍ନ ଥାନା ଅଞ୍ଚଳରୁ ନିଖୋଜ ହୋଇଯାଇଥିବା ନାବାଳିକା ନାବାଳକ ଏବଂ ବିଭିନ୍ନ ଦୋକାନ ବଜାର, କାମ କରୁଥିବା ନାବାଳିକାନାବାଳକଙ୍କୁ ଉଦ୍ଧାର କରିବା ସହିତ ସେମାନଙ୍କ ଉପଯୁକ୍ତ ରକ୍ଷଣା ବେକ୍ଷଣ ଓ ଥଇଥାନ ବ୍ୟବସ୍ଥା କରାଯିବ। ଏଥିପାଇଁ ମଙ୍ଗଳବାର କଳାହାଣ୍ଡି ଜିଲା ପୋଲିସ ପକ୍ଷରୁ ‘ପରୀ-୩’ କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି। ଏହି କାର୍ଯ୍ୟକ୍ରମ ଏକ ସପ୍ତାହ ଧରି ଚାଲିବ। ଏଥିରେ ବିଭିନ୍ନ ଥାନା ଅଞ୍ଚଳରେ ଥିବା ଏନ୍‌ଜିଓମାନେ ସହଯୋଗ କରିବା ସହିତ ସେମାନଙ୍କ ଥଇଥାନ ପାଇଁ ଜିଲା ଶିଶୁ ସୁରକ୍ଷା କମିଟି କାର୍ଯ୍ୟ କରିବେ ବୋଲି ମଙ୍ଗଳବାର ଜିଲା ପୋଲିସ କାର୍ଯ୍ୟାଳୟରେ ଏକ ଖବରଦାତା ସମ୍ମିଳନୀରେ କଳାହାଣ୍ଡି ଏସପି ବାତୁଲା ଗଙ୍ଗାଧର ସୂଚନା ଦେଇଛନ୍ତି। ସେ ପ୍ରକାଶ କରିଛନ୍ତି ଯେ, ଏହି ‘ପରୀ-୩’ କାର୍ଯ୍ୟକ୍ରମ ଏକ ମହତ ଉଦ୍ଦେଶ୍ୟ ନେଇ ସରକାର ଆରମ୍ଭ କରିଛନ୍ତି। ପୂର୍ବରୁ ‘ପରୀ-୧’ ଓ ‘ପରୀ-୨’ ଜିଲାରେ ସଫଳତା ସହିତ କାର୍ଯ୍ୟ କରିଛି। ଏହି କାର୍ଯ୍ୟକ୍ରମରେ କଳାହାଣ୍ଡି ଜିଲାର ୧୬ଟି ଥାନାରେ ୧୧୭ ଜଣ ନିଖୋଜ ହୋଇଥିବା ନାବାଳିକାନାବାଳକମାନଙ୍କୁ ଉଦ୍ଧାର କରିବା ସହିତ ବିଭିନ୍ନ ଜିଲା ଓ ରାଜ୍ୟ ବାହାରୁ ଯେଉଁ ଶିଶୁମାନେ ଘରୁ ପଳାଇ ଆସି ବିଭିନ୍ନ ଚା ଦୋକାନ, ଜଳଖିଆ ଦୋକାନ, ଗ୍ୟାରେଜ ଏବଂ ଅନ୍ୟାନ୍ୟ ସ୍ଥାନରେ କାମ କରୁଛନ୍ତି ସେମାନଙ୍କୁ ଉଦ୍ଧାର କରାଯାଇ ସେମାନଙ୍କ ଉପଯୁକ୍ତ ରକ୍ଷଣା ବେକ୍ଷଣ ଓ ଥଇଥାନ ବ୍ୟବସ୍ଥା କରାଯିବ। ଖବରଦାତା ସମ୍ମିଳନୀରେ ଅତିରିକ୍ତ ଏସପି ଗୋପୀନାଥ ମଣିପାତ୍ର, ଅତିରିକ୍ତ ଏସପି ପି.କେ. ମହନ୍ତ, ସିଡବ୍ଲ୍ୟୁସି ଅଧ୍ୟକ୍ଷ ରାଜେଶ ନାୟକ, ଡିସିପିଓ ଶୈଳେନ୍ଦୁ ଶେଖର ମାହାପାତ୍ରଙ୍କ ସମେତ ବିଭିନ୍ନ ଥାନାର ଆଇଆଇସି ଓ ଅଧିକାରୀମାନେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ, ପୋଲିସର ଫ୍ଲାଗମାର୍ଚ

ପୁରୀ,୨୫।୮: ପୁରୀ ଜିଲା ଚନ୍ଦନପୁର ଥାନା ଉତରଣା ମଠସାହିରେ ମଙ୍ଗଳବାର ଗୋଷ୍ଠୀ ସଂଘର୍ଷ ହୋଇଛି। ଗାଁର ଏକ ପୋଖରୀର ଦଳ ସଫା ଏବଂ ମାଛ ମରାକୁ କେନ୍ଦ୍ର…

ପିହୁ ନିଖୋଜ ଘଟଣା,କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ତଦନ୍ତ ହେଉ:ବିଶ୍ୱ ରଞ୍ଜନ

ବରୀ,୨୫।୮(ମହେନ୍ଦ୍ର ସ୍ବଇଁ): ଯାଜପୁର ଜିଲା ବରୀ ବ୍ଲକ ବିଂଝାରପୁର ଥାନ ମଧୁସୂଦନପୁର ଗ୍ରାମର ବହୁଚର୍ଚ୍ଚିତ କୁନି ଝିଅ ପିହୁ ନିଖୋଜ ଘଟଣାକୁ ନେଇ , ଯାଜପୁର ସାଂସଦ…

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

୧୫ ଦିନ ହେଲା ନିଖୋଜ ଥିଲେ ଯୁବକ, ପରିତ୍ୟକ୍ତକୁ ଘରୁ ମିଳିଲା…

କଟକ,୨୫।୮(ପ୍ରଭୁ କଲ୍ୟାଣ ପାଲ୍‌): ବାରଙ୍ଗ ଥାନା ଗୋଡ଼ିସାହିର ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ଯୁବକ ଜଣକ ବାରଙ୍ଗ…

ବିଧିର ବିଚିତ୍ର ବିଧାନ: ରାତିରେ ଶୋଇଥିଲେ ଅଜା- ନାତି ସକାଳକୁ ଦେଖିଲାବେଳକୁ ….

ବଣାଇଁ, ୨୫।୮ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଟିକାୟତପାଲୀ ଥାନା ଅନ୍ତର୍ଗତ ତିଲେଇମାଳ ଗ୍ରାମରେ ବିଷାକ୍ତ ସାପ କାମୁଡ଼ାରେ ଅଜା ଓ ନାତିଙ୍କ ମୃତ୍ୟୁ ଘଟିଛି। ଏହି…

ଗୁଣିଆଙ୍କ ଔଷଧ ଖାଇ ଚାଲିଗଲା ନିଃସନ୍ତାନ ଦମ୍ପତିଙ୍କ ଜୀବନ

ଫୁଲବାଣୀ,୨୫।୮: କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ନେଡ଼ିପଙ୍ଗାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗୁଣିଆଙ୍କ ନିକଟରୁ ଔଷଧ ଖାଇ ନିଃସନ୍ତାନ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।…

ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର: ଛାତ୍ରୀଛାତ୍ରଙ୍କ ମଧ୍ୟରେ ବୃଦ୍ଧି ପାଉଛି ଆଗ୍ରହ

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri