କାକଟପୁର ବ୍ଲକ କ୍ୱାର୍ଟର୍ସ ପାଲଟିଛି ଭୂତକୋଠି

କାକଟପୁର,୭ା୩(ଡି.ଏନ.ଏ.): କାକଟପୁର ବ୍ଲକ ବିଡିଓ ଓ କର୍ମଚାରୀମାନଙ୍କ ପାଇଁ ଉଦ୍ଦିଷ୍ଟ ଥିବା କ୍ୱାର୍ଟର୍ସଗୁଡିକ ଭୂତକୋଠି ପାଲଟିଯାଇଛି। ଦୀର୍ଘବର୍ଷ ଧରି ଏହି କ୍ୱାର୍ଟର୍ସଗୁଡିକ ଅବହେଳିତ ଅବସ୍ଥାରେ ପଡ଼ିରହିଛି। ମରାମତି ଓ ରକ୍ଷଣାବେକ୍ଷଣ ଅଭାବରୁ କ୍ୱାର୍ଟର୍ସଗୁଡିକ ନଷ୍ଟ ହେବାକୁ ବସିଥିବା ବେଳେ ଏଥିପ୍ରତି ପ୍ରଶାସନିକ ଅଧିକାରୀମାନେ ଦୃଷ୍ଟି ଦେଉ ନ ଥିବା ଅଭିଯୋଗ ହୋଇଛି। କ୍ୱାର୍ଟରର ଆଜବେଷ୍ଟସ ଭାଙ୍ଗି ପଡିଥିବା ବେଳେ ଚତୁଃପାର୍ଶ୍ୱ ଗଛଲତାରେ ପରିପୂର୍ଣ୍ଣ ହୋଇରହିଛି। ବ୍ଲକ ଅଧିକାରୀମାନେ କ୍ୱାର୍ଟର୍ସରେ ନ ରହିବାରୁ ଅଧିକ ନଷ୍ଟ ହେବାରେ ଲାଗିଛି। ଉକ୍ତ କ୍ୱାର୍ଟରଗୁଡିକରେ ବିଷଧର ସାପଙ୍କ ବୃଦ୍ଧି ପାଇବାରେ ଲାଗିଛି। କ୍ୱାର୍ଟରଗୁଡିକର ମରାମତି କିମ୍ବା ସାନି ନିର୍ମାଣ ଲାଗି ପ୍ରଶାସନିକ ସ୍ତରରେ ଉଦ୍ୟମ କରା ନ ଯିବା ଯୋଗୁ କ୍ୱାର୍ଟରର ବିଭିନ୍ନ ସ୍ଥାନ ଭାଙ୍ଗିପଡିଥିବା ସହ ଭୂତକୋଠିରେ ପରିଣତ ହୋଇଥିବା ଅଭିଯୋଗ ହେଉଛି। ଏ ସମ୍ପର୍କରେ ବିଡିଓ ସୁଧୀର କୁମାର ନାୟକ କୁହନ୍ତି, କ୍ୱାର୍ଟର ମରାମତି ଲାଗି ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଅବଗତ କରାଯାଇଛି, ଜିଲା ପ୍ରକଳ୍ପ ନିର୍ଦ୍ଦେଶକଙ୍କ ନିର୍ଦ୍ଦେଶ ଆସିଲେ କ୍ୱାର୍ଟର୍ସ ମରାମତି କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ଇରାନ ସହିତ ଚୁକ୍ତି ପୂର୍ବରୁ ଇସ୍ରାଏଲର ବଡ଼ ଆକ୍ରମଣ, ରାଗିଯାଇ ଟ୍ରମ୍ପ କହିଲେ ଏହା ଉଚିତ…

ଓ୍ବାଶିଂଟନ,୧୪।୬: ରବିବାର ଦିନ ଇସ୍ରାଏଲ ଲେବାନନର ରାଜଧାନୀ ବେରୁଟ ଉପରେ ଆକ୍ରମଣ କରିଛି । ଏହି ଆକ୍ରମଣ ଏପରି ସମୟରେ ଘଟିଛି ଯେତେବେଳେ ଆମେରିକା ଏବଂ ଇରାନ…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri