Posted inଜାତୀୟ

କଶ୍ମୀର ମଧ୍ୟସ୍ଥତାକୁ ଭାରତର ନା

ନୂଆଦିଲ୍ଲୀ,୧୭ା୨: କଶ୍ମୀର ପ୍ରସଙ୍ଗରେ ମଧ୍ୟସ୍ଥତା ଲାଗି ଜାତିସଂଘ ମହାସଚିବ ଆଣ୍ଟୋନିଓ ଗୁଟେରେସ୍‌ ପ୍ରସ୍ତାବ ଦେଇଥିବା ବେଳେ ଭାରତ ପକ୍ଷରୁ ଏହାକୁ ଦୃଢ଼ ବିରୋଧ କରାଯାଇଛି। କଶ୍ମୀର ପ୍ରସଙ୍ଗରେ ତୃତୀୟ ପକ୍ଷର ହସ୍ତକ୍ଷେପକୁ ଆଦୌ ଗ୍ରହଣ କରାଯିବ ନାହିଁ ବୋଲି ବହିର୍ବ୍ୟାପାର ମନ୍ତ୍ରଣାଳୟର ମୁଖପାତ୍ର ରବୀଶ କୁମାର କହିଛନ୍ତି। ଗୁଟେରେସ୍‌ ପାକିସ୍ତାନରେ ଚାଲିଥିବା ଭାରତ ବିରୋଧୀ ଷଡ଼ଯନ୍ତ୍ର ଓ ସୀମାପାର୍‌ ଆତଙ୍କବାଦକୁ ରୋକିବା ଲାଗି ପଦକ୍ଷେପ ଗ୍ରହଣ କରିବା ଉଚିତ ବୋଲି ସେ ପ୍ରକାଶ କରିଛନ୍ତି। ଜମ୍ମୁ-କଶ୍ମୀର ଭାରତର ଅବିଚ୍ଛେଦ୍ୟ ଅଙ୍ଗ। ଆମ ସ୍ଥିତିରେ କୌଣସି ପରିବର୍ତ୍ତନ ହୋଇନାହିଁ। ଆତଙ୍କବାଦ ଯୋଗୁ ମାନବାଧିକାର କ୍ଷୁଣ୍ଣ ହେଉଛି। ଆତଙ୍କବାଦ ଦ୍ୱାରା ପାକିସ୍ତାନ ଜମ୍ମୁ-କଶ୍ମୀରର କିଛି ଅଂଶ ବେଆଇନ ଭାବେ ମାଡ଼ିବସିଛି। ଆଲୋଚନା ମାଧ୍ୟମରେ ଏସବୁର ସମାଧାନ ଦ୍ୱିପାକ୍ଷିକ ଭାବେ ସମ୍ଭବ ହୋଇପାରିବ ବୋଲି ଭାରତ ପକ୍ଷରୁ କୁହାଯାଇଛି। ପ୍ରକାଶଥାଉ କି, ଚାରିଦିନିଆ ପାକିସ୍ତାନ ଗସ୍ତରେ ଯାଇ ଗୁଟେରେସ୍‌ ଖବରଦାତା ସମ୍ମିଳନୀରେ କଶ୍ମୀର ପ୍ରସଙ୍ଗରେ ମଧ୍ୟସ୍ଥତା କରିବାକୁ ମନ ବଳାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରାଦ୍ଧବାର୍ଷିକୀରେ ବିଜୁବାବୁଙ୍କୁ ଅବମାନନା: ଅଭାବ ପଡ଼ିଲା ଫୁଲମାଳ ସହ…

ହାଟଡିହୀ/ଆନନ୍ଦପୁର,୧୭ା୪(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ବିଜେଡି ତରଫରୁ ଆନନ୍ଦପୁର କଲ୍ୟାଣ ମଣ୍ଡପଠାରେ ପ୍ରବାଦପୁରୁଷ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କ ୨୯ତମ ଶ୍ରାଦ୍ଧ…

ସଂସଦରେ ରାହୁଲ ଗାନ୍ଧୀଙ୍କ ଭାଷଣ ଉପରେ କଟାକ୍ଷ କଲେ ନିଶିକାନ୍ତ ଦୁବେ କହିଲେ,‘ମାଇକେଲ ଜ୍ୟାକସନଙ୍କ ନାଚ ଦେଖିଲା ଭଳି ଲାଗୁଥିଲା’

ନୂଆଦିଲ୍ଲୀ,୧୭।୪: ମହିଳା ସଂରକ୍ଷଣ ବିଲ ଉପରେ ଭୋଟ ଦେବା ପୂର୍ବରୁ, ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ କେନ୍ଦ୍ର ସରକାରଙ୍କ ସମ୍ପର୍କରେ ପ୍ରଶ୍ନ ଉଠାଇଥିଲେ।…

ଏନ୍‌କାଉଣ୍ଟରରେ ଟଲିପଡ଼ିଲେ ମାଓବାଦୀ ନେତା ସହଦେବ

ରାଞ୍ଚି,୧୭।୪: ଝାଡ଼ଖଣ୍ଡର ଚତରା-ହଜାରିବାଗ ସୀମାନ୍ତ ଜଙ୍ଗଲରେ ଶୁକ୍ରବାର ସୁରକ୍ଷାକର୍ମୀ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏହି ଏନ୍‌କାଉଣ୍ଟରେ ୪ଜଣ ଟପ୍‌ ମାଓବାଦୀ ନିହତ ହୋଇଛନ୍ତି।…

ବିଜୁବାବୁଙ୍କୁ ନେଇ ଏମିତି ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, କହିଲେ ଆମେ ତାଙ୍କର…

ଭୁବନେଶ୍ୱର,୧୭ା୪: ଆଜି ଅର୍ଥାତ୍‌ ଶୁକ୍ରବାର ବିଜୁବାବୁଙ୍କ ଶ୍ରାଦ୍ଧ ବାର୍ଷିକୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମହାନ ଜନନାୟକ ବିଜୁବାବୁଙ୍କୁ ମନେ ପକାଇ ଏକ ବଡ଼…

ଏଥର କାହିଁକି ନଜର ଆସିଲେନି ପଞ୍ଜାବ କିଙ୍ଗ୍ସର ମାଲିକାଣୀ? MI ବିପକ୍ଷରେ ବିଜୟ ପରେ ପୋଷ୍ଟ କରିି…

ନୂଆଦିଲ୍ଲୀ,୧୭।୪: IPL 2026 ରେ ପଞ୍ଜାବ କିଙ୍ଗ୍ସ ଏକ ଚମତ୍କାର ପ୍ରଦର୍ଶନ କରୁଛି। ଏପର୍ଯ୍ୟନ୍ତ, ପଞ୍ଜାବ ଟୁର୍ଣ୍ଣାମେଣ୍ଟରେ ଏକମାତ୍ର ଦଳ ଯିଏ ଗୋଟିଏ ବି ମ୍ୟାଚ ହାରିନାହିଁ।…

‘ସ୍ବାଧୀନତା ସଂଗ୍ରାମରେ ବିଜୁବାବୁଙ୍କ ଭୂମିକା ଥିଲା ଗୁରୁତ୍ୱପୂର୍ଣ୍ଣ’

ପାଟଣାଗଡ଼,୧୭ା୪(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ଏନ୍‌ଏସିସ୍ଥିତ ବିଜୁଜନତା ଦଳ କାର୍ଯ୍ୟାଳୟଠାରେ ସ୍ଥାନୀୟ ବିଜେଡି ପକ୍ଷରୁ ଶୁକ୍ରବାର ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ୨୯ତମ ଶ୍ରାଦ୍ଧ ଦିବସ ପାଳିତ…

ଜେଜେ ମା’ଙ୍କୁ କାହିଁକି ମନେ ପକାଇଲେ ରାହୁଲ ଗାନ୍ଧୀ? କହିଲେ ଏହା ନୁହେଁ Women Reservation Bill

ନୂଆଦିଲ୍ଲୀ,୧୭।୪: ସ୍ବତନ୍ତ୍ର ସଂସଦୀୟ ଅଧିବେଶନର ଦ୍ୱିତୀୟ ଦିନରେ ଲୋକ ସଭାରେ ଭାଷଣ ଦେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ତାଙ୍କ ଜେଜେମା’ ଇନ୍ଦିରା…

ମହାନ ଜନନାୟକ ବିଜୁବାବୁଙ୍କୁ ବିଜେଡି ମନେ ପକାଇ…

ପାଟଣା,୧୭ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀ ବିଜେଡି ପକ୍ଷରୁ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ ଶୁକ୍ରବାର ରାଜନଗର ରଘୁନାଥଜୀଉ ମଠ ପରିସରରେ ଅନୁଷ୍ଠିତ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri