‘କଳ୍ପନା ଦି ୱାଣ୍ଡର’ ନାଟକ ମଞ୍ଚସ୍ଥ

ଢେଙ୍କାନାଳ ଅଫିସ,୧୩ା୬-ଢେଙ୍କାନାଳ ସହର ଉପକଣ୍ଠସ୍ଥିତ ଗୋବିନ୍ଦପୁରଠାରେ ଥିବା ମହର୍ଷି ଦୟାନନ୍ଦ ସର୍ଭିସ୍‌ ମିଶନ ପରିସରରେ ବୁଧବାର ଅଲଟରନେଟିଭ୍‌ ରିଦମ ଥିଏଟର ପକ୍ଷରୁ ନାଟକ ‘କଳ୍ପନା ଦି ୱାଣ୍ଡର’ ପରିବେଷିତ ହୋଇଯାଇଛି। ଜାତୀୟ ଖ୍ୟାତି ସମ୍ପନ୍ନ ନାଟ୍ୟକାର ତଥା ନିର୍ଦ୍ଦେଶକ ଦିନେଶ ଦାଶଙ୍କ ରଚନା ଓ ନିର୍ଦ୍ଦେଶନାରେ ଏହି ନାଟକ ପ୍ରସ୍ତୁତ ହୋଇଥିଲା। ଏଭରେଷ୍ଟ ଆରୋହିଣୀ କଳ୍ପନା ଦାଶଙ୍କୁ ନାଟକ ମାଧ୍ୟମରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଥିଲା। ଏହି ୨୦ ମିନିଟ ଅବଧି ବିଶିଷ୍ଟ ନାଟକରେ କଳ୍ପନାଙ୍କ ପିଲା ଦିନଠାରୁ ମୃତ୍ୟୁ ପର୍ଯ୍ୟନ୍ତ କିପରି ଥିଲା ତାହା ଦେଖାଯାଇଛି। ସେହିପରି ନାଟକ ପାଇଁ ଉଦ୍ଦିଷ୍ଟ ମଞ୍ଚରେ ନାଟକ ପରିବେଷଣ କରା ନ ଯାଇ ଏକ ବରଗଛ ମୂଳରେ ନାଟକଟି ପ୍ରଦର୍ଶିତ ହୋଇଥିଲା। ଓଡିଶାର ବିଭିନ୍ନ ସ୍ଥାନରେ ଉକ୍ତ ନାଟକକୁ ପରିବେଷଣ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି। ନାଟକର ବିଭିନ୍ନ ଭୂମିକାରେ ମନୋହର, କାମାକ୍ଷା, ସୁମିତ୍ରା, ମାଧବ, ବଂଶୀଧର, ଶିବା, ଜିତୁ, ସୁରଜ, କୃଷ୍ଣ, ଜିଜ୍ଞାସୁ, ଅଂସିତ, ସାଇଚନ୍ଦନ, ଆଦିକ, ଦେବସ୍ବରିତ, ସାବିତ୍ରୀ, ବିଷ୍ଣୁପ୍ରିୟା, ପ୍ରତ୍ୟାଶା, ସ୍ମୃତି, ସୀମା, ରଶ୍ମୀପ୍ରଭା, ପ୍ରିୟଦର୍ଶିନୀ, ମିଲନ, ପ୍ରତିକ୍ଷା, ଆହାନା ଓ ନାନ୍ସି ପ୍ରମୁଖ ଅଭିନୟ କରିଥିଲେ। ହରେକୃଷ୍ଣ ସାହୁ ନାଟକ ପରିଚାଳନା କରିଥିବାବେଳେ ଫକ ଜେନା ଆଲୋକ ପରିଚାଳନା କରିଥିଲେ। ଏହାପୂର୍ବରୁ ଆନ୍ତର୍ଜାତୀୟ ଖ୍ୟାତି ସମ୍ପନ୍ନ ଚିତ୍ରଶିଳ୍ପୀ ଆଶୁତୋଷ ପାଣିଗ୍ରାହୀ ଏକ ସଚେତନତା ମୂଳକ ନାଟକ ପରିବେଷଣ କରିଥିଲେ। ଅଲଟରନେଟିଭ୍‌ ରିଦମ ଥିଏରର ଅଧ୍ୟକ୍ଷା ଡ. ପୁଷ୍ପଲତା ରଥଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅତିଥି ଭାବେ ମହର୍ଷି ଦୟାନନ୍ଦ ସର୍ଭିସ୍‌ ମିଶନର ମୁଖ୍ୟ ପ୍ରଦୀପ ସାହୁ, ଶିଳ୍ପୀ ଆଶୁତୋଷ ପାଣିଗ୍ରାହୀ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ହର୍ମୁଜକୁ ନେଇ ବଡ଼ ସର୍ତ୍ତ ରଖିଲାଣି ଇରାନ, ଗୋଟିଏ ଦିନରେ ମାତ୍ର ଏତିକି ଜାହାଜକୁ ମିଳିବ ଅନୁମତି

ତେହରାନ୍‌,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ମଧ୍ୟରେ, ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୁଷିଆର ସରକାରୀ ଖବର…

ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ

ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…

‘ଅସ୍ତ୍ରବିରତି ଭୁଲ’: ପାକିସ୍ତାନରେ ଆମେରିକା ସହିତ ଆଲୋଚନା ପୂର୍ବରୁ ଇରାନ ‘ୟୁରାନିୟମ ଏନରିଚମେଣ୍ଟ’ ଉପରେ ଟାଣିଲା ରେଡଲାଇନ!

ତେହରାନ,୯।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧରେ ଯୁଦ୍ଧବିରତି ପରେ, ଇରାନର ପରମାଣୁ ସଂସ୍ଥା ମୁଖ୍ୟ ମହମ୍ମଦ ଇସଲାମି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି।…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ଯୁଦ୍ଧ ବିରତି ପରେ ବି ଚାଲିଛି ଯୁଦ୍ଧ: ଲେବାନନ ଉପରେ ଆକ୍ରମଣ କଲା ଇସ୍ରାଏଲ, ଇରାନ ନେଲା ପ୍ରତିଶୋଧ

ଜେରୁଜେଲମ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ହେବାର କିଛି ଘଣ୍ଟା ପରେ, ମଧ୍ୟପ୍ରାଚ୍ୟରେ ପରିସ୍ଥିତି ପୁଣି ଖରାପ ହୋଇଗଲା। ଇସ୍ରାଏଲ ଲେବାନନ ଉପରେ ଏକ…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

ଭିଣେଇଙ୍କୁ ରାଣୀଡୁଡୁମା ବୁଲେଇବାକୁ ଆଣି ପାଣିରେ ବୁଡି ଶଳାଙ୍କ ମୃତ୍ୟୁ

ନନ୍ଦପୁର,୯।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ବୁଲି ଆସିଥିବା ଭିଣେଇଙ୍କୁ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ନନ୍ଦପୁର ରାଣୀଡୁଡୁମାକୁ ବୁଲେଇବାକୁ ଆଣିଥିବା ଶଳାଙ୍କ ଗୁରୁବାର ପାଣିରେ ବୁଡି ମୃତ୍ୟୁ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri