କଶ୍ମୀର ପ୍ରସଙ୍ଗର ଆନ୍ତର୍ଜାତିକୀକରଣ: ବିଫଳତା ସ୍ବୀକାର କଲେ ଇମ୍ରାନ୍‌

ନ୍ୟୁୟର୍କ,୨୬ା୯: କଶ୍ମୀର ପ୍ରସଙ୍ଗକୁ ଅନ୍ତର୍ଜାତିକୀକରଣ କରାଇବାରେ ପାକିସ୍ତାନ ବିଫଳ ହୋଇଥିବା ଏହାର ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ ସ୍ବୀକାର କରିଛନ୍ତି। ଏଥିପାଇଁ ଅନ୍ତର୍ଜାତୀୟ ସମୁଦାୟ ପାଖରେ ସେ ଦୁଃଖିତ ବୋଲି ଇମ୍ରାନ୍‌ କହିଛନ୍ତି। ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ଲାଗି ଭାରତର ନିଷ୍ପତ୍ତିକୁ ଅଧିକାଂଶ ଦେଶ ସମର୍ଥନ କରିଛନ୍ତି। ଅନ୍ୟପକ୍ଷରେ ଏହାକୁ ଅନ୍ତର୍ଜାତୀୟ ପ୍ରସଙ୍ଗ କରିବାକୁ ଉଦ୍ୟମ କରି ପାକିସ୍ତାନ ବିଭିନ୍ନ ଫୋରମ୍‌ରେ ଅପଦସ୍ଥ ହୋଇଛି।
କଶ୍ମୀର ପ୍ରସଙ୍ଗରେ ଇମ୍ରାନ୍‌ କହିଛନ୍ତି, କଟକଣା ହଟାଇବା ପାଇଁ ଏପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ଚାପ ପକାଯାଇନାହିଁ। ସେଠାରେ ୯ ଲକ୍ଷ ଯବାନ କ’ଣ କରୁଛନ୍ତି ବୋଲି ଇମ୍ରାନ ପ୍ରଶ୍ନ କରିବା ସହ କର୍ଫ୍ୟୁ ଉଠିଲେ ସେଠାରେ ପରିସ୍ଥିତି କ’ଣ ହେବ ତାହା ଆଲ୍ଲା ଜାଣନ୍ତି ବୋଲି ଜାତିସଂଘ ସାଧାରଣ ପରିଷଦ ବୈଠକ ଅବସରରେ ଏକ ଖବରଦାତା ସମ୍ମିଳନୀରେ କହିଛନ୍ତି। ସେଠାରେ ପାକ୍‌ ବହିର୍ବ୍ୟାପାର ମନ୍ତ୍ରୀ ଶାହ ମେହମୁଦ କୁରେଶୀ ଏବଂ ଜାତିସଂଘରେ ପାକିସ୍ତାନ ପ୍ରତିନିଧି ମଲିହା ଲୋଧି ଉପସ୍ଥିତ ଥିଲେ।
କଶ୍ମୀର ପ୍ରସଙ୍ଗରେ ପାକିସ୍ତାନର ଅଭିଯୋଗକୁ ଅଣଦେଖା କରାଯିବାର କାରଣ ଭାରତର ଆର୍ଥିକ ସ୍ଥିତି ଏବଂ ଅନ୍ତର୍ଜାତୀୟ ସ୍ତରରେ ଏହାର ପ୍ରାଧାନ୍ୟ ବୋଲି ଇମ୍ରାନ୍‌ ସ୍ବୀକାର କରିଛନ୍ତି। ଲୋକେ ଭାରତର ୧୨୦ କୋଟି ଜନସଂଖ୍ୟାବିଶିଷ୍ଟ ବଜାରକୁ ଦେଖୁଛନ୍ତି ବୋଲି ପାକ୍‌ ପ୍ରଧାନମନ୍ତ୍ରୀ କହିଛନ୍ତି।

‘ଟେରୋରିସ୍ତାନ’ ସହ ହେବ ନାହିଁ ଆଲୋଚନା

ପାକିସ୍ତାନ ସହ ଆଲୋଚନା କରିବାରେ କିଛି ସମସ୍ୟା ନାହିଁ, କିନ୍ତୁ ଟେରୋରିସ୍ତାନ (ଆତଙ୍କବାଦର ପୃଷ୍ଠପୋଷକ) ସହ ଆଲୋଚନା ସମ୍ଭବ ନୁହେଁ ବୋଲି ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର କହିଛନ୍ତି। କଶ୍ମୀର ପ୍ରସଙ୍ଗକୁ ନେଇ ଇସ୍‌ଲାମାବାଦ ଆତଙ୍କବାଦର କାରଖାନା ବସାଇଥିବା ସେ ଏସିଆ ସୋସାଇଟି ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ କହିଛନ୍ତି। ଜମ୍ମୁ-କଶ୍ମୀରରୁ ୩୭୦ ଉଚ୍ଛେଦ ଏବଂ ଏହାକୁ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ବିଭକ୍ତ କରିବା ଲାଗି ଭାରତ ନିଷ୍ପତ୍ତି ନେବା ପରେ ପାକିସ୍ତାନ ଓ ଚାଇନା ଏହା ଉପରେ ପ୍ରତିକ୍ରିୟା ପ୍ରକାଶ କରିଥିଲେ। ଇସ୍‌ଲାମାବାଦ ନୂଆଦିଲ୍ଲୀ ସହ କୂଟନୈତିକ ସମ୍ପର୍କ ଛିନ୍ନ କରିଥିଲା। ଅନୁଚ୍ଛେଦ ୩୭୦ ଉଚ୍ଛେଦ ସହ ପଡୋଶୀ ରାଷ୍ଟ୍ରଙ୍କର କୌଣସି ସମ୍ପର୍କ ନାହିଁ, ଏହା ଭାରତର ଆଭ୍ୟନ୍ତରୀଣ ପ୍ରସଙ୍ଗ ବୋଲି ଜୟଶଙ୍କର କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri