କାଟୁ କଲାନି ପ୍ରଶାସନର କଟକଣା: ଏନ୍‌ଏଚ୍‌ରେ ପୁଣି ଖୋଲିଲା ଗ୍ୟାରେଜ

ଘସିପୁରା,୨୦।୧୨(ଡି.ଏନ.ଏ.)-୨୦ନମ୍ବର ଜାତୀୟ ରାଜପଥ ଶାଳପଡ଼ା ଘସିପୁରା ଓ ଶୈଲଙ୍ଗ ରାସ୍ତା ଉପରେ ପୁଣିଥରେ ଗ୍ୟାରେଜ ଖୋଲିବାକୁ କେନ୍ଦ୍ରକରି ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ଏହି ଜାତୀୟ ରାଜପଥରେ ଦୁର୍ଘଟଣା ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ଅକାଳରେ ଯାଉଛି ଅନେକଙ୍କ ଜୀବନ। ମାତ୍ର କେତେକ ଗ୍ୟାରେଜ ମାଲିକ ବେଆଇନ ଭାବେ ଦଖଲ କରି ରାସ୍ତା ଉପରେ ଗ୍ୟାରେଜ ଖୋଲିଛନ୍ତି। ଫଳରେ ରାସ୍ତା ଉପରେ ବେଆଇନ ପାର୍କିଂ ଓ ଗାଡ଼ି ମରାମତି ଭଳି କାର୍ଯ୍ୟ ପରୋକ୍ଷରେ ଦୁର୍ଘଟଣାକୁ ନିମନ୍ତ୍ରଣ ଦେଉଛି। ଗତ ମାସ ସ୍ଥାନୀୟ ପ୍ରଶାସନ ପୋଲିସ ସହାୟତାରେ ଏହି ଅଞ୍ଚଳ ଗୁଡ଼ିକରେ ଚଢ଼ାଉ କରି ବେଆଇନ ପାର୍କିଂ ଗାଡ଼ିଗୁଡ଼ିକୁ ହଟାଇବା ସହ ଗ୍ୟାରେଜ ମାଲିକଙ୍କ ପାଇଁ କଟକଣା ଜାରି କରିଥିଲା। ମାତ୍ର ଦିନ କେଇଟା ନ ବିତୁଣୁ ପ୍ରଶାସନର ନିଦ୍ଦେର୍ଶକୁ କେହି ଖାତିର କରୁ ନାହାନ୍ତି। ପୁନର୍ବାର ଏହି ରାସ୍ତାରେ ୧୦ ଚକିଆଠାରୁ ଆରମ୍ଭ କରି ୨୪ଚକିଆ ପର୍ଯ୍ୟନ୍ତ ଭାରିଯାନ ଟ୍ରକଗୁଡ଼ିକୁ ରାସ୍ତା ଉପରେ ବହୁଦିନ ଧରି ପାର୍କିଂ କରିବା ସହ ମରାମତି ଚଳାଉଥିବା ଦେଖିବାକୁ ମିଳିଛି। ଗୋଟିଏ ପଟେ ଅଧାପନ୍ତରିଆ ନିର୍ମାଣ କାର୍ଯ୍ୟ ଯୋଗୁ ଏହି ରୁଟ୍‌ରେ ଅନେକ ସ୍ଥାନରେ ରାସ୍ତା ବନ୍ଦ କରାଯାଇ ଡାଇଭର୍ସନ ଲଗାଯାଇଥିବା ବେଳେ ଅନ୍ୟପଟେ ଏଭଳି ଗ୍ୟାରେଜ ଓ ବେଆଇନ ପାର୍କିଂ ଦୁର୍ଘଟଣା ଆଶଙ୍କାକୁ ବଢ଼ାଇ ଦେଇଛି। ପର୍ଯ୍ୟଟନ ଋତୁ ହୋଇଥିବାରୁ ଏହି ରାସ୍ତାଦେଇ ଜିଲା ଓ ରାଜ୍ୟ ବାହାରୁ ବହୁ ପର୍ଯ୍ୟଟକ ଆସୁଥିବାବେଳେ ଏଭଳି ଟ୍ରାଫିକ ବ୍ୟବସ୍ଥା ଅଡ଼ୁଆ ପରିସ୍ଥିତି ସୃଷ୍ଟି କରିଛି। ଜାତୀୟ ରାଜପଥ ପ୍ରାଧିକରଣ ଓ ସ୍ଥାନୀୟ ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେବାକୁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ଦ୍ୱିତୀୟ ପ୍ରଚେଷ୍ଟାରେ NEETରେ ଚମକିଲେ ଅରୋଶିଷ: ପୂରଣ ହେବ ଡାକ୍ତର ହେବାର ସ୍ବପ୍ନ

ଅମରପାଲି,୨୧।୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକର ଯାଲୋଏ ଗ୍ରାମର ମେଧାବୀ ଛାତ୍ର ଅରୋଶିଷ ପଣ୍ଡା ଚଳିତ ବର୍ଷର ଏନଇଇଟି (NEET UG) ପ୍ରବେଶିକା ପରୀକ୍ଷାରେ ଉଲ୍ଲେଖନୀୟ…

ପେ-ଲେଭଲ୍ ବୃଦ୍ଧି ଓ କ୍ୟାଡ଼ର ପୁନର୍ଗଠନ ଦାବି: ଏଓବିଏସଏସଓଏ ପକ୍ଷରୁ କଳାହାଣ୍ଡି ଜିଲାପାଳଙ୍କୁ ଦାବିପତ୍ର

ଭବାନୀପାଟଣା,୨୧।୭(ଉତ୍ତମ କୁମାର ଦାଶ): ଅଲ ଓଡ଼ିଶା ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ପରିଷଦ (ଏଓବିଏସଏସଓଏ) ପକ୍ଷରୁ ମଙ୍ଗଳବାର କଳାହାଣ୍ଡି ଜିଲାପାଳ ପାୱାର ସଚିନ ପ୍ରକାଶଙ୍କୁ ଏକ ୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri