କଳାହାଣ୍ଡିରେ ସ୍ଥାୟୀ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଦାବି: କୋର୍ଟ, କଚେରୀ, ସରକାରଙ୍କ ସମସ୍ତ ଅଫିସ ବନ୍ଦ

ଭବାନୀପାଟଣା,୨୬।୮(ଡି.ଏନ.ଏ.): କଳାହାଣ୍ଡି ଜିଲାରେ ସ୍ଥାୟୀ ହାଇକୋର୍ଟ ପ୍ରତିଷ୍ଠା ଦାବି ନେଇ ଜିଲା ଓକିଲ ସଂଘ ଆହ୍ବାନକ୍ରମେ ସୋମବାର ଭବାନୀପାଟଣାରେ ସମସ୍ତ କୋର୍ଟ, କଚେରୀ, ତହସିଲ ସମେତ ସମସ୍ତ ଅଫିସ, ବ୍ୟାଙ୍କ, ପୋଷ୍ଟ ଅଫିସ ୧୨ ଘଣ୍ଟିଆ ବନ୍ଦ ରହିଛି । ସେହିପରି ଏହି ଆନ୍ଦୋଳନକୁ ସମର୍ଥନ କରି ଜିଲାର ଧର୍ମଗଡ, କୋକସରା, ଜୟପାଟଣା, ଜୁନାଗଡ, କେସିଙ୍ଗା ଓ ମ.ରାମପୁରରେ ସମସ୍ତ କୋର୍ଟ କଚେରୀ ବନ୍ଦ ରହିଛି । ଏହି ଆନ୍ଦୋଳନ ଜିଲାବାସୀଙ୍କ ସ୍ବାଭିମାନ ଓ ହକ୍‌ର ଆନ୍ଦୋଳନ ହୋଇଥିବାରୁ ସମସ୍ତ ରାଜନୈତିକ ଦଳ ଓ ସଙ୍ଗଠନ ଦୃଢ଼ ସମର୍ଥନ କରିଛନ୍ତି । ଯଦି କେନ୍ଦ୍ର ଓ ରାଜ୍ୟ ସରକାର ତୁରନ୍ତ କଳାହାଣ୍ଡିରେ ସ୍ଥାୟୀ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ନ କରନ୍ତି ତେବେ ଆଗାମୀ ଦିନରେ ଏହି ଆନ୍ଦୋଳନ ସାରା ଜିଲାକୁ ବ୍ୟାପିବା ସହିତ ଏହା ଏକ ଜନଆନ୍ଦୋଳନର ରୂପ ନେବ ଏବଂ ଅନିର୍ଦ୍ଦିଷ୍ଟକାଳ ପାଇଁ ଜିଲାର ସମସ୍ତ କୋର୍ଟ, କଚେରୀ, ସରକାରୀ ଅଫିସ, ବ୍ୟାଙ୍କ, ପୋଷ୍ଟ ଅଫିସକୁ ବନ୍ଦ କରିବା ସହିତ କଳାହାଣ୍ଡି ବନ୍ଦ ଆହ୍ବାନ ଦିଆଯିବ ବୋଲି ଓକିଲ ସଂଘ ସଭାପତି ଭବାନ୍ଦ୍ରେ ପଣ୍ଡା ଓ ସମ୍ପାଦକ ଅଶ୍ୱିନୀ କୁମାର ଦାସ ପ୍ରକାଶ କରଛନ୍ତି ।
ଓକିଲ ସଂଘ ସଭାପତି ପଣ୍ଡା, ସମ୍ପାଦକ ଦାସ, ଉପସଭାପତି ଦିଲୀପ କୁମାର ପ୍ରହରାଜ, ସହକାରୀ ସମ୍ପାଦକ ନିହାର ରଞ୍ଜନ ମିଶ୍ର, କୋଷାଧ୍ୟକ୍ଷ ମାନସ ପ୍ରସାଦ ମହାପାତ୍ର, କାର୍ଯ୍ୟକାରୀ ସଦସ୍ୟ କ୍ଷୀରୋଦ ପ୍ରସାଦ ନେଗୀ, ଅବଦୁଲ ସାଜିଦ୍‌, ଜୟଶଙ୍କର ନାଏକ ପ୍ରମୁଖଙ୍କ ନେତୃତ୍ୱର ସମସ୍ତ ଆଇନଜୀବୀମାନେ କୋର୍ଟ ସମ୍ମୁଖରେ ଧାରଣା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri