Posted inଖେଳ

କଳିଙ୍ଗ ଷ୍ଟାଡିୟମରେ କମଲ ହାସନ

ଭୁବନେଶ୍ୱର, ୨୦।୧୧(କ୍ରୀଡ଼ା ପ୍ରତିନିଧି)-ସମ୍ପ୍ରତି ଓଡ଼ିଶା ଗସ୍ତରେଥିବା ବଲିଉଡ ଅଭିନେତା ତଥା ଚଳଚ୍ଚିତ୍ର ନିର୍ମାତା ପଦ୍ମଶ୍ରୀ କମଲ ହାସନ ମଙ୍ଗଳବାର କଳିଙ୍ଗ ଷ୍ଟାଡିୟମ ପରିଦର୍ଶନ କରିଛନ୍ତି। ଷ୍ଟାଡିୟମରେ ଉପଲବ୍ଧ ସୁବିଧା ସୁଯୋଗ ଏବଂ ବିଶ୍ୱସ୍ତରୀୟ ଭିତ୍ତିଭୂମି ଦେଖି ସେ ଅଭିଭୂତ ହୋଇଛନ୍ତି। ଏହି ଅବସରରେ କ୍ରୀଡ଼ା ସଚିବ ବିଶାଲ ଦେବ ଓ କ୍ରୀଡ଼ା ନିର୍ଦ୍ଦେଶକ ଭିନିଲ କ୍ରିଷ୍ଣା ଉପସ୍ଥିତ ଥିଲେ। ଷ୍ଟାଡିୟମ ପରିଦର୍ଶନ ଅବସରରେ କମଲ ଓଡ଼ିଶା ଏଫସି ଖେଳାଳିଙ୍କ ସହିତ ମିଶିଥିଲେ। ଓଡ଼ିଶା ଏଫସି ପକ୍ଷରୁ ତାଙ୍କୁ ଏକ ଜର୍ସି ଉପହାରଭାବେ ପ୍ରଦାନ କରାଯାଇଥିଲା। ଏହାପରେ ସେ ହକି କମ୍ପ୍ଲେକ୍ସକୁ ଯାଇ ଖେଳାଳିଙ୍କ ସହିତ ପରିଚିତ ହୋଇଥିଲେ। ସେଠାରେ ମଧ୍ୟ ତାଙ୍କୁ ଭାରତୀୟ ଦଳର ଏକ ଜର୍ସି ପ୍ରଦାନ କରାଯାଇଥିଲା। ପରେ ଭାରତୀୟ ହକି ଦଳର ଅଧିନାୟକ ମନପ୍ରୀତ ସିଂ, ତାରକା ଗୋଲକିପର ପି.ଆର. ଶ୍ରୀଜେଶ ପ୍ରମୁଖ ତାଙ୍କ ସହ ଫଟୋ ଉଠାଇଥିଲେ। ଆଗାମୀ ଦିନରେ ହେବାକୁଥିବା ଟୁର୍ନାମେଣ୍ଟ ପାଇଁ ଖେଳାଳିମାନଙ୍କୁ କମଲ ଶୁଭେଚ୍ଛା ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏମିତି ଛକା ମାରିଲେ ମୁକୁଲ: ଖୁସିରେ ଡେଇଁଲେ ମାଲିକ, ଦେଖନ୍ତୁ ଭିଡିଓ…

ନୂଆଦିଲ୍ଲୀ,୧୦।୪: ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜାଏଣ୍ଟସ ପାଇଁ ଖେଳୁଥିବା ମୁକୁଲ ଚୌଧୁରୀ KKR ବିପକ୍ଷରେ ଏମିତି ଏକ ଛକା ମାରିଥିଲେ, ଯାହା ଅତ୍ୟନ୍ତ କଷ୍ଟକର କୃତିତ୍ୱ ବୋଲି…

ପର୍ପଲ-ଅରେଞ୍ଜ୍‌ କ୍ୟାପ୍‌ ରେସ୍‌ରେ ଅଛନ୍ତି ଏହି ଖେଳାଳି: IPL ୨୦୨୬ର ୧୫ ମ୍ୟାଚ୍‌ ପରେ…

ନୂଆଦିଲ୍ଲୀ,୧୦।୪: କୋଲକାତାର ଇଡେନ ଗାର୍ଡେନରେ କୋଲକାତା ନାଇଟ ରାଇଡର୍ସ (KKR) ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ମଧ୍ୟରେ IPL ୨୦୨୬ର ୧୫ତମ ମ୍ୟାଚ ଖେଳାଯାଇଥିଲା। ଏହି…

IPL ମଧ୍ୟରେ ଦୁଃଖଦ ଖବର: ପରଲୋକରେ ପୂର୍ବତନ ଭାରତୀୟ କ୍ରିକେଟର

ନୂଆଦିଲ୍ଲୀ,୧୦।୪: ପୂର୍ବତନ ଭାରତୀୟ କ୍ରିକେଟର ଚିଙ୍ଗଲପୁତ ଦୋରାଇକାନୁ ଗୋପୀନାଥ (ସିଡି ଗୋପୀନାଥ)ଙ୍କର ୯୬ ବର୍ଷ ବୟସରେ ପରଲୋକ ଘଟିଛି। ସେ ୧୯୫୨ରେ ଇଂଲଣ୍ଡ ବିପକ୍ଷରେ ଭାରତର ପ୍ରଥମ…

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

ଅମ୍ପାୟରଙ୍କ ଗୋଟିଏ ଆଙ୍ଗୁଠି, ଭାଙ୍ଗିଗଲା ଦିଲ୍ଲୀର ସ୍ବପ୍ନ! ଖଳନାୟକ ପାଲଟିଛି କ୍ରିକେଟର ‘ଡେଡ ବଲ’ ନିୟମ

ନୂଆଦିଲ୍ଲୀ,୯।୪: କ୍ରିକେଟ ଅନିଶ୍ଚିତତାର ଖେଳ ଭାବରେ ଜଣାଶୁଣା, କିନ୍ତୁ ଯେତେବେଳେ ଅମ୍ପାୟାର ନିଷ୍ପତ୍ତିରୁ ଅନିଶ୍ଚିତତା ସୃଷ୍ଟି ହୁଏ, ଖେଳର ରୋମାଞ୍ଚ ବିବାଦରେ ପରିଣତ ହୁଏ। ଗତକାଲି ରାତିରେ…

ଗୁଜରାଟର ରୋମାଞ୍ଚକର ବିଜୟ ପରେ ବି ଶୁବମନଙ୍କୁ ଏତେ ଟଙ୍କା ଜରିମାନା କଲା BCCI, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୯।୪: ବୁଧବାର ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୧ ରନରେ ପରାସ୍ତ କରିଛି। ଶୁବମନ ଗିଲ୍‌ଙ୍କ ସମେତ ତିନି ଜଣ ଗୁଜରାଟ ବ୍ୟାଟ୍ସମ୍ୟାନ…

ସ୍ମୃତି-ପଲାଶଙ୍କ ମଧ୍ୟରେ ହୋଇଗଲା ପ୍ୟାଚ୍‌ଅପ୍‌! ଖୁବ୍‌ଶୀଘ୍ର ହେବ ବିବାହ, ଏହି VIDEO ବଢାଉଛି ଚର୍ଚ୍ଚା

ମୁମ୍ବାଇ,୯।୪: ସଂଗୀତକାର ପଳାଶ ମୁଛଲ ଏବଂ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନାଙ୍କ ମଧ୍ୟ ପ୍ୟାଚ୍‌ଅପ୍‌ ହୋଇଯାଇଛି। ଉଭୟ ଖୁବ୍‌ଶୀଘ୍ର ବିବାହ କରିବେ ବୋଲି…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri