କାଠଫାଳିଆରେ ପିଟି ମା’ଙ୍କୁ ହତ୍ୟା, ପୁଅ ଗିରଫ

ବିନିକା,୧୪ା୬(ଡି.ଏନ୍‌.ଏ.)-ସୁବର୍ଣ୍ଣପୁର ଜିଲା ବିନିକା ଥାନା ଅଧୀନ ଖଇରମାଳ ଗ୍ରାମରେ ରବିବାର ସକାଳେ ଏକ ହତ୍ୟାକାଣ୍ଡ ଘଟିଛି ା ଜଣେ ଯୁବକ ଜନ୍ମଦାତ୍ରୀ ମା’ଙ୍କୁ କାଠ ଫାଳିଆରେ ପିଟି ହତ୍ୟା କରିଛିି ା ଏହି ଘଟଣାରେ ପୋଲିସ ଅଭିଯୁକ୍ତ ପୁଅ ଗଣେଶ ଭୁଏ(୩୦)ଙ୍କୁ ଗିରଫ କରିଛି ା ହତ୍ୟାକାଣ୍ଡରେ ବ୍ୟବହୃତ ରକ୍ତ ଜୁଡୁବୁଡୁ କାଠଫାଳିଆକୁ ଜବତ କରାଯାଇଛି ା
ପ୍ରକାଶ ଯେ, ଗଣେଶ ସକାଳୁ ଉଠି କୌଣସି କାରଣ ନେଇ ଘରର ସଦସ୍ୟଙ୍କୁ ଗାଳିଗୁଲଜ କରିବା ସହ ପାଟିତୁଣ୍ଡ କରିଥିଲେ ା ଏହି ସମୟରେ ତାଙ୍କ ମା’ ସତ୍ୟ ଭୁଏ(୬୦) ଘର ସମ୍ମୁଖରେ ନିଜ ମୁହଁ ହାତ ଧୋଉଥିଲେ ା ତେବେ ସେ ହଠାତ୍‌ ନିଜର ହିତାହତ ଜ୍ଞାନ ଭୁଲିଯାଇ ନିକଟରେ ପଡିଥିବା ଏକ କାଠଫାଳିଆରେ ମା’ଙ୍କୁ ପିଟିଥିଲେ ା ତଳେ ପଡିଯିବା ପରେ ସେ ମାଙ୍କ ମୁଣ୍ଡକୁ ବାରମ୍ବାର ପ୍ରହାର କରି ଚାଲିଥିଲେ ା ଏହାଦେଖି ଗଣେଶଙ୍କ ବାପା ଫଗୁନୁ ଭୁଏ (୬୫) ଓ ବିବାହିତା ବଡ ଭଉଣୀ ମାଳତୀ ତାଙ୍କୁ ଏଥିରୁ ନିବୃତ୍ତ ହେବା ପାଇଁ ଚେଷ୍ଟା କରିଥିଲେ ହେଁ ବିଫଳ ହୋଇଥିଲେ ା ଶେଷରେ ବୃଦ୍ଧା ମା’ଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ଖବର ପାଇ ବିନିକା ଥାନା ଆଇଆଇସି କୁଶ ପାଣିଗ୍ରାହୀ ଘଟଣାସ୍ଥଳରେ ପହଞ୍ଚି ଗଣେଶଙ୍କୁ ଗିରଫ କରିଥିଲେ। ଏହାପରେ ପୋଲିସ ଜବତ ମୃତଦେହକୁ ବିନିକା ମେଡିକାଲରେ ବ୍ୟବଚ୍ଛେଦ କରାଇ ପରିବାର ଲୋକଙ୍କୁ ହସ୍ତାନ୍ତର କରିଥିଲା। ଏ ନେଇ ବିନିକା ଥାନାରେ ଏକ ମାମଲା (ନଂ. ୧୫୧/୨୦) ରୁଜୁ ହୋଇଛି ା ଥାନା ଅଧିକାରୀ ପାଣିଗ୍ରାହୀଙ୍କୁ ପଚାରିବାରୁ ଲକ୍‌ଡାଉନ୍‌ ସମୟରେ ମା’ କାମ କରିଯିବାକୁ ବାରମ୍ବାର କହିବାରୁ ଗଣେଶ ଏଭଳି କାଣ୍ଡ କରିଥିବା ପୋଲିସ ନିକଟରେ ପ୍ରକାଶ କରିଛନ୍ତି ା ତେବେ ତଦନ୍ତ ଜାରୀ ରହିଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଜଣା ଗାଡ଼ି ଧକ୍କାରେ ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ରାସ୍ତା ରୋକ

ବୀରମହାରାଜପୁର,୨୬।୧୨, (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ହିଲୁଙ୍ଗ ପଞ୍ଚାୟତ ଲୁଚାବନ୍ଦ ପାଖରେ ଗୁରୁବାର ସା ପ୍ରାୟ ୭ଟା୩୦ରେ ଏକ ଅଜଣା ଗାଡ଼ି...

ପରିସ୍ରା କରିବାକୁ ଯାଇଥିଲେ ବ୍ୟବସାୟୀ, ଭୁଷୁଡିଲା କାନ୍ଥ: ଆଉ ତା’ପରେ…

ଅମରପାଲି,୨୪।୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କେନଝିରିଆପାଲି ପଞ୍ଚାୟତ ରୁଗୁଡ଼ିପାଲି ଗ୍ରାମରେ କାନ୍ଥ ଭୁଷୁଡି ଜଣେ ଯୁବ ବ୍ୟବସାୟୀଙ୍କ ମୃତ୍ୟୁ ହୋଇଛି। ମୃତ...

ଟ୍ରାକ୍ଟରକୁ ଧକ୍କାଦେଲା ପିକ୍‌ନିକ୍‌ ବସ୍, ୨୦ ଆହତ

ଡୁଙ୍ଗୁରିପାଲି ୨୩/୧୨ (ଦୀନବନ୍ଧୁ ସୁନା ): କୁହୁଡି ପାଇଁ ଦୁର୍ଘଟଣା । କୁହୁଡି ପାଇଁ ରାସ୍ତା ନଦେଖାଯିବା କାରଣରୁ ଧାନ ବୋଝେଇ ଟ୍ରାକ୍ଟର୍‌କୁ ଧକ୍କା ଦେଲା...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୧୦ ଟଙ୍କାରେ ଧାନ ବିକିଲେ ଚାଷୀ

ବିନିକା, ୨୧ା୧୨(ରାମ ଗୋପାଳ ବାଘ ): ସୁବର୍ଣ୍ଣପୁର ଜିଲାରେ ଗତ ୯ ତାରିଖରୁ ମଣ୍ଡି ଖୋଲିଛି। ହେଲେ ଟୋକନ ମିଳି ନ ଥିବାରୁ ଚାଷୀମାନେ ଧାନ...

କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ

ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...

୮ ଦିନ ମଧ୍ୟରେ କିଡନୀ ରୋଗରେ ୩ ଜଣଙ୍କ ମୃତ୍ୟୁ ଘଟଣା: ରକ୍ତ, ପାନୀୟ ଜଳ ନମୁନା ସଂଗ୍ରହ

ଅମରପାଲି,୧୭ା୧୨(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲଶ ବୀରମହାରାଜପୁର ବ୍ଲକର ଉପାନ୍ତ ଅଞ୍ଚଳରେ କିଡ଼ନୀ ରୋଗରେ ୮ ଦିନ ମଧ୍ୟରେ ୩ ଜଣଙ୍କ ମୃତ୍ୟୁ ଘଟିଥିଲା। ଏନେଇ ଧରିତ୍ରୀରେ ଖବର...

ଆଶ୍ରମ ବିଦ୍ୟାଳୟରେ ରକ୍ତ ଛିଟା: ଯୁକ୍ତ ୨ ଦ୍ୱିତୀୟ ବର୍ଷର ଛାତ୍ରଙ୍କୁ ପିଟିପିଟି ହତ୍ୟା

ସୁବର୍ଣ୍ଣପୁର,୧୬।୧୨: ସୁବର୍ଣ୍ଣପୁରରେ ଚାଞ୍ଚଲ୍ୟ। ଛାତ୍ରଙ୍କୁ ପିଟିପିଟି ହତ୍ୟା। ଯୁକ୍ତ ୨ ଦ୍ୱିତୀୟ ବର୍ଷର ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସୂଚନା ମିଳିଛି। ସୁବର୍ଣ୍ଣପୁର ଜିଲା ତରଭା ଆଶ୍ରମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri