କାଠଗାଡି ଜବତ, ଗାର୍ଡକୁ ଧକ୍କା ମାରି ଚାଳକ ଛୁ

ପାତ୍ରପୁର,୨୬ା୪(ଡି.ଏନ୍‌.ଏ.)- ଶାଗୁଆନ କାଠ ନେଉଥିବା ଏକ ଟାଟା ମ୍ୟାଜିକ ଗାଡି (ଏପି୩୦ୟୁ-୮୦୧୭)କୁ ବ୍ରହ୍ମପୁର ମୋବାଇଲ ଡିଭିଜନ ଫରେଷ୍ଟର ଏନ୍‌. ବାଲାଜୀ ରେଡ୍ଡୀ ଓ ତାଙ୍କ ଟିମ ଶନିବାର ଜବତ କରିଛି। ଚିକିଟି ବ୍ଲକ ଲକ୍ଷ୍ମୀପୁର ନିକଟରେ କାଠ ଗାଡି ଯାଉଥିବା ଖବର ପାଇ ମୋବାଇଲ ଡିଭିଜନର ଗାଡିକୁ ଧରିଥିଲା। ଉପରିସ୍ଥ ଅଧିକାରୀଙ୍କ ନିର୍ଦ୍ଦେଶକ୍ରମେ ଜବତ ଗାଡିକୁ ପାରାଗାର୍ଡ ରତ୍ନାକର ବିଶ୍ୱାଳ ସୁରଙ୍ଗୀ ବନବିଭାଗ ଅଫିସକୁ ନେଉଥିଲେ। ଠଣାଗାଁ ନିକଟରେ ଚାଳକ ଜଣକ ଗାଡି ଚାଲୁଥିବାବେଳେ ପାରା ଗାର୍ଡଙ୍କୁ ଧକ୍କା ମାରି ଚଳନ୍ତା ଗାଡିରୁ ଡେଇଁ ଚମ୍ପଟ ମାରିଥିଲେ। ଜବତ ଗାଡ଼ିରେ ପ୍ରାୟ ୨୦ ଘନଫୁଟ ଶାଗୁଆନ କାଠ ଥିବା ଅନୁମାନ କରାଯାଉଛି। ଜବତ ସମୟରେ ସୁରଙ୍ଗୀ ଫରେଷ୍ଟର ଶିବ ବେହେରା, ଚିକିଟି ଫରେଷ୍ଟର କେ.କବିତା, ଦିଗପହଣ୍ଡି ଫରେଷ୍ଟର ବିଜୟ ମାଝୀ, ଫରେଷ୍ଟ ଗାର୍ଡ ବାବୁ ସେଠୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ଏନଏସି ହେବ ମ୍ୟୁନିସିପାଲଟି, ଜିଲା  ସଦର ମହକୁମାକୁ ନୂଆବର୍ଷର ଭେଟି 

ଛତ୍ରପୁର,୨୮।୧୨: ପ୍ରଥମ ପର୍ଯ୍ୟାୟରେ ଗଞ୍ଜାମ ଜିଲାର ଭଞ୍ଜନଗର, ପୋଲସରା ଓ କବିସୂର୍ଯ୍ୟନଗର ଏନ୍‌ଏସିକୁ ମ୍ୟୁନିସିପାଲଟି ମାନ୍ୟତା ଦିଆଯାଇଥିବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଯାହାକି ଗଞ୍ଜାମ...

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

୧୦ମ ଶ୍ରେଣୀ ଇତିହାସ, ରାଜନୀତି ବିଜ୍ଞାନ ବହିରେ ଭୁଲ୍‌ ତଥ୍ୟ

ଭଦ୍ରକ,୨୮।୧୨(ସନାତନ ରାଉତ): ୨୦୧୩ ମସିହାରେ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ମୁଦ୍ରିତ ଓ ପ୍ରକାଶିତ ୧୦ମ ଶ୍ରେଣୀ ଇତିହାସ ଓ ରାଜନୀତି ବିଜ୍ଞାନ ବହିରେ...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri