କାଜୁ ଫ୍ୟାକ୍ଟ୍ରି, ପେଟ୍ରୋଲ ପମ୍ପ୍‌, ଦୋକାନରେ ଯାଞ୍ଚ: ଜରିମାନା ଆଦାୟ

ଛତ୍ରପୁର,୨୬ା୬(ଡି.ଏନ.ଏ)-ଛତ୍ରପୁର ଏନ୍‌ଏସି ରେ ଥିବା ବିଭିନ୍ନ ଦୋକାନ, ପେଟ୍ରୋଲ ପମ୍ପ ଓ କାଜୁ ଫ୍ୟାକ୍ଟ୍ରିରେ ମଙ୍ଗଳବାର ପ୍ରଶାସନ ପକ୍ଷରୁ ଯାଞ୍ଚ କରାଯାଇଛି। ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଓ ଛତ୍ରପୁର ଉପଜିଲାପାଳ ପ୍ରିୟ ରଞ୍ଜନ ପୃଷ୍ଟିଙ୍କ ନିର୍ଦ୍ଦେଶକ୍ରମେ ଟ୍ରେଡ୍‌ ଲାଇସେନ୍ସ, ମାପ ଓ ଓଜନ ଠିକ୍‌ ନ ଥିବା ଏବଂ ପଲିଥିନ ଯାଞ୍ଚ କରାଯାଇ ଜରିମାନା ଆଦାୟ ହୋଇଛି। ଷ୍ଟେଶନ ରୋଡ୍‌ରେ ଥିବା ଆଚାର୍ଯ୍ୟ ମିକ୍ସର ଫ୍ୟାକ୍ଟିରୁ ୫ ହଜାର ଟଙ୍କା ଜରିମାନା ଆଦାୟ ହୋଇଥିବା ବେଳେ କାରିଣି ସାହି ନିକଟରେ ଥିବା ମହେନ୍ଦ୍ର ସାହୁ ମିକ୍ସର ଫ୍ୟାକ୍ଟ୍ରି ଓ ହୋଲସେଲ୍‌ରୁ ପଲିଥିନ ଜବତ ହୋଇଥିଲା ା ଏନ୍‌ଏସି ପକ୍ଷରୁ ୨୦ ହଜାର ଟଙ୍କା ଏବଂ ମାପ ଓ ଓଜନ ବିଭାଗ ପକ୍ଷରୁ ୧୫ ହଜାର ଟଙ୍କା ଜରିମାନା ଆଦାୟ ହୋଇଛି। ସ୍ଥାନୀୟ ଷ୍ଟେଶନ ରୋଡ୍‌ରେ ଥିବା ଶ୍ୟାମ ଏଜେନ୍ସିର ଟ୍ରେଡ୍‌ ଲାଇସେନ୍ସ ନ ଥିବାରୁ ୨୫ ହଜାର ଟଙ୍କା ଜରିମାନା ଆଦାୟ କରାଯାଇଥିଲା ା ସେହିପରି ଗଣେଶ ପଣ୍ଡା ମିକ୍ସର ଫ୍ୟାକ୍ଟ୍ରି ର ଯାଞ୍ଚ କରାଯାଇ ମାପ ଓ ଓଜନ ବିଭାଗ ପକ୍ଷରୁ ୫ ହଜାର ଟଙ୍କା ଆଦାୟ ହୋଇଥିଲା ା ପରେ ରେଲୱେ ଷ୍ଟେଶନ ନିକଟରେ ଥିବା କନକଦୁର୍ଗା କାଜୁ ପ୍ରୋସେସିଂ ଇଣ୍ଡଷ୍ଟ୍ରିଜ୍‌ର ଟ୍ରେଡ୍‌ ଲାଇସେନ୍ସ ନ ଥିବାରୁ ୩୦ ହଜାର ଟଙ୍କା ଜରିମାନା ଆଦାୟ ହୋଇଥିବା ସୂଚନା ମିଳିଛି ା ଛତ୍ରପୁର ତହସିଲଦାର ନୀଳମାଧବ ଭୋଇ, ଭାରପ୍ରାପ୍ତ ଛତ୍ରପୁର ଏନ୍‌ଏସି ନିର୍ବାହୀ ଅଧିକାରୀ ଶରତ ଚନ୍ଦ୍ର ପାତ୍ର, ରାଜସ୍ବ ନିରୀକ୍ଷକ ଏନ୍‌. ରବି ପ୍ରଧାନ, ମାପ ଓ ଓଜନ ବିଭାଗର ସହକାରୀ ନିୟନ୍ତ୍ରକ ବିନୟ କୁମାର ଦାଶ, ବରିଷ୍ଠ ନିରୀକ୍ଷିକା ସାବିତ୍ରୀ ପଣ୍ଡା, ଛତ୍ରପୁର ବ୍ଲକ ଯୋଗାଣ ଅଧିକାରୀ ନିଖିଲ କୁମାର ବସ୍ତିଆଙ୍କ ସମେତ ଏନ୍‌ଏସି କାର୍ଯ୍ୟାଳୟର କର୍ମଚାରୀ ଯାଞ୍ଚ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ତମ ରାଷ୍ଟ୍ର ଗଠନ ପାଇଁ ଉତ୍ତମ ସାହିତ୍ୟ ଚେତନା ଜରୁରୀ

ଭଞ୍ଜନଗର,୨୨ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ବ୍ଳକ୍ ଶାସନ ପଞ୍ଚାୟତ ଅନ୍ତର୍ଗତ ବଡ଼ଦୋଡଙ୍ଗା ଗ୍ରାମରେ ବୁଧବାର ଏକ କବିତା ଆସର ଏବଂ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି।…

୨୪ ଘଣ୍ଟାରେ ୬ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ: ବନ୍ଧୁକ, ଖଣ୍ଡା ସହ ବାଇକ୍‌ ଜବତ କରି…

ପୁରୁଷୋତ୍ତମପୁର,୨୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସକୁ ଏକ ବଡ଼ସଫଳତା ମିଳିଥିବା ବେଳେ ସହ ଅଭିଯୋଗର ୨୪ ଘଣ୍ଟା ମଧ୍ୟରେ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୬ ଜଣଙ୍କୁ…

ଲଗାଣ ବର୍ଷାରେ ଭାଙ୍ଗିଲା ଦୁଇ ପୋଲ: ୩୦ ଏକର ଚାଷଜମିରେ ମାଡ଼ିଗଲା ବାଲିଚର, ଉପବାଚସ୍ପତି ଘଟଣାସ୍ଥଳ ପରିଦର୍ଶନ କରି…

ବଡ଼ଗାଁ,୨୨ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ଏକମା, ପାମରା, ବାମଡେରା ଓ ରୁନଗାଁ ପଞ୍ଚାୟତ ଅଞ୍ଚଳରେ ସୋମବାର ରାତିସାରା ହୋଇଥିବା ପ୍ରବଳ ବର୍ଷା ଯୋଗୁ…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ଶୌଚ ପାଇଁ ଯାଇଥିବା ବେଳେ ଖସିଗଲା ଗୋଡ଼, ପୋଖରୀରେ ବୁଡ଼ି ଚାଲିଗଲା ଦିବ୍ୟାଙ୍ଗ ପଞ୍ଚାଙ୍କ ଜୀବନ

ଦିଗପହଣ୍ଡି/ପାଟପୁର,୨୧।୭(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ଗ୍ରାମ ଅଙ୍ଗେଇତ ବନ୍ଧ ପୋଖରୀରେ ବୁଡ଼ି ଜଣେ ଦିବ୍ୟାଙ୍ଗ ଯୁବକ ମୃତ୍ୟୁବରଣ କରିଛନ୍ତି ।…

୪ରେ ଗଞ୍ଜାମ ଗସ୍ତରେ ଆସିବେ ରାଷ୍ଟ୍ରପତି: ତପ୍ତପାଣିଠାରେ ମା’ କନ୍ଧୁଣୀ ଦେବୀଙ୍କ କରିବେ ଦର୍ଶନ

ଛତ୍ରପୁର, ୨୧।୭ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଆସନ୍ତା ଅଗଷ୍ଟ ୪ ତାରିଖରେ ଭାରତର ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗଞ୍ଜାମ ଜିଲା ଗସ୍ତରେ ଆସୁଛନ୍ତି। ଭୁବନେଶ୍ୱରରୁ ଏକ…

ଆମ ଗଞ୍ଜାମ, ସ୍ୱଚ୍ଛ ଗଞ୍ଜାମ: ମଲାଡ଼ ପଞ୍ଚାୟତ ପକ୍ଷରୁ…

ଗଞ୍ଜାମ, ୨୧/୭ (ବିଦ୍ୟାଧର ସାହୁ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ସ୍ୱଚ୍ଛ ଭାରତ ଅଭିଯାନ’ ଆହ୍ୱାନ ଏବଂ ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ପରାମର୍ଶକ୍ରମେ ଜିଲାର ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri