Posted inଜାତୀୟ

କଶ୍ମୀର ପ୍ରସଙ୍ଗରେ ମୋଦି-ଟ୍ରମ୍ପ ଆଲୋଚନା :‘ତୃତୀୟ ପକ୍ଷକୁ କଷ୍ଟ ଦେବାକୁ ଚାହୁଁନୁ’

ନୂଆଦିଲ୍ଲୀ/ବାଇରିଜ୍‌, ୨୭ା୮(ପି.ଟି.): କଶ୍ମୀର ପ୍ରସଙ୍ଗରେ ତୃତୀୟ ପକ୍ଷର ମଧ୍ୟସ୍ଥତାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରୋକ୍‌ଠୋକ୍‌ ମନା କରିଛନ୍ତି। ଏହା ଭାରତ ଓ ପାକିସ୍ତାନ ମଧ୍ୟରେ ଦ୍ୱିପାକ୍ଷିକ ପ୍ରସଙ୍ଗ ଓ ଆଲୋଚନା ମାଧ୍ୟମରେ ରହିଥିବା ସମସ୍ୟାଗୁଡ଼ିକର ସମାଧାନ କରାଯାଇପାରିବ ବୋଲି ସେ ପ୍ରକାଶ କରିଛନ୍ତି। ଫ୍ରାନ୍ସର ବାଇରିଜ୍‌ଠାରେ ଜି-୭ ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ମୋଦିଙ୍କ ମଧ୍ୟରେ ଦୀର୍ଘ ୪୫ ମିନିଟ ଧରି ଏନେଇ ବିସ୍ତୃତ ଆଲୋଚନା ହୋଇଥିଲା। କଶ୍ମୀର ହେଉଛି ଭାରତ ଓ ପାକିସ୍ତାନ ମଧ୍ୟରେ ଦ୍ୱିପାକ୍ଷିକ ପ୍ରସଙ୍ଗ ଓ ଏନେଇ ତୃତୀୟ ପକ୍ଷଙ୍କୁ ବ୍ୟସ୍ତ କରି ଆମେ କଷ୍ଟ ଦେବାକୁ ଚାହୁଁନାହୁଁ ବୋଲି ମୋଦି କହିଛନ୍ତି। ୧୯୪୭ ପୂର୍ବରୁ ଭାରତ ଓ ପାକିସ୍ତାନ ଏକାଠି ଥିଲେ। ତେଣୁ ଯେକୌଣସି ସମସ୍ୟାର ସମାଧାନ ଆମେ ଆପୋଷ ଆଲୋଚନା ଦ୍ୱାରା କରିପାରିବୁ ବୋଲି ମୋଦି କହିଥିଲେ। ମୋଦିଙ୍କ କଥାକୁ ଦୃହୟଙ୍ଗମ କରିବା ସହ ଟ୍ରମ୍ପ କଶ୍ମୀର ଦ୍ୱିପାକ୍ଷିକ ପ୍ରସଙ୍ଗ ବୋଲି ସ୍ବୀକାର କରିଛନ୍ତି। ଏହାକୁ ଭାରତର କୂଟନୈତିକ ବିଜୟ ବୋଲି କୁହାଯାଉଛି।
ଦୁଇ ରାଷ୍ଟ୍ରମୁଖ୍ୟଙ୍କ ମଧ୍ୟରେ ଆଲୋଚନା ପରେ ଗଣମାଧ୍ୟମକୁ ସମ୍ବୋଧନ କରି ମୋଦି ସମାନ କଥା କହିଥିଲେ। ଭାରତ ଓ ପାକିସ୍ତାନ ମଧ୍ୟରେ ଅନେକ ପ୍ରସଙ୍ଗ ରହିଛି ଓ ଏଗୁଡ଼ିକ ଦ୍ୱିପାକ୍ଷିକ ଆଲୋଚନା ମାଧ୍ୟମରେ ସମାଧାନ କରାଯାଇ ପାରିବ। ଏଥିରେ କୌଣସି ତୃତୀୟ ପକ୍ଷ କଷ୍ଟ କରିବାର ଆବଶ୍ୟକତା ନାହିଁ ବୋଲି ଟ୍ରମ୍ପଙ୍କ ସମ୍ମୁଖରେ ମିଡିଆକୁ ସମ୍ବୋଧନ କରି ମୋଦି କହିଛନ୍ତି।

ପାକିସ୍ତାନ ପ୍ରଧାନମନ୍ତ୍ରୀ ଭାବେ ନିର୍ବାଚିତ ହେବା ପରେ ଇମ୍ରାନ୍‌ ଖାନ୍‌ଙ୍କୁ ଗରିବୀ, ରୋଗ ଓ ନିରକ୍ଷରତା ବିରୋଧରେ ଏକାଠି ଲଢେଇ କରି ଲୋକଙ୍କ ବିକାଶକୁ ଗୁରୁତ୍ୱ ଦେବାକୁ କହିଥିଲି ବୋଲି ମୋଦି ପ୍ରକାଶ କରିଛନ୍ତି। ଦୁଇ ରାଷ୍ଟ୍ର ମଧ୍ୟରେ ରହିଥିବା ସମସ୍ୟାର ଆପୋଷ ସମାଧାନ ଉପରେ ଗୁରୁତ୍ୱ ଦେଇଆସିଛୁ। ଟ୍ରମ୍ପ ମଧ୍ୟ ମୋଦିଙ୍କ କଥାକୁ ସମର୍ଥନ କରି ସମସ୍ୟାର ଦ୍ୱିପାକ୍ଷିକ ଆଲୋଚନା ମାଧ୍ୟମରେ ସମାଧାନ ହୋଇପାରିବ ବୋଲି କହିଛନ୍ତି। କଶ୍ମୀର ସ୍ଥିତି ନିୟନ୍ତ୍ରଣାଧୀନ ରହିଥିବା ମୋଦି କହିସାରିଛନ୍ତି। ଅପରପକ୍ଷରେ ଇମ୍ରାନ୍‌ ଓ ମୋଦିଙ୍କ ସହ ମୋର ଉତ୍ତମ ସମ୍ପର୍କ ରହିଆସିଛି, ସେମାନେ ଦ୍ୱିପାକ୍ଷିକ ଆଲୋଚନା ମାଧ୍ୟମରେ ସମସ୍ୟାର ସମାଧାନ କରିପାରିବେ ବୋଲି ଆଶା ରଖିଥିବା ଟ୍ରମ୍ପ କହିଛନ୍ତି। ଟ୍ରମ୍ପଙ୍କ ସହ ଆଲୋଚନାରେ ବାଣିଜ୍ୟ, ପ୍ରତିରକ୍ଷା ଭଳି ଅନେକ ପ୍ରସଙ୍ଗ ଉପରେ ମୋଦି ଆଲୋଚନା କରିଥିବା ଜଣାପଡ଼ିଛି।
ଅଗଷ୍ଟ ୫ରେ ସମ୍ବିଧାନର ଧାରା ୩୭୦ ଉଚ୍ଛେଦ ସହ ଜମ୍ମୁ-କଶ୍ମୀରକୁ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳ କରାଯିବାକୁ ନେଇ ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଥିଲା। ଅନ୍ତର୍ଜାତୀୟ ସମୁଦାୟକୁ ଭାରତ ଏହା ଆଭ୍ୟନ୍ତରୀଣ ବ୍ୟାପାର ବୋଲି କହିଆସୁଥିବାବେଳେ ପାକିସ୍ତାନ କିନ୍ତୁ ଏହାକୁ ବିରୋଧ କରି ଜାତିସଂଘ ସୁରକ୍ଷା ପରିଷଦରେ ପହଞ୍ଚିଥିଲା। ଶେଷରେ ଜାତିସଂଘ ସୁରକ୍ଷା ପରିଷଦରୁ ପାକିସ୍ତାନ ନିରାଶ ହୋଇଥିଲା। ଏବେ ଆମେରିକା ଭାରତକୁ ସମର୍ଥନ କରି କଶ୍ମୀର ଦ୍ୱିପାକ୍ଷିକ ପ୍ରସଙ୍ଗ ବୋଲି ସ୍ବୀକାର କରିଛି। ପ୍ରକାଶଥାଉ କି, ପୂର୍ବରୁ କଶ୍ମୀର ପ୍ରସଙ୍ଗରେ ମଧ୍ୟସ୍ଥତା କରିବା ଲାଗି ଟ୍ରମ୍ପ ଏକାଧିକ ବାର ମନ ବଳାଇଥିଲେ। ଭାରତ ମଧ୍ୟ ତାଙ୍କ ଏଭଳି ପ୍ରୟାସକୁ ତୀବ୍ର ସମାଲୋଚନା କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଆହତ ହେଲେ ମମତା ବାନାର୍ଜୀ, ହେଲିକପ୍ଟର ଚଢ଼ିବା ବେଳେ ଗୋଡ଼ ଖସିଲା…

କୋଲକାତା,୨୭।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣି ଆହତ ହୋଇଛନ୍ତି । ଦୁର୍ଗାପୁରରେ ହେଲିକପ୍ଟର ଚଢିବା ସମୟରେ ଗୋଡ ଖସିଯିବା ଯୋଗୁ ସେ ପଡିଯାଇଥିଲେ ।...

‘କଂଗ୍ରେସ ମୁସଲମାନଙ୍କ ଭୋଟ୍‌ ଚାହୁଁଛି ହେଲେ ପ୍ରାର୍ଥୀ ନୁହେଁ’

ନୂଆଦିଲ୍ଲୀ,୨୭।୪: ଲୋକ ସଭା ନିର୍ବାଚନରେ କଂଗ୍ରେସ ମୁସଲମାନ ପ୍ରାର୍ଥୀଙ୍କୁ ଟିକେଟ ନ ଦେବାରୁ ଦଳ ଭିତରେ ଅସନ୍ତୋଷ ପ୍ରକାଶ ପାଇଛି। ଏନେଇ କଂଗ୍ରେସ ନେତା ଆରିଫ...

ଧନଞ୍ଜୟ ସିଂଙ୍କୁ ଝଟକା: ଜାମିନ ମଞ୍ଜୁର, ହେଲେ ଲଢିପାରିବେନି ନିର୍ବାଚନ

ପ୍ରୟାଗରାଜ,୨୭।୪: ଆହ୍ଲାବାଦ ହାଇକୋର୍ଟ ଜୈନପୁରର ପୂର୍ବତନ ଏମପି ଧନଞ୍ଜୟ ସିଂଙ୍କ ଜାମିନକୁ ଅନୁମୋଦନ କରିଛନ୍ତି କିନ୍ତୁ ତାଙ୍କ ଦଣ୍ଡାଦେଶ ଶୁଣାଣିକୁ ମନା କରି ଦେଇଛନ୍ତି। ଏହି...

ରେଳ ବିଭାଗର ବଡ଼ ନିଷ୍ପତ୍ତି: ବନ୍ଦେ ଭାରତ-ଶତାବ୍ଦୀରେ ମିଳିବ ନାହିଁ…

ନୂଆଦିଲ୍ଲୀ,୨୭।୪: ନିକଟରେ ଭାରତୀୟ ରେଳବିଭାଗ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ଅପ୍‌ଡେଟ୍‌ ସାମ୍ନାକୁ ଆସିଛି। ବନ୍ଦେ ଭାରତ, ରାଜଧାନୀ, ଶତାବ୍ଦୀ ଭଳି ପ୍ରିମିୟମ ଟ୍ରେନ୍‌ରେ ଯାତ୍ରା କରିବା ବେଳେ...

‘ଜୟ ଶ୍ରୀରାମ’ ଲେଖି ପରୀକ୍ଷାରେ ପାସ୍‌, ମିଳିଛି ୬୦% ମାର୍କ

ଲକ୍ଷ୍ନୌ,୨୭।୪: ପରୀକ୍ଷା ଖାତାରେ କିଛି ଛାତ୍ରୀଛାତ୍ର ଗୀତ କିମ୍ବା ଫିଲ୍ମ ସମ୍ପର୍କରେ ଲେଖିଥିବା ମାମଲା ନିଶ୍ଚୟ ଶୁଣିଥିବେ। ଆଉ ଏହି ପରୀକ୍ଷା ଖାତା ଭାଇରାଲ ହେବା...

ଏଏପି ବିଧାୟକ ଅମାନତୁଲ୍ଲାଙ୍କୁ ବଡ ଆଶ୍ୱସ୍ତି, ମିଳିଲା ଜାମିନ

ନୂଆଦିଲ୍ଲୀ,୨୭।୪: ଶନିବାର (ଏପ୍ରିଲ ୨୭ରେ ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟ ଆମ ଆଦମୀ ପାର୍ଟି (ଏଏପି) ବିଧାୟକ ଅମାନତୁଲ୍ଲା ଖାନଙ୍କୁ ଏକ ବଡ଼ ଆଶ୍ୱସ୍ତି ପ୍ରଦାନ...

ନୈନିତାଲ ଜଙ୍ଗଲରେ ଲାଗିଲା ନିଆଁ, ଜନବସତି ପାଇଁ ବିପଦ

ଡେରାଡୁନ,୨୭।୪: ସାରା ବିଶ୍ୱରେ ଉତ୍ତାପ ଦିନକୁ ଦିନ ବଢିବା ସହିତ ସହିତ ଉତ୍ତରପ୍ରଦେଶର ବିଭିନ୍ନ ସ୍ଥାନରେ ଜଙ୍ଗଲରେ ନିଆଁ ଲାଗିଯିବା ଖବର ସମସ୍ତଙ୍କୁ ଚିନ୍ତାରେ ପକାଇ...

ବର୍ଷିଲେ ଦିଲ୍ଲୀ ହାଇକୋର୍ଟ, କେତେ କ୍ଷମତା ପାଇଲେ ଖୁସି ହେବେ କେଜରିଓ୍ବାଲ?

ନୂଆଦିଲ୍ଲୀ,୨୭।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଏବେ ତିହାର ଜେଲ୍‌ରେ କାରାଦଣ୍ଡ ଭୋଗୁଛନ୍ତି। ଏନେଇ ଆମ ଆଦମୀ ପାର୍ଟି ବାରମ୍ବାର ଜୋର ଦେଉଥିବାବେଳେ ଶନିବାର ଦିଲ୍ଲୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri