Posted inଜାତୀୟ

କଶ୍ମୀର ଘାଟିରେ ମୁତୟନ ଯବାନଙ୍କ ପାଇଁ ଫୋନର ବ୍ୟବସ୍ଥା କଲେ ଡୋଭାଲ

ଶ୍ରୀନଗର,୯।୮: ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ହଟାଇବା ପୂର୍ବରୁ ସହରରେ ଧାରା ୧୪୪ ଲାଗୁ ହୋଇଥିବା ବେଳେ ଘାଟିରେ ୪୦ରୁ ଊର୍ଦ୍ଧ୍ୱ ସୁରକ୍ଷାକର୍ମୀ ମୁତୟନ ହୋଇଛନ୍ତି। ସୁରକ୍ଷା ଦୃଷ୍ଟିରୁ ସ୍ଥାନୀୟ ଅଞ୍ଚଳରେ ମୋବାଇଲ ଓ ଇଣ୍ଟରନେଟ ସେବାକୁ ଏବେ ବି ବନ୍ଦ ରଖାଯାଇଛି। ତେବେ ଏହାରି ଭିତରେ ମୁତୟନ ହୋଇଥିବା ଅଧିକାରୀ ଓ ସୁରକ୍ଷାକର୍ମୀ ନିଜ ପରିବାରଙ୍କ ସହ ଯେପରି ଯୋଗାଯୋଗ କରିପାରିବେ ସେନେଇ ସରକାରଙ୍କ ପକ୍ଷରୁ ବ୍ୟବସ୍ଥା କରାଯାଇଛି। ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ନିଜେ ୩୦୦ ସାଟେଲାଇଟ ଫୋନ ପାଇଁ ମଞ୍ଜୁରୀ ଦେଇଛନ୍ତି। ସୂଚନାଯୋଗ୍ୟ, ଜମ୍ମୁ-କଶ୍ମୀରକୁ କେନ୍ଦ୍ର ଶାସିତ ପ୍ରଦେଶ ଗଠନ କରିବା ସହ ଅନୁଚ୍ଛେଦ ୩୭୦କୁ ଅଚଳ କରିଦିଆଯିବା ପରେ ଘାଟିରେ କୌଣସି ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ନ ହେବା ପାଇଁ କେନ୍ଦ୍ର ସରକାର ବ୍ୟାପକ ସୁରକ୍ଷାକର୍ମୀଙ୍କୁ ମୁତୟନ କରିଛନ୍ତି। ଏଥିସହ ଏହି ସମୟରେ କୌଣସି ଗୁଜବ ନ ବ୍ୟାପିବା ପାଇଁ ସରକାର ଟିଭି, ମୋବାଇଲ ଓ ଇଣ୍ଟରନେଟ୍‌ ସେବା ଉପରେ କଟକଣା ଲଗାଇଛନ୍ତି। ଏଥିଯୋଗୁ ସ୍ଥାନୀୟ ଲୋକଙ୍କ ସହ ମୁତୟନ ହୋଇଥିବା ଯବାନ ମଧ୍ୟ ବହୁ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ତେବେ ସେମାନେ ନିଜ ପରିବାରଙ୍କ ସହ ଯୋଗାଯୋଗ କରିପାରୁ ନ ଥିବାରୁ ସରକାର ଏଭଳି ନିଷ୍ପତ୍ତି ନେଇଥିବା ସୂଚନା ମିଳିଛି। ସେହିପରି ଘାଟିରେ ବିଭିନ୍ନ ପ୍ରକାରର ସରକାରୀ କାର୍ଯ୍ୟକୁ ଆଗକୁ ବଢ଼ାଇବା ପାଇଁ ସରକାରୀ ଅଧିକାରୀଙ୍କୁ ମଧ୍ୟ ୧୦୦୦ ସାଟେଲାଇଟ ଫୋନ ଯୋଗାଇ ଦିଆଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri