Posted inଖେଳ

କଳ୍ପନାଙ୍କ ମରଶରୀର ଉଦ୍ଧାର କାର୍ଯ୍ୟ ଆରମ୍ଭ

ଭୁବନେଶ୍ୱର, ୨୫ା୫(ସ୍ପୋଟର୍‌ସ ବ୍ୟୁରୋ)- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ମାଉଣ୍ଟ ଏଭରେଷ୍ଟରେ ମୃତ୍ୟୁବରଣ କରିଥିବା ପର୍ବତାରୋହୀ କଳ୍ପନା ଦାଶଙ୍କ ମରଶରୀରକୁ ଭୁବନେଶ୍ୱର ଅଣାଯିବା ବ୍ୟବସ୍ଥା କରାଯାଉଛି। କାଠମାଣ୍ଡୁସ୍ଥିତ ଭାରତୀୟ ଦୂତାବାସ ସହିତ ଏନେଇ ଯୋଗାଯୋଗ ଅବ୍ୟାହତ ରହିଛି। ଦୂତାବାସରୁ ମିଳିଥିବା ଖବର ଅନୁସାରେ, ସ୍ଥାନୀୟ ଏକ ପ୍ରଫେସନାଲ ଏଜେନ୍ସି ଦ୍ୱାରା ସନ୍ଧାନ ଓ ଉଦ୍ଧାରକାର୍ଯ୍ୟ ଶୁକ୍ରବାର ମଧ୍ୟରାତ୍ରରୁ ଆରମ୍ଭ ହୋଇଛି। କଳ୍ପନାଙ୍କ ମରଶରୀର ୮୬୦୦ ମିଟର ଉଚ୍ଚରେ ଅବସ୍ଥିତ ବାଲ୍‌କୋନି ଏରିଆରେ ରହିଛି। ଏହାକୁ ଆଣିବା ଲାଗି ୧୦ଜଣ ଶେର୍ପା ମାଉଣ୍ଟ ଏଭରେଷ୍ଟ ଆରୋହଣ କରିଛନ୍ତି। ଚଳିତ ସିଜନ ପାଇଁ ମାଉଣ୍ଟ ଏଭରେଷ୍ଟ ମେ ୨୭ ତାରିଖରୁ ବନ୍ଦ ରହିବ। ଏହି ସମୟସୀମା ମଧ୍ୟରେ କଳ୍ପନାଙ୍କ ମରଶରୀର ଅଣାଯିବାର ଯୋଜନା ଚାଲିଛି। କଳ୍ପନାଙ୍କ ବ୍ୟତୀତ ଅନ୍ୟ ଦୁଇଜଣ ଭାରତୀୟ ପର୍ବତାରୋହୀଙ୍କ ମଧ୍ୟ ମୃତ୍ୟୁ ଘଟିଛି। ସେମାନଙ୍କ ମରଶରୀରକୁ ମଧ୍ୟ ଅଣାଯିବାର ବ୍ୟବସ୍ଥା କରାଯାଉଛି। ଘଟଣାର ଅଗ୍ରଗତି ସମ୍ପର୍କରେ ସମୟକୁ ସମୟ କଳ୍ପନାଙ୍କ ପରିବାରବର୍ଗଙ୍କୁ ଅବଗତ କରାଇ ଦିଆଯାଉଛି। ସମସ୍ତ ପ୍ରକାର ସହାୟତା ଯୋଗାଇଦେବା ଲାଗି ନିର୍ଭର ପ୍ରତିଶ୍ରୁତି ଦିଆଯାଉଛି। ମରଶରୀରକୁ ବେସ୍‌ କ୍ୟାମ୍ପକୁ ଅଣାଯିବା ମାତ୍ରେ ସେଠାରୁ ନେପାଳ ନିଆଯିବ। ସେଠାରୁ କଳ୍ପନାଙ୍କ ପାର୍ଥିବ ଶରୀରକୁ ଭୁବନେଶ୍ୱର ଆଣିବା ଲାଗି ପରିବାର ସଦସ୍ୟଙ୍କୁ ନେପାଳ ଯାତ୍ରାର ବ୍ୟବସ୍ଥା ସରକାରଙ୍କ ତରଫରୁ କରାଯିବ। ଅନ୍ୟପକ୍ଷରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, ନେପାଳସ୍ଥିତ ଭାରତୀୟ ଦୂତାବାସ ସହିତ ମୁଁ ଯୋଗାଯୋଗ ରଖିଛି। ସୌଭାଗ୍ୟବଶତଃ କଳ୍ପନାଙ୍କ ମରଶରୀରକୁ ଠାବ କରାଯାଇପାରଛି। ଦୂତାବାସ ତରଫରୁ ଏ ଦିଗରେ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯାଉଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବୈଭବ ସୂର୍ଯ୍ୟବଂଶୀଙ୍କ ବଦଳରେ ଏହି ଖେଳାଳିଙ୍କୁ ସୁଯୋଗ; ରାଜସ୍ଥାନ ନିଷ୍ପତ୍ତିରେ ଅସନ୍ତୁଷ୍ଟ ଯୁବ ଓପନର!

ନୂଆଦିଲ୍ଲୀ,୧୪।୪: ଆଇପିଏଲ୍‌ ୨୦୨୬ରେ ନିଜର ବିସ୍ଫୋରକ ବ୍ୟାଟିଂ ଜରିଆରେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିବା ୧୫ ବର୍ଷୀୟ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ ଟିମ୍‌ ମ୍ୟାନେଜମେଣ୍ଟ…

ଶେନ୍‌ ଓ୍ବର୍ନଙ୍କ ମୃତ୍ୟୁକୁ ନେଇ ମୁହଁ ଖୋଲିଲେ ପୁଅ ଜ୍ୟାକ୍‌ସନ

ନୂଆଦିଲ୍ଲୀ,୧୪ା୪: ଅଷ୍ଟ୍ରେଲିଆର କିମ୍ବଦନ୍ତୀ ଲେଗ୍‌ ସ୍ପିନର ଶେନ୍‌ ଓ୍ବର୍ନଙ୍କ ହଠାତ୍‌ ପରଲୋକ ଘଟିବାର ୪ ବର୍ଷ ପରେ ତାଙ୍କ ମୃତ୍ୟୁକୁ ନେଇ ପୁଅ ଜ୍ୟାକ୍‌ସନ ଓ୍ବର୍ନ ମୁହଁ…

ଜିମ୍ବାଓ୍ବେର ଏହି ଫାଷ୍ଟ ବୋଲର ୨ ବର୍ଷ ବାସନ୍ଦ

ନୂଆଦିଲ୍ଲୀ,୧୪ା୪: ଆଇପିଏଲ୍‌ରେ ଖେଳିବା ପାଇଁ ପାକିସ୍ତାନ ସୁପର ଲିଗ୍‌ (ପିଏସ୍‌ଏଲ୍‌) ଛାଡ଼ିଥିବା ଜିମ୍ବାଓ୍ବେ ଫାଷ୍ଟ ବୋଲର ବ୍ଲେସିଂ ମୁଜରାବାନୀଙ୍କୁ ମଙ୍ଗଳବାର ଦୁଇ ବର୍ଷ ଲାଗି ପାକିସ୍ତାନ କ୍ରିକେଟ…

ବିଶ୍ୱକପ୍‌ ପୂର୍ବରୁ ଘାନାକୁ ମିଳିଲା ନୂଆ କୋଚ୍‌, ଜାଣନ୍ତୁ…

ଘାନା,୧୪ା୪: ଫିଫା ବିଶ୍ୱକପ୍‌କୁ ମାତ୍ର ଦୁଇ ମାସରୁ କମ୍‌ ସମୟ ଥିବା ବେଳେ ଘାନା କାର୍ଲୋସ କ୍ୟୁରୋଜଙ୍କୁ ଜାତୀୟ ପୁରୁଷ ଫୁଟ୍‌ବଲ ଦଳର ନୂଆ କୋଚ୍‌ ଭାବେ…

ରାତାରାତି ଷ୍ଟାର ପାଲଟିଗଲେ ପ୍ରଫୁଲ୍ଲ: ୨୪ ଘଣ୍ଟାରେ ବଦଳିଗଲା ଭାଗ୍ୟ

ନୂଆଦିଲ୍ଲୀ,୧୪।୪: ପ୍ରଫୁଲ୍ଲ ହିଙ୍ଗେ ଆଇପିଏଲ ଇତିହାସରେ ଏପରି କିଛି ହାସଲ କରିଛନ୍ତି ଯାହା ଜସପ୍ରୀତ ବୁମରା, ମହମ୍ମଦ ଶାମି, ମିଚେଲ ଷ୍ଟାର୍କ ଏବଂ ଡେଲ ଷ୍ଟେନଙ୍କ ପରି…

ଖରାପ ପାଗ ସତ୍ତ୍ୱେ ସଫଳ ହୋଇଥିଲା ମ୍ୟାଚ୍‌: ଗ୍ରାଉଣ୍ଡ ଷ୍ଟାଫ୍‌ଙ୍କୁ ମିଳିଲା ୨୫ଲକ୍ଷ ଟଙ୍କା ପୁରସ୍କାର

ଗୁଆହାଟୀ, ୧୪ା୪: ଖରାପ ପାଗ ସତ୍ତ୍ୱେ ଚଳିତ ସିଜନରେ ୩ଟି ଆଇପିଏଲ୍‌ ମ୍ୟାଚ ସଫଳତା ସହିତ ଆୟୋଜନ କରିପାରିଥିବାରୁ ଆସାମ କ୍ରିକେଟ ଆସୋସିଏଶନ (ଏସିଏ) ଗ୍ରାଉଣ୍ଡ ଷ୍ଟାଫ୍‌ଙ୍କ…

ସଞ୍ଜୁ ସାମସନଙ୍କୁ ICCର ସ୍ବତନ୍ତ୍ର ସମ୍ମାନ, ଜସପ୍ରିତ ବୁମରାହଙ୍କୁ ପଛରେ ପକାଇ ହାସଲ କଲେ ବଡ଼ ଉପଲବ୍ଧି

ନୂଆଦିଲ୍ଲୀ,୧୪।୪: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ ମାର୍ଚ୍ଚ ମାସ ପାଇଁ ସଞ୍ଜୁ ସାମସନଙ୍କୁ ପ୍ଲେୟର ଅଫ ଦ ମନ୍ଥ ଆଓ୍ବାର୍ଡରେ ସମ୍ମାନିତ କରିଛି। ୨୦୨୬ ଟି୨୦ ବିଶ୍ୱକପରେ ତାଙ୍କର…

IPL ମଧ୍ୟରେ ପ୍ରେମିକାଙ୍କ ସହ ଗୁରୁଦ୍ୱାର ପହଞ୍ଚିଲେ ଅର୍ଶଦୀପ, ଏହି ଅଭିନେତ୍ରୀଙ୍କୁ ଡେଟ୍‌ କରୁଥିବା ଚର୍ଚ୍ଚା

ନୂଆଦିଲ୍ଲୀ,୧୪।୪: କ୍ରିକେଟର ଏବଂ ଅଭିନେତ୍ରୀଙ୍କ ମଧ୍ୟରେ ସମ୍ପର୍କ ସାଧାରଣ, ଅନେକ ପୁରୁଷ କ୍ରିକେଟର ବଲିଉଡ ଅଭିନେତ୍ରୀଙ୍କୁ ବିବାହ କରିଛନ୍ତି। ସଦ୍ୟତମ ପ୍ରକାଶିତ ବ୍ୟକ୍ତି ହେଉଛନ୍ତି ଅର୍ଶଦୀପ ସିଂହ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri