ତେଲକୋଇ, ୨୮।୬(ଡି.ଏନ.ଏ.)- ତେଲକୋଇ ଅଞ୍ଚଳର ଆଦିବାସୀବହୁଳ ଅଞ୍ଚଳରେ ବିଜୁ ପକ୍କାଘର, ଇନ୍ଦିରା ଆବାସ ଯୋଜନା ଦିଗହରା ହୋଇପଡିଛି । ଏହି ଅଞ୍ଚଳରେ ଉକ୍ତ ଯୋଜନା କେବଳ କାଗଜପତ୍ରରେ ସଫଳତା ଲାଭ କରିଥିବା ବେଳେ ଅଧିକାଂଶ ଘର ଅଧାରେ ରହିଛି। ଜିଲା ପ୍ରଶାସନ ପକ୍ଷରୁ ବାରମ୍ବାର ତାଗିଦ ସତ୍ତ୍ୱେ ଉକ୍ତ ଗୃହ ନିର୍ମାଣ ହୋଇନାହିଁ। ବିଭାଗ ପକ୍ଷରୁ ୨୦୧୭-୧୮ ମସିହାରେ ଇନ୍ଦିରା ଆବାସ ଯୋଜନାରେ ୧୩୫୩ ପରିବାରକୁ ଘର ଦିଆଯାଇଥିବା ସତ୍ତ୍ୱେ ଏଥିରେ ବିଜୁ ପକ୍କାଘର ୨୭ ପରିବାରକୁ ଦିଆଯାଇଛି। ସେହିପରି ୨୦୧୮-୧୯ ମସିହାରେ ୧୨୫୯ ପରିବାର ସହିତ ୭୪ ପରିବାରକୁ ବିଜୁ ପକ୍କାଘର ଦିଆଯାଇଛି। ସେହିପରି ଉକ୍ତ ବର୍ଷ ନବନିର୍ମାଣ କୃଷକ ସଂଗଠନକୁ ୨୭୬ ପରିବାରର ଗୃହ ନିର୍ମାଣ ନିର୍ଦ୍ଦେଶ ରହିଛି। ୨୦୧୭ ମସିହାରୁ ଅଦ୍ୟାବଧି ମାତ୍ର ୩୦ ପ୍ରତିଶତ ଗୃହ ନିର୍ମାଣ ଶେଷ ହୋଇଥିବା ବେଳେ ୭୦ ପ୍ରତିଶତ ଅଧା ଅବସ୍ଥାରେ ଥିବା ଜଣାପଡିଛି। ଗୃହ ନିର୍ମାଣ ପାଇଁ ସମ୍ପୃକ୍ତ ହିତାଧିକାରୀଙ୍କ ବ୍ୟାଙ୍କ ଜମାଖାତାରେ ଅର୍ଥ ପୈଠ ବ୍ୟବସ୍ଥା ରହିଛି। ତେବେ ହିତାଧିକାରୀ ଗୃହ ନିର୍ମାଣ କରିପାରୁ ନ ଥିବା ଯୋଗୁ ସ୍ଥାନୀୟ ଠିକାଦାରଙ୍କ ସହାୟତାରେ କାର୍ଯ୍ୟ କରାଯାଇଥାଏ। ହେଲେ ହିତାଧିକାରୀ ଓ ଠିକାଦାରଙ୍କ ମଧ୍ୟରେ ବିବାଦ ଯୋଗୁ ଗୃହ ନିର୍ମାଣ ସମ୍ପୂର୍ଣ୍ଣ ନ ହୋଇ ହିତାଧିକାରୀ ଅସହାୟ ଅବସ୍ଥାରେ ରହିଛନ୍ତି । ରାଜ୍ୟ ସରକାରଙ୍କ ଯୋଜନାକୁ ବ୍ଲକ ପ୍ରଶାସନ ତଥା ଯନ୍ତ୍ରୀଙ୍କ ମାଧ୍ୟମରେ କାର୍ଯ୍ୟ ହୋଇଥାଏ। ହିତାଧିକାରୀମାନେ ଯନ୍ତ୍ରୀଙ୍କ ଅବହେଳାକୁ ଦାୟୀ କରିଛନ୍ତି। ଏପରିସ୍ଥଳେ ଏହି ବ୍ଲକ ଦାୟିତ୍ୱରେ ଥିବା ବ୍ଲକ ପ୍ରୋଜେକ୍ଟ କୋଅର୍ଡିନେଟର ଆର.କେ. ପାତ୍ରଙ୍କୁ ପଚାରିବାରୁ ସେ କହିଲେ ଯେ, ଜିଲା ପ୍ରଶାସନର ନିର୍ଦ୍ଦେଶାନୁଯାୟୀ ତୁରନ୍ତ ଗୃହ କାର୍ଯ୍ୟ ଶେଷ କରିବାକୁ ଯନ୍ତ୍ରୀମାନଙ୍କୁ ନିର୍ଦ୍ଦେଶନାମା ଜାରି କରାଯାଇଛି।
ନିଜର ଚମତ୍କାରୀ ବ୍ୟାଟ୍କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍…
ନୂଆଦିଲ୍ଲୀ,୯।୪: ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…
୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…
ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…
ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ
ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…
ଅପେକ୍ଷାର ଅନ୍ତ! ରୟାଲ ଏନ୍ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍ ବାଇକ୍, ଜବରଦସ୍ତ ଫିଚର ସହ ମୂଲ୍ୟ…
ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…
ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!
ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…
ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍
କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…
ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ
ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…
କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…
ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…
Archives

