ଛତ୍ରପୁର,୨୬ା୬(ଡି.ଏନ.ଏ)-ଛତ୍ରପୁର ଏନ୍ଏସି ରେ ଥିବା ବିଭିନ୍ନ ଦୋକାନ, ପେଟ୍ରୋଲ ପମ୍ପ ଓ କାଜୁ ଫ୍ୟାକ୍ଟ୍ରିରେ ମଙ୍ଗଳବାର ପ୍ରଶାସନ ପକ୍ଷରୁ ଯାଞ୍ଚ କରାଯାଇଛି। ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଓ ଛତ୍ରପୁର ଉପଜିଲାପାଳ ପ୍ରିୟ ରଞ୍ଜନ ପୃଷ୍ଟିଙ୍କ ନିର୍ଦ୍ଦେଶକ୍ରମେ ଟ୍ରେଡ୍ ଲାଇସେନ୍ସ, ମାପ ଓ ଓଜନ ଠିକ୍ ନ ଥିବା ଏବଂ ପଲିଥିନ ଯାଞ୍ଚ କରାଯାଇ ଜରିମାନା ଆଦାୟ ହୋଇଛି। ଷ୍ଟେଶନ ରୋଡ୍ରେ ଥିବା ଆଚାର୍ଯ୍ୟ ମିକ୍ସର ଫ୍ୟାକ୍ଟିରୁ ୫ ହଜାର ଟଙ୍କା ଜରିମାନା ଆଦାୟ ହୋଇଥିବା ବେଳେ କାରିଣି ସାହି ନିକଟରେ ଥିବା ମହେନ୍ଦ୍ର ସାହୁ ମିକ୍ସର ଫ୍ୟାକ୍ଟ୍ରି ଓ ହୋଲସେଲ୍ରୁ ପଲିଥିନ ଜବତ ହୋଇଥିଲା ା ଏନ୍ଏସି ପକ୍ଷରୁ ୨୦ ହଜାର ଟଙ୍କା ଏବଂ ମାପ ଓ ଓଜନ ବିଭାଗ ପକ୍ଷରୁ ୧୫ ହଜାର ଟଙ୍କା ଜରିମାନା ଆଦାୟ ହୋଇଛି। ସ୍ଥାନୀୟ ଷ୍ଟେଶନ ରୋଡ୍ରେ ଥିବା ଶ୍ୟାମ ଏଜେନ୍ସିର ଟ୍ରେଡ୍ ଲାଇସେନ୍ସ ନ ଥିବାରୁ ୨୫ ହଜାର ଟଙ୍କା ଜରିମାନା ଆଦାୟ କରାଯାଇଥିଲା ା ସେହିପରି ଗଣେଶ ପଣ୍ଡା ମିକ୍ସର ଫ୍ୟାକ୍ଟ୍ରି ର ଯାଞ୍ଚ କରାଯାଇ ମାପ ଓ ଓଜନ ବିଭାଗ ପକ୍ଷରୁ ୫ ହଜାର ଟଙ୍କା ଆଦାୟ ହୋଇଥିଲା ା ପରେ ରେଲୱେ ଷ୍ଟେଶନ ନିକଟରେ ଥିବା କନକଦୁର୍ଗା କାଜୁ ପ୍ରୋସେସିଂ ଇଣ୍ଡଷ୍ଟ୍ରିଜ୍ର ଟ୍ରେଡ୍ ଲାଇସେନ୍ସ ନ ଥିବାରୁ ୩୦ ହଜାର ଟଙ୍କା ଜରିମାନା ଆଦାୟ ହୋଇଥିବା ସୂଚନା ମିଳିଛି ା ଛତ୍ରପୁର ତହସିଲଦାର ନୀଳମାଧବ ଭୋଇ, ଭାରପ୍ରାପ୍ତ ଛତ୍ରପୁର ଏନ୍ଏସି ନିର୍ବାହୀ ଅଧିକାରୀ ଶରତ ଚନ୍ଦ୍ର ପାତ୍ର, ରାଜସ୍ବ ନିରୀକ୍ଷକ ଏନ୍. ରବି ପ୍ରଧାନ, ମାପ ଓ ଓଜନ ବିଭାଗର ସହକାରୀ ନିୟନ୍ତ୍ରକ ବିନୟ କୁମାର ଦାଶ, ବରିଷ୍ଠ ନିରୀକ୍ଷିକା ସାବିତ୍ରୀ ପଣ୍ଡା, ଛତ୍ରପୁର ବ୍ଲକ ଯୋଗାଣ ଅଧିକାରୀ ନିଖିଲ କୁମାର ବସ୍ତିଆଙ୍କ ସମେତ ଏନ୍ଏସି କାର୍ଯ୍ୟାଳୟର କର୍ମଚାରୀ ଯାଞ୍ଚ କରିଥିଲେ।
ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀଙ୍କ ପରଲୋକ
ଦିଗପହଣ୍ଡି,୧୪।୧୨((ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ କଇଠଖଣ୍ଡି ପଞ୍ଚାୟତର ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀ ସନ୍ତୋଷ କୁମାର ପଣ୍ଡା...
ଚାଲିଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣା ଗାଡି, ଚାଲିଗଲା ଜୀବନ
ଛତ୍ରପୁର,୧୪ / ୧୨(ଦିଲ୍ଲୀପ ସାମଲ) : ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଚମାଖଣ୍ଡି ଅଂଚଳର ପ୍ରହଲ୍ଲାଦ ନାୟକ...
ଶିଶୁ ମନ୍ଦିରରେ ରକ୍ତଦାନ ଶିବିର, ୯୬ ୟୁନିଟ ରକ୍ତ ସଂଗ୍ରହ
ଦିଗପହଣ୍ଡି,୧୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଶ୍ରୀଧାମ ଆବାସିକ ବିଦ୍ୟାଳୟର ରୌପ୍ୟ ଜୟନ୍ତୀ ସମାରୋହ...
ସହରର ବିକାଶ ପାଇଁ ଅଣ୍ଟା ଭିଡ଼ିଲେ ନିର୍ବାହୀ ଅଧିକାରୀ, ଜବରଦଖଲକାରୀଙ୍କ ମଧ୍ୟରେ ଛନକା
ପୁରୁଷୋତ୍ତମପୁର,୧୪ା୧୨(ସବିତା ମିଶ୍ର): ଅବହେଳିତ ଭାବରେ ପଡ଼ିରହିଥିବା ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍ଏସିର ବିକାଶ ଲାଗି ଅଣ୍ଟାଭିଡ଼ିଛନ୍ତି ନିର୍ବାହୀ ଅଧିକାରୀ ସଙ୍ଗୀତା ସେଠୀ। ସହର ମଧ୍ୟରେ ଓ...
୨୫ ରେ ତିଲିସିଙ୍ଗି ରେ ପ୍ରଦେଶ ସଭା : ୪ ଦିନ ବ୍ୟାପୀ…
ଭଞ୍ଜନଗର,୧୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ରୁ ୨୮ ତାରିଖ ପର୍ଯ୍ୟନ୍ତ ୪ ଦିନ ବ୍ୟାପୀ ନିଖିଳ ଉତ୍କଳ କୁର୍ମି...
ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍ ଗଲେ ମହିଳା ଅଭିଯୁକ୍ତ
ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...
ନାବାଳିକା ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର, ରେଲଓ୍ବେ ଷ୍ଟେଶନରୁ ଉଦ୍ଧାର ପରେ…
ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଞ୍ଚଳର ଏକ ପ୍ରତିଷ୍ଠିତ କଲେଜରେ ଯୁକ୍ତ ୩ରେ ପଢୁଥିବା ଜଣେ ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ...
ବିଦ୍ୟୁତ୍ ଜରିମାନା ମାମଲା ବଢୁଛି : ଲୋକ ଅଦାଲତରେ ୨୨୨ ମାମଲା ଫଇସଲା
ଭଞ୍ଜନଗର,୧୪।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୋର୍ଟରେ ଶନିବାର ୪ର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୪୨୨ଟି ମାମଲାରେ ଶୁଣାଣି ହୋଇ ୨୨୭...
Archives


