କଳିଙ୍ଗା ଘାଟିରେ ଡକାୟତି: କାର୍‌ ମାଲିକଙ୍କୁ ଆକ୍ରମଣ କରି ଲୁଟ୍‌

ଜି.ଉଦୟଗିରି/ଶଙ୍କରାଖୋଲ,୩୧ା୫(ଡି.ଏନ୍‌.ଏ.)- କନ୍ଧମାଳ ଜିଲା ଜି.ଉଦୟଗିରି ଥାନା କଳିଙ୍ଗା ଘାଟିରେ ଶନିବାର ରାତିରେ ଦୁର୍ବୃତ୍ତମାନେ ଏକ କାର୍‌କୁ ଅଟକାଇ ମାଲିକଙ୍କୁ ଆକ୍ରମଣ କରିବା ସହ ଟଙ୍କା ଓ ମୋବାଇଲ ଲୁଟି ନେଇଛନ୍ତି। ଏନେଇ କାର ମାଲିକ ଶଙ୍କରାଖୋଲ ଗ୍ରାମର ଦ୍ୱିତୀକୃଷ୍ଣ ପାଢୀଙ୍କ ଏତଲାକ୍ରମେ ପୋଲିସ ମାମଲା ରୁଜୁକରି ତଦନ୍ତ ଚଳାଇଛି। ଦ୍ୱିତୀକୃଷ୍ଣ ତାଙ୍କ କାର୍‌ (ନଂ.ଓଡି୦୨ଏସ୍‌-୧୦୦୭)ରେ ଶନିବାର ମହାରାଷ୍ଟ୍ରରୁ ଆସିଥିବା ଝିଅ-ଜ୍ୱାଇଁଙ୍କୁ ଭୁବନେଶ୍ୱର ବିମାନ ବନ୍ଦରରୁ ଆଣି ଗଞ୍ଜାମ ଜିଲା ବେଲଗୁଣ୍ଠାରେ ଛାଡ଼ିଥିଲେ। ସେଠାରୁ ନିଜ ଗ୍ରାମ ଶଙ୍କରାଖୋଲକୁ ଏକାକୀ ଫେରୁଥିବା ବେଳେ କଳିଙ୍ଗା ଘାଟିରେ ରାତି ପ୍ରାୟ ୧୨ଟାବେଳେ ବିଭିନ୍ନ ମାରଣାସ୍ତ୍ରଧାରୀ ୫ରୁ ୭ଜଣ ଦୁର୍ବୃତ୍ତ ରାସ୍ତାରେ ବାଲିବସ୍ତା ପକାଇ ଅଟକାଇଥିଲେ। କାର୍‌ ଅଟକିବା ପରେ ତାଙ୍କୁ ଆକ୍ରମଣ କରି ଦଶହଜାର ଟଙ୍କା ଓ ମୋବାଇଲ ଲୁଟି ନେବା ସହ କାର୍‌ କାଚ ଭାଙ୍ଗି ଦେଇଥିଲେ। ଲକ୍‌ଡାଉନ୍‌ ଯୋଗୁ ଘାଟିରାସ୍ତା ଶୁନ୍‌ଶାନ୍‌ ରହୁଥିବାରୁ ଏପରି ବାରମ୍ବାର ଡକାୟତି ହେଉଛି। ଜି.ଉଦୟଗିରି ଓ ଭଞ୍ଜନଗର ପୋଲିସ ପାଟ୍ରୋଲିଂ କଡାକଡି କରିବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଖୁସି ଖବର! ହର୍ମୁଜ ପାର୍ ହୋଇ ଭାରତ ଆସୁଛି ତେଲ-ଗ୍ୟାସ ଜାହାଜ, କମିଯିବକି ଦର?

ନୂଆଦିଲ୍ଲୀ,୪।୪: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଭାରତ ପାଇଁ ଏକ ଆଶ୍ବସ୍ତିକର ଖବର ଅଛି । ଭାରତୀୟ ପତାକା ଲାଗିଥିବା ଜାହାଜ ସହିତ, ଅନ୍ୟ ତିନୋଟି ଜାହାଜ ସଫଳତାର…

ଟ୍ରମ୍ପଙ୍କୁ ବଡ଼ ଝଟକା: ପାକିସ୍ତାନରେ ଆଲୋଚନା କରିବାକୁ ମନା କଲା ଇରାନ, ୪୮ ଘଣ୍ଟାର ଅସ୍ତ୍ରବିରତି ସର୍ତ୍ତକୁ କଲା ପ୍ରତ୍ୟାଖ୍ୟାନ

ଓ୍ବାଶିଂଟନ୍‌,୪।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ପାଇଁ ପାକିସ୍ତାନ, କାତାର ଏବଂ ତୁର୍କୀ ଦ୍ୱାରା ମଧ୍ୟସ୍ଥତା ପାଇଁ କରାଯାଇଥିବା ପ୍ରୟାସ ବିଫଳ ହୋଇଛି, କାରଣ ଇରାନ…

ଛାତିଥରା ଦୁର୍ଘଟଣା; ଭାରସାମ୍ୟ ହରାଇ କୂଅରେ ପଡିଗଲା କାର୍, ଗୋଟିଏ ପରିବାରର ୯ ମୃତ

ମୁମ୍ବାଇ,୪ା୪: ମହାରାଷ୍ଟ୍ରର ନାଶିକରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଏକ କାର ନିୟନ୍ତ୍ରଣ ହରାଇ ରାସ୍ତା ପାର୍ଶ୍ୱରେ ଥିବା ଏକ ପାଣି ଭର୍ତ୍ତି କୂଅରେ…

ବିପଦପୂର୍ଣ୍ଣ ଅବସ୍ଥାରେ ଟ୍ରାନ୍ସଫର୍ମର: ଅଭିଯୋଗ ପରେ ବି ଶୁଣୁନାହାନ୍ତି ବିଭାଗୀୟ ଅଧିକାରୀ

ଗଞ୍ଜାମ,୪।୪(ଅନାଥ ତରାଇ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ସୂର୍ଯ୍ୟନାରାୟଣପୁର ଓଡ଼ିଆର୍ପି କଲୋନୀରେ ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି ଟ୍ରାନ୍ସଫର୍ମର। ଇଲେକ୍ଟ୍ରି ଟ୍ରାନ୍ସଫର୍ମର ସ୍ଥାନୀୟ ବାସିନ୍ଦା ସୁଦର୍ଶନ ପ୍ରଧାନଙ୍କ…

ସାଙ୍ଗମାନଙ୍କ ସହ ମିଶି ଗାଧୋଇବାକୁ ଯାଇଥିଲେ ନାବାଳକ, ଖସିଗଲା ଗୋଡ, ଖୋଜାଖୋଜି ପରେ ମିଳିଲା…

ଆନନ୍ଦପୁର/ହାଟଡିହି,୪l୪ (ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାଏକ ): ବୈତରଣୀ ନଦୀରେ ବୁଡ଼ିଯାଇ କେନ୍ଦୁଝର ଜିଲା ରାମଚନ୍ଦପୁରୁ ଥାନା ଅନ୍ତର୍ଗତ ଅଞ୍ଜିରା ଗ୍ରାମର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ…

ରେଳ ଷ୍ଟେଶନରୁ ୪୦ ଲକ୍ଷ ଜବତ: ଯୁବକଙ୍କୁ ଅଟକ ରଖିଲା ପୋଲିସ

କେସିଙ୍ଗା,୪।୪(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନରେ ଜଣେ ଯୁବକଙ୍କଠାରୁ ଟିଟିଲାଗଡ ରେଲୱେ ପୋଲିସ ୪୦ ଲକ୍ଷ ଟଙ୍କା ଜବତ ଜଣେ ଆସାମୀକୁ…

ଜାଲ୍‌ ଶିକ୍ଷକ ନିଯୁକ୍ତି କରି ଟଙ୍କା ଆତ୍ମସାତ୍‌ ଅଭିଯୋଗ: ନ୍ୟାୟ ପାଇଁ ଥାନାର ଦ୍ୱାରସ୍ଥ ଶିକ୍ଷକ

ନୂଆପଡ଼ା,୪ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି କଲେଜରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜାଲ୍‌ ଶିକ୍ଷକ ନିଯୁକ୍ତି କରି ଦରମା ଟଙ୍କା ଆତ୍ମସାତ୍‌ କରିଥିବା ସିନାପାଲି…

ସନ୍ତାନ ପାଳନ ଓ ମାର୍ଗ ଦର୍ଶନ

ଈଶ୍ୱରଙ୍କ ସୃଷ୍ଟିରେ ମଣିଷ ସର୍ବଶ୍ରେଷ୍ଠ ଜୀବ ରୂପେ ପରିଗଣିତ ହୋଇଥାଏ। ଏହାର କାରଣ ହେଲା ଜୀବଜନ୍ତୁମାନେ ଭଲ, ମନ୍ଦ, ଭୁଲ୍‌, ଠିକ୍‌ ବିବେଚନା କରିବାରେ ଅସମର୍ଥ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri