କଶ୍ମୀର ସ୍ଥିତି ସୁଧାରିବାରେ ଭାରତ-ପାକ୍‌ ବିଫଳ

ଜେନିଭା,୯ା୭ (ପି.ଟି.): ଭାରତ ଓ ପାକିସ୍ତାନ କଶ୍ମୀର ସ୍ଥିତି ସୁଧାରିବାରେ ବିଫଳ ହୋଇଛନ୍ତି। ପୂର୍ବ ରିପୋର୍ଟ ମୁତାବକ ପ୍ରମୁଖ ପ୍ରସଙ୍ଗଗୁଡ଼ିକ ଉପରେ ଆଲୋଚନା କରାଯାଇ ନାହିଁ କି ଏଥିରେ ସୁଧାର ଅଣାଯିବା ଲାଗି ସେଭଳି କୌଣସି ପଦକ୍ଷେପ ଗ୍ରହଣ କରାଯାଇ ନାହିଁ ବୋଲି ଜାତିସଂଘ ଅଧିକାର କାର୍ଯ୍ୟାଳୟ ପକ୍ଷରୁ ସୋମବାର ପ୍ରକାଶ କରାଯାଇଛି। ଏହାକୁ ନେଇ ଭାରତ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିବା ସହ ଏହି ରିପୋର୍ଟ ପୁରୁଣା ଓ ମନଗଢ଼ା ବୋଲି କହିଛି। ପାକିସ୍ତାନ ପଟୁ ହେଉଥିବା ସୀମାପାର ଆତଙ୍କବାଦ ଭଳି ପ୍ରମୁଖ ପ୍ରସଙ୍ଗକୁ ଅଣଦେଖା କରାଯାଉଥିବା ଭାରତ ଅଭିଯୋଗ କରିଛି।
ଗତବର୍ଷ ମାନବାଧିକାର ନେଇ ଜାତିସଂଘ ହାଇକମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ କଶ୍ମୀର ଉପରେ ପ୍ରଥମ ରିପୋର୍ଟ ପ୍ରକାଶ କରାଯାଇଥିଲା। ଏଥିରେ ଭାରତ ଓ ପାକିସ୍ତାନ ଦୀର୍ଘଦିନର ସମସ୍ୟା ସୁଧାରିବା ଲାଗି ଦୃଢ଼ ପଦକ୍ଷେପ ଗ୍ରହଣ କରିବା ଲାଗି କୁହାଯାଇଥିଲା। ୨୦୧୮ ମେ’ରୁ ୨୦୧୯ ମେ ମଧ୍ୟରେ କଶ୍ମୀର ଓ ପାକିସ୍ତାନ ଅଧିକୃତ କଶ୍ମୀରରେ ଦଶନ୍ଧିର ସର୍ବାଧିକ ଲୋକ ମୃତାହତ ହୋଇଥିବା ଜାତିସଂଘ ମାନବାଧିକାର ରିପୋର୍ଟରେ ଦର୍ଶାଯାଇଥିଲା। ଏବେ ଭାରତ ଓ ପାକିସ୍ତାନ ଏନେଇ କୌଣସି ଦୃଢ ପଦକ୍ଷେପ ଗ୍ରହଣ କରି ନ ଥିବା ଜାତିସଂଘର ନୂଆ ରିପୋର୍ଟରେ ଦର୍ଶାଯାଇଛି। କଶ୍ମୀରରେ ଭାରତୀୟ ସୁରକ୍ଷା କର୍ମୀ କରୁଥିବା ବିଭିନ୍ନ ଉଲ୍ଲଂଘନ କାର୍ଯ୍ୟ ଲାଗି ଉତ୍ତରଦାୟୀ ରହୁ ନ ଥିବା ରିପୋର୍ଟରେ କୁହାଯାଇଛି।
ଜାତିସଂଘର ସଦ୍ୟ ପ୍ରକାଶିତ ରିପୋର୍ଟକୁ ଭାରତ ସମାଲୋଚନା କରିଛି। ବହିର୍ବ୍ୟାପାର ମନ୍ତ୍ରଣାଳୟ ମୁଖପାତ୍ର ରବୀଶ କୁମାର କହିଛନ୍ତିି ଯେ, ଜମ୍ମୁ-କଶ୍ମୀରରେ ମାନବାଧିକାର ନେଇ ଜାତିସଂଘ ହାଇକମିଶନରଙ୍କ ନୂଆ ରିପୋର୍ଟ ହେଉଛି ପୂର୍ବର ମିଛ ଓ ମନଗଢ଼ା କାହାଣୀ। ଏଥିରେ କିଛି ସତ୍ୟତା ନାହିଁ। ପାକିସ୍ତାନ ପଟୁ ହେଉଥିବା ସୀମାପାର୍‌ ଆତଙ୍କବାଦ ଭଳି ପ୍ରମୁଖ ପ୍ରସଙ୍ଗକୁ ଅଣଦେଖା କରାଯାଇଛି। ଏହି ରିପୋର୍ଟ ଭାରତର ସାର୍ବଭୌମତ୍ୱ ଓ ପ୍ରାଦେଶିକ ସଂହତିକୁ ଉଲ୍ଲଂଘନ କରୁଛି। ପାକିସ୍ତାନ ପଟୁ ଦୀର୍ଘବର୍ଷ ହେବ ସୀମାପାର ଆତଙ୍କବାଦୀ ଆକ୍ରମଣ ଜାରି ରହିଥିଲେ ସୁଦ୍ଧା ଏଥିପ୍ରତି ଗୁରୁତ୍ୱ ଦିଆଯାଉନାହିଁ। ବିଶ୍ୱର ସର୍ବବୃହତ୍‌ ଗଣତାନ୍ତ୍ରିକ ଦେଶ ଭାରତ ଓ ଆତଙ୍କବାଦକୁ ପ୍ରୋତ୍ସାହନ ଦେଇଆସୁଥିବା ପାକିସ୍ତାନ ମଧ୍ୟରେ ଏକ କୃତ୍ରିମ ସମତା ରକ୍ଷା ଲାଗି ରିପୋର୍ଟରେ ପ୍ରୟାସ କରାଯାଇଥିବା ଭାରତ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

OAS ପରୀକ୍ଷାରେ ବରଗଡ଼ ପୁଅଙ୍କ ବାଜିମାତ୍: ଅଧ୍ୟାପକଙ୍କ ପୁଅ ରାଜ୍ୟରେ ୩ୟ, ମନ୍ଦିର ସେବକଙ୍କ ପୁଅ…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା ଲୋକସେବା ଆୟୋଗ(ଓପିଏସି) ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ରେ ବରଗଡ଼ ଜିଲାର ୨ ଜଣ ସଫଳତା ଅର୍ଜନ କରିଛନ୍ତି। ବରଗଡ଼ କଲେଜ ରୋଡ୍‌ ବାସିନ୍ଦା…

କେସିଙ୍ଗା ଝିଅଙ୍କ କମାଲ: OAS ପରୀକ୍ଷାରେ ରଖିଛନ୍ତି ୪ର୍ଥ ର଼୍ୟାଙ୍କ, ଛୁଟୁଛି ଶୁଭେଚ୍ଛାର ସୁଅ

କେସିଙ୍ଗା, ୨୬।୫ (ତୁମେଶ୍ୱର ସାହୁ): ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସେସ (OCS) ପରୀକ୍ଷା-୨୦୨୪ର ଚୂଡ଼ାନ୍ତ ଫଳ ପ୍ରକାଶ ପାଇଛି। ଏହି…

ସାବଧାନ! ଜୁନ୍ ୩୦ e-KYC ର ଶେଷ ତାରିଖ, ନିୟମ ନମାନିଲେ ଆସିବନି ଗ୍ୟାସ୍‌ ସିଲିଣ୍ଡର…

ନୂଆଦିଲ୍ଲୀ,୨୬।୫: ଯଦି ଆପଣ ଗ୍ୟାସ ସିଲିଣ୍ଡର ବ୍ୟବହାର କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ଗ୍ୟାସ ସିଲିଣ୍ଡର ଯୋଗାଣରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ ବଡ଼ ଖବର: ତତ୍କାଳ ଟିକେଟ୍ ପାଇଁ ଆସିଲା ନୂଆ ‘ଟୋକନ ନିୟମ’

ନୂଆଦିଲ୍ଲୀ,୨୬।୫: ରେଳଯାତ୍ରୀମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ତତ୍କାଳ ଟିକେଟ୍ କାଉଣ୍ଟରରେ ହେଉଥିବା ପ୍ରବଳ ଭିଡ଼ ଅନିୟମିତତାକୁ ରୋକିବା ପାଇଁ ଭାରତୀୟ ରେଳବାଇ ଏକ ବଡ଼ ପଦକ୍ଷେପ…

ଇଞ୍ଜିନିୟରରୁ OAS ଅଫିସର: ୯୮ ର଼୍ୟାଙ୍କ ରଖି ଗଞ୍ଜାମର ଗୌରବ ବଢ଼ାଇଲେ ଖଗେଶ୍ୱର, ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଓଡ଼ିଶା ପ୍ରଶାସନିକ ସେବା (OAS) ପରୀକ୍ଷାରେ ପୁଣି ଚମକିଛନ୍ତି ଗଞ୍ଜାମ ଜିଲାର ପୁଅ। ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପ୍ରକାଶିତ…

ଡିଏସ୍‌ପିରୁ OAS ଟପ୍ପର, ବୁବୁନ୍‌ଙ୍କ ସଫଳତାକୁ ନେଇ ଆନନ୍ଦପୁରରେ ଖୁସିର ଲହରୀ, ଯୁବପିଢ଼ୀଙ୍କ ପାଇଁ ସାଜିଲେ ପ୍ରେରଣା

ବଞ୍ଚୋ/ଆନନ୍ଦପୁର , ୨୬।୫(ପ୍ରଦୋଷ କୁମାର ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପାଇଁ ଆସିଛି ଏକ ବଡ଼ ଗୌରବର ଖବର। ଓଡ଼ିଶା ଲୋକସେବା ଆୟୋଗ…

ଏଲପିଜି ସିଲିଣ୍ଡରକୁ ବାଏ-ବାଏ; ଏବେ ପାଣିରେ ଜଳିବ ରୋଷେଇ ଚୁଲି! ନୀତିନ ଗଡ଼କରୀଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୫: ଦେଶରେ ମହଙ୍ଗା ମାଡ଼ରେ ଅତିଷ୍ଠ ହେଉଥିବା ସାଧାରଣ ଗ୍ରାହକ ଏବଂ ଗୃହିଣୀମାନଙ୍କ ପାଇଁ ଏକ ବଡ଼  ଖବର ସାମ୍ନାକୁ ଆସିଛି। ବଜାରରେ ଉପଲବ୍ଧ କମର୍ଶିଆଲ୍ ତଥା…

ସାହାଯ୍ୟ ମାଗିବା ବାହାନାରେ ଶିକ୍ଷକଙ୍କଠାରୁ ବାଇକ୍‌ ନେଇ ଚମ୍ପଟ ମାରିଲେ ଦୁର୍ବୃତ୍ତ, ଢ଼ାବା ଆଗରେ…

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ଅଞ୍ଚଳରେ ଏକ ଚମକାଇ ଦେଲା ଭଳି ବାଇକ ଚୋରି ଘଟଣା ସାମ୍ନାକୁ ଆସିଛି। ଜଣେ ଦୁର୍ବୃତ୍ତ ସାହାଯ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri