କାଜୁ ଜଙ୍ଗଲ ଲିଜ୍‌କୁ ନେଇ ବୋମାମାଡ଼, ଜଣେ ମୃତ

ବେଗୁନିଆପଡା,୨୦ା୪(ଡି.ଏନ.ଏ.)- କାଜୁ ଜଙ୍ଗଲ ଲିଜ୍‌କୁ ନେଇ ବେଗୁନିଆପଡା ବ୍ଲକ ଖିଡିଙ୍ଗିଠାରେ ସୋମବାର ୨ଗୋଷ୍ଠୀ ମୁହଁାମୁହିଁ ହେବା ସହ ବୋମାମାଡରେ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବେଗୁନିଆପଡା ଫାଣ୍ଡି ଅନ୍ତର୍ଗତ ବଡଖଇରିଖମା ପଞ୍ଚାୟତ ଗୁଞ୍ଜଗଳ ଗ୍ରାମର ପ୍ରଭାକର ବିଶ୍ୱାଳ(୩୮)।
ଅନ୍ୟ ୨ଜଣ ଆହତ ହୋଇ ଖଲ୍ଲିକୋଟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେଉଛନ୍ତି। ଏସ୍‌ପି ବ୍ରିଜେଶ କୁମାର ରାଏ ଘଟଣାସ୍ଥଳ ପରିଦର୍ଶନ କରିଛନ୍ତି। ପୋଲିସ ୩ ଜଣଙ୍କୁ ଅଟକ ରଖି ପଚରାଉଚରା ଚଳାଇଛି।
ବେଗୁନିଆପଡା ବ୍ଲକ କୁମାରିପାରି ସ୍ଥିତ ନଂ.୧ ଜଙ୍ଗଲ ଓଡ଼ିଶା କାଜୁ ନିଗମର ଅଧୀନରେ ରହିଛି। ଜଙ୍ଗଲ ଅଧିକାର ଆଇନ ଅନୁଯାୟୀ ଏଠାରେ ବସବାସ କରୁଥିବା ଆଦିବାସୀ କାଜୁ ଜଙ୍ଗଲର ରକ୍ଷଣାବେକ୍ଷଣ କରିବା ସହ ଏହା ଉପରେ ଜୀବିକା ନିର୍ବାହ ପାଇଁ ନିର୍ଭର କରିଥାନ୍ତି। ତେବେ ସୁମଣ୍ଡଳ ଅଞ୍ଚଳର ଅଣ ଆଦିବାସୀ ଏହି ଜଙ୍ଗଲକୁ ଲିଜ୍‌ ସୂତ୍ରରେ ନେଇଥିଲେ। ଏହାକୁ ନେଇ ଆଦିବାସୀ ଓ ଅଣ ଆଦିବାସୀଙ୍କ ମଧ୍ୟରେ ଛକପଞ୍ଝା ଲାଗିରହିଥିଲା। ସୋମବାର ପ୍ରଭାକର, ତାଳସର ଗ୍ରାମର ଅଶୋକ ରାଉତ ଓ ସନିଆ ଜେନା ଉକ୍ତ ଜଙ୍ଗଲକୁ ଭାଲିଆ ସଂଗ୍ରହ ପାଇଁ ଯାଇଥିବାବେଳେ ଆଦିବାସୀମାନେ ବିରୋଧ କରିବାରୁ ଉଭୟ ଗୋଷ୍ଠୀ ମୁହଁାମୁହିଁ ଓ ପରେ ବୋମାମାଡ ହୋଇଥିଲା। ଘଟଣାସ୍ଥଳରେ ପ୍ରଭାକର ମୃତ୍ୟୁବରଣ କରିଥିବା ବେଳେ ଅଶୋକ ଓ ସନିଆ ଆହତ ହୋଇଥିଲେ। ସେମାନଙ୍କୁ ଖଲ୍ଲିକୋଟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଖଲ୍ଲିକୋଟ ପୋଲିସ ମେଡିକାଲରେ ପହଞ୍ଚତ୍ବା ସହ ଉକ୍ତ ମାମଲାକୁ ବେଗୁନିଆପଡା ପୋଲିସକୁ ହସ୍ତାନ୍ତର କରିଛି। ପୁରୁଷୋତ୍ତମପୁର ଏସ୍‌ଡିପିଓ ସୀମା ସ୍ବାଇଁ, କୋଦଳା ତହସିଲଦାର ପ୍ରଭାତ କୁମାର ପରିଡ଼ା, ଥାନା ଅଧିକାରୀ ଦେବାଶିଷ ମହାନ୍ତି, ବେଗୁନିଆପଡା ଫାଣ୍ଡି ଅଧିକାରୀ ଦୀପ୍ତି ରଞ୍ଜନ ବେହେରା ପହଞ୍ଚତ୍ ତଦନ୍ତ ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri