କଳ୍ପନାଙ୍କ କୀର୍ତ୍ତିକୁ ମିଳିନି ନ୍ୟାୟ

ଢେଙ୍କାନାଳ ଅଫିସ, ୨୨।୭: ଏଭରେଷ୍ଟ ବିଜୟିନୀ କଳ୍ପନା ଦାଶଙ୍କ ଯଶକୀର୍ତ୍ତିକୁ ଉଚିତ ନ୍ୟାୟ ମିଳିନାହିଁ। ଏପରି ଜଣେ ନିଆରା ପ୍ରତିଭାକୁ ରାଜ୍ୟ କିମ୍ବା କେନ୍ଦ୍ର ସରକାର ଉପଯୁକ୍ତ ସମ୍ମାନ ଦେଇନାହାନ୍ତି। ଏହାକୁ ନେଇ କ୍ଷୋଭ ବ୍ୟକ୍ତ କରିଛି ଢେଙ୍କାନାଳ ସୁରପ୍ରତାପ ସ୍ମୃତିପୀଠ ଅନୁଷ୍ଠାନ। ପାହାଡ଼ରାଣୀ କଳ୍ପନାଙ୍କୁ ସମୁଚିତ ନ୍ୟାୟ ଦେବାକୁ କେନ୍ଦ୍ର ସରକାରଙ୍କ ଦୃଷ୍ଟି ଆକର୍ଷଣ କରାଯିବ ବୋଲି ଅନୁଷ୍ଠାନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି।
ରାଜବାଟୀ ପରିସରରେ ଶନିବାର ଆୟୋଜିତ ବୈଠକରେ ଅଧ୍ୟକ୍ଷତା କରି ପୂର୍ବତନ କେନ୍ଦ୍ରମନ୍ତ୍ରୀ କାମାକ୍ଷା ପ୍ରସାଦ ସିଂଦେଓ (କେପି) କହିଲେ, କଳ୍ପନା ଦାଶ ସାରା ଦେଶ ପାଇଁ ଗର୍ବ ଓ ଗୌରବର ପ୍ରତୀକ। ସେ ଥିଲେ ଯୁବଗୋଷ୍ଠୀର ପ୍ରେରଣାଦାୟୀ। ଅଭାବ, ଅନଟନ ତାଙ୍କୁ ଲକ୍ଷ୍ୟପଥରୁ ବିଚ୍ୟୁତ କରିପାରି ନ ଥିଲା। ନିଜର ଦୃଢ଼ ମନୋବଳ ଯୋଗୁ ସେ ଦୁଇଥର ଏଭରେଷ୍ଟ ଶିଖରରେ ପହଞ୍ଚତ୍ ପାରିଥିଲେ। ଏପରି ବିରଳ ବ୍ୟକ୍ତିତ୍ୱଙ୍କୁ ସମ୍ମାନ ଦେବାକୁ ରାଜ୍ୟ ଏବଂ କେନ୍ଦ୍ର ସରକାରଙ୍କ ଦୃଷ୍ଟି ଆକର୍ଷଣ କରାଯିବ ବୋଲି କେପି କହିଛନ୍ତି। ଏହି ଅବସରରେ ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଶୀଲା ଦୀକ୍ଷିତ, ଢେଙ୍କାନାଳର ରାଜବଧୂ ପ୍ରତିଭା କୁମାରୀ ଦେବୀ, ପାଇକ ଗୁରୁ ପ୍ରସନ୍ନ ଦଳବେହେରାଙ୍କ ବିୟୋଗରେ ଗଭୀର ଶୋକବ୍ୟକ୍ତ କରାଯାଇଥିଲା।
ବୈଠକରେ ରାଣୀ ସାବିତ୍ରୀ ଦେବୀ, ପୂର୍ବତନ ମନ୍ତ୍ରୀ ନବୀନଚନ୍ଦ୍ର ନାରାୟଣ ଦାସ, କୁଳମଣି ଦାସ, ପ୍ରାଧ୍ୟାପକ ପ୍ରଫୁଲ୍ଲ ମିଶ୍ର, ପ୍ରାଧ୍ୟାପିକା ବିଜୟଲକ୍ଷ୍ମୀ ଦେବୀ, ପରିବେଶବିତ୍‌ ପ୍ରଦ୍ୟୁମ୍ନ ରଥ, ଜିଲା କଂଗ୍ରେସ ସଭାପତି ସୁରେଶ ପାଣିଗ୍ରାହୀ, ପ୍ରେମଶଙ୍କର ମିଶ୍ର, ସୁନୀଲ ଦାଶ, ସାମାଜିକ କର୍ମୀ ଶରତ ଦାସ ପ୍ରମୁଖ ଉପସ୍ଥିତ ଥିଳେ। ଯୁଗ୍ମ ସମ୍ପାଦକ ସୁକାନ୍ତ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲୋକବଳ, ଧନବଳ ମଧ୍ୟରେ ଲଢ଼େଇ: ଧର୍ମେନ୍ଦ୍ର

ଢେଙ୍କାନାଳ,୪ା୫(ରତନ ନାୟାର): ଓଡ଼ିଶା ସରକାରଙ୍କ ବିରୋଧରେ ପ୍ରବଳ ଜନମତ ଦେଖାଦେଲାଣି। ଦୁର୍ନୀତିଗ୍ରସ୍ତଙ୍କୁ ବିଜେଡି ପ୍ରାର୍ଥୀ କରିଛି। ଚଳିତ ନିର୍ବାଚନରେ ଧନବଳ ଓ ଲୋକବଳ ମଧ୍ୟରେ ଲଢ଼େଇ...

ହଠାତ ଢେଙ୍କାନାଳ ସହରରେ ଅବତରଣ କଲା ହେଲିକପ୍ଟର, ତଦନ୍ତ କରୁଛି ପୋଲିସ

ଢେଙ୍କାନାଳ,୨।୫: ଗୁରୁବାର କୌଣସି ପୂର୍ବ ସୂଚନା ନଦେଇ ଏକ ହେଲିକପ୍ଟର ଢେଙ୍କାନାଳ ସହରରେ ଅବତରଣ କରିଛି। ଏହା କେଉଁଠୁ ଆସିଛି ଓ କାହିଁକି ଆସିଛି ସେ...

୩ରେ ପ୍ରାର୍ଥତ୍ପତ୍ର ଦାଖଲ କରିବେ ଭାଜପା ପ୍ରାର୍ଥୀ ରୁଦ୍ର ପାଣି

ଢେଙ୍କାନାଳ,୧ା୫(ରତନ ନାୟାର): ଭାରତୀୟ ଜନତା ପାର୍ଟିର ଢେଙ୍କାନାଳ ଲୋକ ସଭା ପ୍ରାର୍ଥୀ ରୁଦ୍ର ନାରାୟଣ ପାଣି ଆସନ୍ତା ୩ ତାରିଖରେ ପ୍ରାର୍ଥତ୍ପତ୍ର ଦାଖଲ କରିବେ। ଏଥିପାଇଁ...

ଭାଜପା କର୍ମୀ ସମ୍ମିଳନୀ, ମିଶ୍ରଣ ପର୍ବ

କାମାକ୍ଷାନଗର,୩୦।୪(ସୁଧୀର ପରିଡ଼ା): ଢେଙ୍କାନାଳ ଜିଲା କଙ୍କଡାହାଡ଼ ବ୍ଲକ ଦଶୀପୁର, କଣ୍ଟାପାଳ ଓ ବିରିବୋଲେଇ ପଞ୍ଚାୟତରେ ଭାଜପାର କର୍ମୀ ସମ୍ମିଳନୀ ଓ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି।...

ବିଜେଡିରେ ମିଶିଲେ ଜିଲା ଯୁବ କଂଗ୍ରେସ ପୂର୍ବତନ ସଭାପତି

ଢେଙ୍କାନାଳ,୩୦ା୪(ରତନ ନାୟାର): ଢେଙ୍କାନାଳ ସହର ଗଣେଶ ମଣ୍ଡପଠାରେ ରବିବାର ବିଜେଡି ପକ୍ଷରୁ ଏକ ମିଶ୍ରଣପର୍ବ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲା ଯୁବ କଂଗ୍ରେସର ପୂର୍ବତନ ସଭାପତି...

ରୋଚକ ସ୍ଥିତିରେ ହିନ୍ଦୋଳ ଲଢ଼େଇ

ଢେଙ୍କାନାଳ,୨୯ା୪(ରତନ ନାୟାର):ଢେଙ୍କାନାଳ ଜିଲାର ହିନ୍ଦୋଳ ସଂରକ୍ଷିତ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯିବା ପରେ ରାଜନୈତିକ ବାତାବରଣ ସରଗରମ...

ଏନ୍‌କାଉଣ୍ଟରରେ କୁଖ୍ୟାତ ଅପରାଧୀ ସୁବାସ ଆହତ

କାମାକ୍ଷାନଗର,୨୯ା୪(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ପୋଲିସ କୁଖ୍ୟାତ ଅପରାଧୀ ସୁବାସ ଖୁଣ୍ଟିଆଙ୍କୁ ଏନ୍‌କାଉଣ୍ଟର କରିଛି। ଫଳରେ ସେ ଆହତ ହୋଇଛନ୍ତି। ତାଙ୍କ ଡାହାଣ...

ହିନ୍ଦୋଳରୁ ଲଢ଼ିବେ ସୀମାରାଣୀ

ଢେଙ୍କାନାଳ,୨୮ା୪(ରତନ ନାୟାର)ଢେଙ୍କାନାଳ ଜିଲା ହିନ୍ଦୋଳ ବିଧାନସଭା କ୍ଷେତ୍ରରୁ ତୃତୀୟ ଥର ପାଇଁ ନିର୍ବାଚନ ଲଢ଼ିବେ ବିଧାୟିକା ସୀମାରାଣୀ ନାୟକ। ଶନିବାର ଭାଜପା ପକ୍ଷରୁ ତାଙ୍କୁ ପ୍ରାର୍ଥୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri