କାଉ ହତ୍ୟା ମାମଲା: ପ୍ରମାଣ ଅଭାବରୁ ୯ ଅଭିଯୁକ୍ତ ନିର୍ଦ୍ଦୋଷ ସାବ୍ୟସ୍ତ

ବ୍ରହ୍ମପୁର ଅଫିସ,୭।୧୨: ଗଞ୍ଜାମ ଜିଲା ଅତିରିକ୍ତ ଦୌରାଜଜ୍‌ – ୧ (ଏଡିଜେ) ପ୍ରସନ୍ନ କୁମାର ପଣ୍ଡା ଶନିବାର କାଉ ଓରଫ ଧର୍ମେନ୍ଦ୍ର ଦାସ ହତ୍ୟା ମାମଲାର ଶୁଣାଣି କରିଥିଲେ। ପ୍ରମାଣ ଅଭାବରୁ ୯ ଅଭିଯୁକ୍ତଙ୍କୁ ଏଡିଜେ ନିର୍ଦ୍ଦୋଷ ସାବ୍ୟସ୍ତ କରିଛନ୍ତି ।
ସୂଚନାଯୋଗ୍ୟ, ସଦର ଥାନା ଅନ୍ତର୍ଗତ ଟିକରପଡ଼ାର ଦୁର୍ଦ୍ଦାନ୍ତ ଅପରାଧୀ କାଉ ଗାଁରେ ଦୀର୍ଘଦିନ ଧରି ଆତଙ୍କରାଜ ଚଳାଇଥିଲେ। ଝିଅବୋହୂଙ୍କ ଉପରେ ଅତ୍ୟାଚାର କରୁଥିଲେ। ଏଣୁ ଗତ ୨୦୧୩ ଅକ୍ଟୋବର ୧୦ ତାରିଖରେ କାଉଙ୍କୁ କିଛି ଯୁବକ ଘରୁ ଟାଣିଆଣି ଗାଁ ଦାଣ୍ଡରେ ଅତି ନିର୍ମମ ଭାବେ ହତ୍ୟା କରିଥିଲେ। ପରେ ଗାଁ ଶେଷ ମୁଣ୍ଡରେ ଥିବା ଏକ କେନାଲ ନିକଟରେ ତାଙ୍କ ଦେହରେ କିରୋସିନ ଢାଳି ପୋଡ଼ି ଦେଇଥିଲେ। ଏନେଇ ମୃତ କାଉଙ୍କ ପତ୍ନୀ ଜୟନ୍ତୀ ଦାସ ସଦର ଥାନାରେ ଅଭିଯୋଗ କରିଥିଲେ। ପୋଲିସ କେସ ନଂ. ୧୭୩/୧୩ ରେ ଉକ୍ତ ଗ୍ରାମର ବାବୁ ଦାସ, ଟୁକୁନା ଦାସ, ମହେଶ୍ୱର ଦାସ,ରଞ୍ଜିତ ଦାସ,ସୁବାସ ଦାସ, ଗୌର ଦାସ, ପଞ୍ଚାନନ ଦାସ, ଡ୍ରାଇଭର ଦାସ ଓ ବିଜୟ ଦାସଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ପରେ ତଦନ୍ତକାରୀ ଅଧିକାରୀ ତଥା ତତ୍କାଳୀନ ସଦର ଥାନାଧିକାରୀ ଆଦିତ୍ୟ କୁମାର ସେଠୀ କୋର୍ଟରେ ଚାର୍ଜଶିଟ୍‌ ଦାଖଲ କରିଥିଲେ। ଏହି ମାମଲାର ବିଚାରଣା ବେଳେ ୧୫ ଜଣ ସାକ୍ଷୀ କୋର୍ଟରେ ବୟାନ ଦେଇଥିଲେ। ଏହି ମାମଲାର ଶୁଣାଣି ବେଳେ ହାଇକୋର୍ଟ ଜାମିନରେ ଥିବା ଉପରୋକ୍ତ ୯ ଅଭିଯୁକ୍ତଙ୍କୁ କୋର୍ଟରେ ହାଜର କରାଯାଇଥିଲା। ଉପଯୁକ୍ତ ପ୍ରମାଣ ଅଭାବରୁ ଏଡିଜେ -୧ ଉପରୋକ୍ତ ଅଭିଯୁକ୍ତମାନଙ୍କୁ ନିର୍ଦ୍ଦୋଷ ବୋଲି ତାଙ୍କ ରାୟରେ ପ୍ରକାଶ କରିଛନ୍ତି। ମୁଦଲାଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ କିଶୋର ଚନ୍ଦ୍ର ବିଷୋୟୀ ଓ ବୀରେନ ଚୌଧୁରୀ ମକଦ୍ଦମା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri