Posted inଖେଳ

କଳିଙ୍ଗରେ ହକି କ୍ୟାମ୍ପ୍‌ ଆରମ୍ଭ

ଭୁବନେଶ୍ୱର, ୧୯।୧୧(କ୍ରୀଡ଼ା ପ୍ରତିନିଧି)- ଏଫ୍‌ଆଇଏଚ୍‌ ପ୍ରୋ ଲିଗ୍‌ ଏବଂ ୨୦୨୦ ଟୋକିଓ ଅଲିମ୍ପିକ୍ସ ପରି ଗୁରୁତ୍ୱପୂର୍ଣ୍ଣ ପ୍ରତିଯୋଗିତାକୁ ଦୃଷ୍ଟିରେ ରଖି ଭାରତୀୟ ସିନିୟର ପୁରୁଷ ହକି ଦଳର ପ୍ରଶିକ୍ଷଣ ଶିବିର ସୋମବାର କଳିଙ୍ଗ ଷ୍ଟାଡିୟମରେ ଆରମ୍ଭ ହୋଇଛି। ଏହି ଶିବିରରେ ଭାରତର ସମ୍ଭାବ୍ୟ ୩୩ କୋର୍‌ ଖେଳାଳି ଯୋଗଦେଇଛନ୍ତି। ସେମାନଙ୍କ ମଧ୍ୟରେ ଓଡ଼ିଶାର ୬ ଖେଳାଳି ବୀରେନ୍ଦ୍ର ଲାକ୍ରା, ଅମିତ ରୋହିଦାସ, ନୀଲମ ସଞ୍ଜୀପ ଖେସ୍‌, ଦୀପ୍‌ସାନ ତିର୍କୀ, ଆଶିଷ କୁମାର ଟପ୍ନୋ ଓ ଶୀଳାନନ୍ଦ ଲାକ୍ରା ସାମିଲ ଅଛନ୍ତି। କୋର୍‌ ଗ୍ରୁପ୍‌ରେ ଥିବା ଖେଳାଳିମାନେ ମୁଖ୍ୟ କୋଚ୍‌ ଗ୍ରାହମ୍‌ ରିଡ୍‌ଙ୍କ ନିକଟରେ ରିପୋର୍ଟ କରିଥିବା ହକି ଇଣ୍ଡିଆ ପକ୍ଷରୁ ପ୍ରକାଶ କରାଯାଇଛି। କଳିଙ୍ଗରେ ୩ ସପ୍ତାହବିଶିଷ୍ଟ ଶିବିର ଡିସେମ୍ବର ୮ ପର୍ଯ୍ୟନ୍ତ ଚାଲିବ।
ଭାରତୀୟ ଦଳ ନିକଟରେ କଳିଙ୍ଗ ଷ୍ଟାଡିୟମରେ ଏଫଆଇଏଚ୍‌ ଅଲିମ୍ପିକ୍‌ କ୍ୱାଲିଫାୟର୍ସ ଖେଳିଥିଲା। ରୁଷିଆକୁ ୨ ମ୍ୟାଚବିଶିଷ୍ଟ ମୁକାବିଲାରେ ୧୧-୩ ଗୋଲ ବ୍ୟବଧାନରେ ହରାଇ ଟୋକିଓ ଅଲିମ୍ପିକ୍ସ ପାଇଁ ଟିକେଟ ପାଇଥିଲା। ୨୦୨୦ ଜାନୁୟାରୀରେ ଏଫ୍‌ଆଇଏଚ୍‌ ପ୍ରୋ ଲିଗ୍‌ ଆରମ୍ଭ ହେଉଥିବାରୁ ଏବେ ଭାରତୀୟ ଦଳର ଫୋକସ୍‌ ଏହି ପ୍ରତିଯୋଗିତା ଉପରେ ରହିଛି। ୩ ସପ୍ତାହବିଶିଷ୍ଟ କ୍ୟାମ୍ପ୍‌ରେ ମୁଖ୍ୟତଃ ପ୍ରଦର୍ଶନର ସ୍ତର ଏବଂ ରିଦମ୍‌ ବଜାୟ ରଖିବା ଉପରେ ଗୁରୁତ୍ୱ ଦିଆଯିବ। ପରେ ଆଉ ଏକ ଟ୍ରେନିଂ କ୍ୟାମ୍ପ୍‌ ଡିସେମ୍ବର ୨୯ରୁ ଆରମ୍ଭ ହେବାର କାର୍ଯ୍ୟକ୍ରମ ରହିଛି। ଏଫ୍‌ଆଇଏଚ୍‌ ଅଲିମ୍ପିକ୍‌ କ୍ୱାଲିଫାୟର୍ସରେ ଓଡ଼ିଶାର ବୀରେନ୍ଦ୍ର ଓ ଅମିତ ଖେଳିଥିଲେ। ଏହି ୨ ଜଣଙ୍କୁ ବାଦ୍‌ ଦେଲେ ନୀଲମ ସଞ୍ଜୀପ ଖେସ୍‌, ଦୀପ୍‌ସାନ ତିର୍କୀ, ଆଶିଷ କୁମାର ଟପ୍ନୋ ଓ ଶୀଳାନନ୍ଦ ଲାକ୍ରାଙ୍କୁ ଡାକରା ମିଳିଛି। କଳିଙ୍ଗରେ ଟ୍ରେନିଂ କ୍ୟାମ୍ପ୍‌ ପରେ ତତ୍‌କ୍ଷଣାତ କୌଣସି ଟୁର୍ନାମେଣ୍ଟ ନାହିଁ। ତେଣୁ ବ୍ୟକ୍ତିଗତ ଭାବେ ଖେଳାଳିଙ୍କ ପ୍ରଦର୍ଶନରେ ଉନ୍ନତି ଆଣିବା ଉପରେ ଫୋକସ କରିବା ପାଇଁ ଏହା ହିଁ ପ୍ରକୃଷ୍ଟ ସମୟ ବୋଲି ରିଡ୍‌ କହିଛନ୍ତି। ଏଫ୍‌ଆଇଏଚ୍‌ ଅଲିମ୍ପିକ୍‌ କ୍ୱାଲିଫାୟର୍ସ ସମେତ ଗତ ସିଜନର ପ୍ରଦର୍ଶନକୁ ଆମେ ବିଶ୍ଳେଷଣ କରିବୁ। ଏଥିରୁ ପ୍ରତି ଖେଳାଳିଙ୍କ ପ୍ରଦର୍ଶନରେ ଉନ୍ନତି ଆଣିବା ପାଇଁ ଉପାୟ ବାହାରିବ ବୋଲି ରିଡ୍‌ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଈଶାନ କିସାନଙ୍କ ଧୂଆଁଧାର ଶତକ: ସୟଦ ମୁସ୍ତାକ ଅଲି ଟ୍ରଫି ଜିତିଲା ଝାଡ଼ଖଣ୍ଡ

ପୁନେ,୧୮ା୧୨: ଭାରତୀୟ ଘରୋଇ କ୍ରିକେଟର ସବୁଠାରୁ ବଡ଼ ଟି-୨୦ ଟୁର୍ଣ୍ଣାମେଣ୍ଟ ‘ସୟଦ ମୁସ୍ତାକ ଅଲି ଟ୍ରଫି’ ରେ ନୂଆ ଇତିହାସ ରଚିଛି ଝାଡ଼ଖଣ୍ଡ। ଗୁରୁବାର ପୁଣେଠାରେ...

IPL ୨୦୨୬: ମା’ ବିକିଥିଲେ ଗହଣା, ଖାଲିପେଟରେ ଶୋଇଥିଲେ ବାପା; ଏବେ ୧୪.୨୦ କୋଟିରେ କିଣିଲା CSK

ମୁମ୍ବାଇ,୧୮ା୧୨: ଆଇପିଏଲ୍ ୨୦୨୬ ନିଲାମରେ ଚେନ୍ନାଇ ସୁପର କିଙ୍ଗସ୍ (CSK) ଦ୍ୱାରା ୧୪.୨୦ କୋଟି ଟଙ୍କାରେ କିଣାଯାଇଥିବା ଯୁବ ୱିକେଟକିପର ବ୍ୟାଟର କାର୍ତ୍ତିକ ଶର୍ମାଙ୍କ ସଫଳତା...

ମେସିଙ୍କୁ ବଡ଼ ଗିଫ୍ଟ ଦେଲେ ଅନନ୍ତ ଅମ୍ବାନୀ: ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ଫୁଟବଲ କିମ୍ବଦନ୍ତୀ ଲିଓନେଲ ମେସି ଜାମନଗରର ବନତାରା ବନ୍ୟପ୍ରାଣୀ ସଂରକ୍ଷଣ କେନ୍ଦ୍ର ପରିଦର୍ଶନ କରିଥିଲେ। ମେସି ଅନନ୍ତ ଅମ୍ବାନୀଙ୍କ ଦ୍ୱାରା ପ୍ରତିଷ୍ଠିତ କେନ୍ଦ୍ରରେ ପାରମ୍ପରିକ ରୀତିନୀତିରେ...

Stokes-Archer Fight VIDEO: ବେନ୍ ଷ୍ଟୋକ୍ସ ଏବଂ ଜୋଫ୍ରା ଆର୍ଚରଙ୍କ ମଧ୍ୟରେ କାହିଁକି ହେଲା ଝଗଡ଼ା?

ନୂଆଦିଲ୍ଲୀ,୧୮।୧୨: ଅଷ୍ଟ୍ରେଲିଆ ବିପକ୍ଷରେ ଚାଲିଥିବା ଆସେସ୍ ଟେଷ୍ଟରେ ଇଂଲଣ୍ଡର ଖରାପ ପ୍ରଦର୍ଶନର ପ୍ରଭାବ ପଡ଼ିବା ଆରମ୍ଭ ହୋଇଛି । ସେଥିପାଇଁ ଇଂଲଣ୍ଡ ଅଧିନାୟକ ଏବଂ ଖେଳାଳିମାନେ...

IND vs SA 4th T20I: ଭରରତ-ସାଉଥ ଆଫ୍ରିକା ମ୍ୟାଚ ରଦ୍ଦ ହେଲେ ବୁଡ଼ିଯିବ କି ଦର୍ଶକଙ୍କ ଟିକେଟ ଟଙ୍କା? ଜାଣନ୍ତୁ କ’ଣ ରହିଛି BCCIର ନିୟମ

ନୂଆଦିଲ୍ଲୀ,୧୮।୧୨: ଲକ୍ଷ୍ନୌରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚତୁର୍ଥ ଟି-୨୦ ଅନ୍ତର୍ଜାତୀୟ ମ୍ୟାଚ ଗୋଟିଏ ବି ବଲ ଖେଳି ନଯାଇ ବାତିଲ କରାଯାଇଥିଲା। ଘନ...

୨୬ ମାର୍ଚ୍ଚରୁ IPL ଆରମ୍ଭ , ଏହି ଦିନ ଖେଳାଯିବ ଫାଇନାଲ; କାର୍ଯ୍ୟସୂଚୀ ଘୋଷଣାରେ ପାକିସ୍ତାନରେ ହଙ୍ଗାମା

ନୂଆଦିଲ୍ଲୀ,୧୮।୧୨: IPL ୨୦୨୬ ମିନି ନିଲାମ ପରେ, ସମସ୍ତ ୧୦ଟି ଦଳର ଦଳ ଚୂଡ଼ାନ୍ତ ହୋଇଛି। ଏହି ସମୟରେ, ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI)...

ହଠାତ୍‌ ରାଗିଗଲେ ବୁମ୍‌ରା, ପ୍ରଶଂସକଙ୍କ ମୋବାଇଲ୍‌ ଛଡ଼ାଇନେଲେ…ଦେଖନ୍ତୁ VIDEO

ଲକ୍ଷ୍ନୌ,୧୮।୧୨: ଲକ୍ଷ୍ନୌରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚତୁର୍ଥ ଟି-୨୦ ମ୍ୟାଚ ବାତିଲ ହୋଇଗଲା। ଜସପ୍ରୀତ ବୁମରାଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ...

ମାତ୍ର ୧୦୦ଟଙ୍କାରୁ ଆରମ୍ଭ ଟିକେଟ, ଇଡେନ ଗାର୍ଡେନରେ ଟି-୨୦ ବିଶ୍ୱକପ ଦେଖିବାକୁ ଚାହୁଁଥିଲେ ଜାଣିରଖନ୍ତୁ ପୂରା ପ୍ରାଇସ

ନୂଆଦିଲ୍ଲୀ,୧୮।୧୨: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ ସମୟରେ କୋଲକାତାର ଐତିହାସିକ ଇଡେନ ଗାର୍ଡେନ୍ସରେ ହେବାକୁ ଥିବା ମ୍ୟାଚ ପାଇଁ ଟିକେଟ ମୂଲ୍ୟ ପ୍ରକାଶ ପାଇଛି। କ୍ରିକେଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri